ଗରିବଙ୍କ ପାଇଁ ୮୦ ଲକ୍ଷ ନୂଆ ଘର,ଚଳିତ ବର୍ଷରୁ ଚିପ୍‌ ପାସପୋର୍ଟ, ୧୦୦ ଗତି ଶକ୍ତି କାର୍ଗୋ…

ନୂଆଦିଲ୍ଲୀ, ୧।୨ : ବଜେଟ୍‌ ଉପସ୍ଥାପନ କରି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ଯେ, ୨୦୨୨-୨୩ ବର୍ଷରେ ଗରିବଙ୍କ ପାଇଁ ୮୦ଲକ୍ଷ ନୂଆ ଘର ନିର୍ମାଣ ହେବ। ଏଥି ପାଇଁ ୪୮,୦୦୦ କୋଟି ଟଙ୍କା ଆବଣ୍ଟନ କରାଯିବ। ସହରାଞ୍ଚଳରେ ନୂତନ ଘର ଏବଂ ଗ୍ରାମାଞ୍ଚଳ ପାଇଁ ଆଧୁନିକ ଘର ନିର୍ମାଣ ପାଇଁ ଅଧିକ ଅର୍ଥ ଆବଣ୍ଟନ କରାଯିବ। କେନ-ବେଟୱା ପ୍ରକଳ୍ପ ପାଇଁ ୧୪,୦୦ କୋଟି ଟଙ୍କା ପ୍ରଦାନ କରାଯିବ।

ରେଳବାଇର ସାମଗ୍ରୀ କ୍ଷେତ୍ରକୁ ପିପିପି ମଡେଲ ମାଧ୍ୟମରେ ବିସ୍ତାର କରାଯିବ। ୭୫୦ ନୂତନ ଇ-ଲ୍ୟାବ ସୃଷ୍ଟି ହେବ ଏବଂ ସେମାନଙ୍କ ମାଧ୍ୟମରେ ପରୀକ୍ଷା ଉପରେ ଗୁରୁତ୍ୱ ଦିଆଯିବ। ଚିପ ପାସପୋର୍ଟ ଏହି ବର୍ଷରୁ ଆସିବ। ଶିକ୍ଷା କ୍ଷେତ୍ରରେ ଡିଜିଟାଲ ବିଶ୍ୱବିଦ୍ୟାଳୟଗୁଡ଼ିକ ସୃଷ୍ଟି ହେବ ଏବଂ ବିଦ୍ୟାଳୟର ପ୍ରତ୍ୟେକ ଶ୍ରେଣୀରେ ଟିଭି ସ୍ଥାପନ କରାଯିବ। ସ୍କିଲ ଇଣ୍ଡିଆ ମିଶନ ମାଧ୍ୟମରେ ଏବଂ କୁଶଳୀ ଶ୍ରମିକଙ୍କ ପାଇଁ ସରକାରୀ ଯୋଜନା ଅଧୀନରେ ଯୁବକମାନଙ୍କୁ ସଶକ୍ତ କରିବା ଲାଗି କାର୍ଯ୍ୟ କରାଯିବ। ଲୋକଙ୍କ ପାଇଁ ଜୀବିକା ର୍ନିବାହ ପାଇଁ ସରକାରୀ ପ୍ରକଳ୍ପ ସଂଖ୍ୟା ବୃଦ୍ଧି ପାଇବ।

ସରକାର ଏମଏସପି ମାଧ୍ୟମରେ କୃଷକଙ୍କ ଆକାଉଣ୍ଟକୁ ୨.୩୭ କୋଟି ଟଙ୍କା ପଠାଇଛନ୍ତି ଏବଂ ଜୈବ ଚାଷ କରୁଥିବା ଚାଷୀଙ୍କୁ ପ୍ରୋତ୍ସାହନ ରାଶି ପ୍ରଦାନ କରାଯିବ। ସରକାରଙ୍କ ଦ୍ୱାରା ରାସାୟନିକ ଏବଂ କୀଟନାଶକ ମୁକ୍ତ ଚାଷର ପ୍ରସାର ବୃଦ୍ଧି ଉପରେ ଗୁରୁତ୍ୱ ଦିଆଯାଉଛି ।

ଅର୍ଥମନ୍ତ୍ରୀ କହିଛନ୍ତି ଯେ ଚାଷୀଙ୍କୁ ଡିଜିଟାଲ ସେବା ଯୋଗାଇ ଦିଆଯିବ ଏବଂ ଭାରତରେ ଦାରିଦ୍ର୍ୟ ଦୂରୀକରଣ ଲକ୍ଷ୍ୟରେ କାର୍ଯ୍ୟ ଜୋରଦାର କରାଯିବ। ଡ୍ରୋନ ମାଧ୍ୟମରେ କୃଷି କ୍ଷେତ୍ରକୁ ପ୍ରୋତ୍ସାହିତ କରାଯିବ। ୧୦୦ଟି ଗତି ଶକ୍ତି କାର୍ଗୋ ଟର୍ମିନାସ ତିଆରି ହେବ।
ଦେଶରେ ଜଳସେଚନ ଏବଂ ପାନୀୟ ଜଳ ଯୋଜନାରେ କାର୍ଯ୍ୟ କରାଯାଉଛି ଏବଂ ଗଙ୍ଗା କୂଳରେ ରହୁଥିବା ଚାଷୀଙ୍କୁ ସହାୟତା ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

LACରେ ତିକ୍ତା ପରେ ଭାରତକୁ ନେଇ ବଡ଼ କଥା କହିଦେଲେ ଚାଇନା: ଏବେ ସବୁକିଛି…

ନୂଆଦିଲ୍ଲୀ,୧୩।୮: ଅରୁଣାଚଳ ପ୍ରଦେଶର ପ୍ରକୃତ ନିୟନ୍ତ୍ରଣ ରେଖା (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ସାମରିକ ଗତିରୋଧର ରିପୋର୍ଟ ହୋଇଛି। ଚାଇନା ପରିସ୍ଥିତିକୁ ହାଲୁକା ଭାବରେ…

ଗୁଳି ନିର୍ଦ୍ଦେଶ କିଏ ଦେଇଥିଲେ ଜବାବ ଚାହୁଁ: ରାହୁଲ

ନୂଆଦିଲ୍ଲୀ,୧୩ା୮: ଏନ୍‌ଇଇଟି ବିକ୍ଷୋଭ ବେଳେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗରେ ବିରୋଧୀ ଦଳଗୁଡ଼ିକ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ବିବୃତି ଦାବି କରି ଦୀର୍ଘଦିନ ହେଲା ପାର୍ଲାମେଣ୍ଟର…

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri