ରାଜ୍ୟରେ ଆଜି ବି ୧୦୦ ତଳେ ପଜିଟିଭ ସଂଖ୍ୟା

ଭୁବନେଶ୍ୱର,୧୬।୩ : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୨ ଜଣ ପିଲା ଅଛନ୍ତି। ସେହିପରି ୪୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୬୮୫୨ଜଣକୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲାରୁ ୫ଜଣ, ବରଗଡ଼ରୁ ୧, ବଲାଙ୍ଗୀରରୁ ୪, ବୌଦ୍ଧରୁ ୨, କଟକରୁ ୩, ଦେଓଗଡ଼ରୁ ୩, ଗଜପତିରୁ ୯, ଗଞ୍ଜାମ ୩, ଯାଜପୁରରୁ ୨, କନ୍ଧମାଳରୁ ୧, କେନ୍ଦ୍ରାପଡ଼ାରୁ ୩, କେନ୍ଦୁଝରରୁ ୧, ଖୋର୍ଦ୍ଧାରୁ ୮, କୋରାପୁଟରୁ ୩, ମୟୁରଭଞ୍ଜରୁ ୭, ନବରଙ୍ଗପୁରରୁ ୧, ନୂଆପଡ଼ାରୁ ୧, ସମ୍ବଲପୁରରୁ ୧୩, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୬ ଏବଂ ଷ୍ଟେଟ ପୁଲ୍‌ରୁ ୨ଜଣ ରହିଛନ୍ତି ।