‘ପର୍ବତରୁ ମିଳେ ୮୦% ଖାଦ୍ୟ’

ଅନୁଗୋଳ ଅଫିସ, ୧୨।୧୨: ଅନୁଗୋଳ ଜିଲା କନ୍ତପଡ଼ା ପଞ୍ଚାୟତ ଜୈବ ବିବିଧତା ପରିଚାଳନା ସମିତି ଏବଂ ପ୍ରକୃତି ପରିବେଶ ଓ ବନ୍ୟଜୀବନ ସମିତି ଆନୁକୂଲ୍ୟରେ ଶନିବାର ଅନ୍ତର୍ଜାତୀୟ ପର୍ବତ ଦିବସ ପାଳିତ ହୋଇଯାଇଛି। ସ୍ଥାନୀୟ ହାଇସ୍କୁଲରେ ସଚେତନତା ସଭା, ପ୍ରବନ୍ଧ, ବକ୍ତୃତା ଓ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ପ୍ରଧାନ ଶିକ୍ଷକ ବିବତ୍ସ ସାହୁଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସମାଜିକ କର୍ମୀ ସୁଶୀଲ ପ୍ରଧାନ, ପ୍ରାଣୀପ୍ରେମୀ ପ୍ରସନ୍ନ ବେହେରା, ସହକାରୀ ଶିକ୍ଷକ ସୁରେଶ ସାହୁ, ସ୍ଥାନୀୟ ବନପାଳ ଯୋଗ ଦେଇଥିଲେ। ବିଶ୍ୱର ପାର୍ବତ୍ୟାଞ୍ଚଳରେ ୧୫% ଲୋକ ବସବାସ କରୁଛନ୍ତି। ୮୦% ଖାଦ୍ୟ କେବଳ ପର୍ବତରୁ ମିଳିଥାଏ। ଜୈବ ବିବିଧତାର ଦୃଷ୍ଟିରୁ ପର୍ବତର ଗୁରୁତ୍ୱ ରହିଛି। ତେଣୁ ଏହାର ସୁରକ୍ଷା ଦିଗରେ ସମସ୍ତେ ଯତ୍ନବାନ ହେବା ଆବଶ୍ୟକ ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ। ସମିତି ସଂଯୋଜକ ସୁବ୍ରତ ପ୍ରଧାନ, ଯଶୋବନ୍ତ ସାହୁଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ର, ବନ ସୁରକ୍ଷା ସମିତି ସଦସ୍ୟ, ଜୈବ ବିବିଧତା ପରିଚାଳନା ସମିତି କର୍ମକର୍ତ୍ତା ଓ ଶିକ୍ଷୟିତ୍ରୀଶିକ୍ଷକ ଅଂଶଗ୍ରହଣ କରିଥିଲେ। କନ୍ତପଡ଼ା ଜୈବ ବିବିଧତା ପରିଚାଳନା ସମିତି ଅଧ୍ୟକ୍ଷ ବୀରେନ୍‌ କୁମାର ପ୍ରଧାନ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାଳଚେରରେ ଚାଞ୍ଚଲ୍ୟ: ପାଇପଲାଇନ ନିକଟରୁ ମିଳିଲା ୨ ମୃତଦେହ, ହତ୍ୟା ସନ୍ଦେହ

ତାଳଚେର,୨୪।୧୨(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଥାନାର ୧୪୯ନଂ ଜାତୀୟ ରାଜପଥର ଲିଙ୍ଗରାକଟା ଗ୍ରାମ ନିକଟସ୍ଥ ନାଲକୋର ପାଇପଲାଇନ ନିକଟରେ ବୁଧବାର ସକାଳ ସମୟରେ ରାସ୍ତାର...

ଅଭାବନୀୟ ଘଟଣା, ଶାଗ-ଚିକେନ ଖାଇ ଚାଲିଗଲା ୩ ଜଣଙ୍କ ଜୀବନ

ଅନୁଗୋଳ,୨୨ା୧୨: ଢେଙ୍କାନାଳ ସାମ୍ନାକୁ ଆସିଛି ଅଭାବନୀୟ ଘଟଣା । ଖାଦ୍ୟରେ ବିଷକ୍ରିୟା କାରଣରୁ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ରହିଛି...

ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ

ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...

ଓଡ଼ିଶାରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ: ମା’ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ବୋହୂ, ୮ ମାସ ତଳେ…

ଅନୁଗୋଳ,୧୮ା୧୨(ଜ୍ୟୋତିରଞ୍ଜନ ସାହୁ): ମାତ୍ର ୮ ମାସ ତଳେ ଘରକୁ ଆସିଥିବା ବୋହୂ ନେଇଛନ୍ତି ଶାଶୁଙ୍କ ଜୀବନ। ପାରିବାରିକ କଳହରୁ ମା’ ସହ ମିଶି ଶାଶୁ କୁନି...

ପୋକୁଣ୍ଡା ସେକ୍ସନରେ ଦନ୍ତା ହାତୀର ମୃତ୍ୟୁ, ତଦନ୍ତ କରୁଛି ବନବିଭାଗ

ଅନୁଗୋଳ ୧୫୲୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶି ଠାରେ ସୋମବାର ସକାଳୁ ଏକ ଦନ୍ତା ହାତୀର ମୃତଦେହ ମିଳିଛି...

ସକାଳୁ ସକାଳୁ ବାଜିଲା ଗୁଳି….

ଅନୁଗୋଳ,୧୨।୧୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶିକ୍ଷକପଡ଼ା ଛକ ନିକଟରେ ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଛି। ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି ଗୁରୁତର ବ୍ୟକ୍ତଙ୍କୁ କଟକ ସ୍ଥାନାନ୍ତର...

ପାଣି ଟାଙ୍କି ଉପରେ ଚଢ଼ିଗଲା ଷଣ୍ଢ: ଆଉ ତା’ପରେ…

ଅନୁଗୋଳ ୧୦।୧୨ ( ମାନସ ବିଶ୍ୱାଳ ): ଅନୁଗୋଳ ବ୍ଲକ ବସଲା ପଞ୍ଚାୟତ ଭେରୁବଣିଆ ଗାଁର ଗ୍ରାମୀଣ ପାନୀୟ ଜଳ ଟାଙ୍କି ଉପରକୁ ଏକ ଷଣ୍ଢ...

ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ: ଗର୍ଜନ ଶୁଣି…

ଅନୁଗୋଳ,୯।୧୨(ମାନସ ବିଶ୍ୱାଳ): ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ, ଅନୁଗୋଳ ରେଞ୍ଜ ପୁରୁଣା ଗଡ଼ ସେକ୍ସନ କରତପଟା ବିଟ ଅନ୍ତର୍ଗତ ଜଙ୍ଗଲରେ ଫାଶରେ ପଡିଛି କଲରାପତରିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri