Posted inଜାତୀୟ

ଘରେ ବସି ଭୋଟ ଦେଇପାରିବେ ୮୦ ବର୍ଷ ବୟସ୍କ ବ୍ୟକ୍ତି : ଇସି ଆରମ୍ଭ କଲେ ‘ଭୋଟ ଫର୍ମ ହୋମ୍‌’ ପ୍ରକ୍ରିୟା…

ବେଙ୍ଗାଲୁରୁ,୧୧।୩ : ନିର୍ବାଚନ ଆୟୋଗ ଶନିବାର କହିଛନ୍ତି ଯେ ଆଗାମୀ କର୍ନାଟକ ବିଧାନସଭା ନିର୍ବାଚନରେ ୮୦ ବର୍ଷ ଅବା ଏହାଠାରୁ ଅଧିକ ବୟସ୍କ ଏବଂ ଦିବ୍ୟାଙ୍ଗଙ୍କ ପାଇଁ ଘରେ ବସି ଭୋଟ ଦେବା ଲାଗି ‘ଭୋଟ ଫର୍ମ ହୋମ୍‌’ ସୁବିଧା ଆରମ୍ଭ କରାଯାଇଛି। ଏହା ସହିତ କମିଶନ କହିଛନ୍ତି ଯେ ରାଜ୍ୟରେ ଯୁବ ଭୋଟରଙ୍କ ସଂଖ୍ୟା ବୃଦ୍ଧି ପାଇଥିବାବେଳେ ସେଠାରେ ପ୍ରାୟ ୧୭ ହଜାର ଭୋଟର ଅଛନ୍ତି, ଯେଉଁମାନଙ୍କର ବୟସ ୧୦୦ ବର୍ଷ ଅତିକ୍ରମ କରିଛି । ସେମାନଙ୍କର ସୁବିଧା ପାଇଁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି।

ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାରଙ୍କ ସହ ବେଙ୍ଗାଲୁରୁରେ ଏକ ଗଣମାଧ୍ୟମ ସମ୍ମିଳନୀରେ ନିର୍ବାଚନ କମିଶନର ଅନୁପ ଚନ୍ଦ୍ର ପାଣ୍ଡେ ଏବଂ ଅରୁଣ ଗୋୟଲ ଆଗାମୀ କର୍ନାଟକ ବିଧାନସଭା ପାଇଁ ପ୍ରସ୍ତୁତି ସମ୍ପର୍କରେ ସୂଚନା ଦେଇଛନ୍ତି। ଏହି ସମୟରେ ସେ କହିଛନ୍ତି ଯେ ପ୍ରଥମ ଥର ପାଇଁ ନିର୍ବାଚନ ଆୟୋଗ ୮୦ ବର୍ଷରୁ ଅଧିକ ବୟସ୍କ ଭୋଟରଙ୍କୁ ଏହି ସୁବିଧା ଯୋଗାଇବାକୁ ଯାଉଛନ୍ତି।

ସିଇସି ରାଜୀବ କୁମାର କହିଛନ୍ତି, ଆମ ଦଳ ଫର୍ମ-୧୨ ଡି ସହିତ ଏଭଳି ଭୋଟରଙ୍କ ନିକଟକୁ ଯିବେ। ତଥାପି ଆମେ ୮୦ ବର୍ଷ ଅବା ଏହାଠାରୁ ଅଧିକ ବୟସ୍କ ଲୋକଙ୍କୁ ଯେଉଁମାନେ ଏହି ସୁବିଧା ନେବାକୂ ଚାହୁଁ ନାହାନ୍ତି ସେମାନଙ୍କୁ ମତଦାନ ବୁଥକୁ ଆସିବାକୁ ଉତ୍ସାହିତ କରିବୁ।

ଏହି ପରିପ୍ରେକ୍ଷୀରେ ଗୋପନୀୟତା ବଜାୟ ରହିବ ଏବଂ ସମଗ୍ର ପ୍ରକ୍ରିୟାର ଭିଡିଓଗ୍ରାଫି କରାଯିବ ବୋଲି ରାଜୀବ କୁମାର କହିଛନ୍ତି। ସେ କହିଛନ୍ତି ଯେ ଦିବ୍ୟାଙ୍ଗଙ୍କ ପାଇଁ ଏକ ମୋବାଇଲ ଆପ୍ଲିକେଶନ ‘ସକ୍ଷମ’ ଲଞ୍ଚ କରାଯାଇଛି ଯେଉଁଥିରେ ସେମାନେ ଲଗଇନ କରିପାରିବେ ଏବଂ ଭୋଟ ଦେବାର ସୁବିଧା ଚୟନ କରିପାରିବେ।

କୁମାର କହିଛନ୍ତି ଯେ ଅନ୍ୟ ଏକ ମୋବାଇଲ ଆପ୍ଲିକେସନ ‘ସୁବିଧା’ ବିକଶିତ ହୋଇଛି, ଯାହା ପ୍ରାର୍ଥୀଙ୍କ ନାମାଙ୍କନ ଏବଂ ଆଫିଡେଭିଟ ଦାଖଲ ପାଇଁ ଏକ ଅନଲାଇନ ପୋର୍ଟାଲ ଅଟେ। ସେ କହିଛନ୍ତି ଯେ ପ୍ରାର୍ଥୀମାନେ ସଭା ତଥା ସମାବେଶ ପାଇଁ ଅନୁମତି ମାଗିବା ପାଇଁ ‘ସୁବିଧା’ ପୋର୍ଟାଲ ମଧ୍ୟ ବ୍ୟବହାର କରିପାରିବେ।
ସେ କହିଛନ୍ତି ଯେ ଭୋଟରଙ୍କ ସୁବିଧା ପାଇଁ ନିର୍ବାଚନ ଆୟୋଗ ‘ତୁମର ପ୍ରାର୍ଥୀଙ୍କୁ ଜାଣ’ (କଓ୍ବୋଇସି) ନାମକ ଏକ ଅଭିଯାନ ମଧ୍ୟ ଆରମ୍ଭ କରିଛି।

କର୍ନାଟକ ବିଧାନସଭା ନିର୍ବାଚନ ବିଷୟରେ ସେ କହିଛନ୍ତି ଯେ ରାଜ୍ୟର ୨୨୪ ନିର୍ବାଚନମଣ୍ଡଳୀ ମଧ୍ୟରୁ ଅନୁସୂଚିତ ଜାତି ପାଇଁ ୩୬ ଟି ଏବଂ ଅନୁସୂଚିତ ଜନଜାତି ପାଇଁ ୧୫ଟି ସିଟ ସଂରକ୍ଷିତ ରହିଛି। ସେ କହିଛନ୍ତି ଯେ ରାଜ୍ୟରେ ୫.୨୧ କୋଟି ଭୋଟର ଅଛନ୍ତି, ଯେଉଁମାନଙ୍କ ମଧ୍ୟରୁ ୨.୫୯ କୋଟି ମହିଳା ଭୋଟର । ଏଥି ସହିତ ୧୬,୯୭୬ ଭୋଟରଙ୍କ ବୟସ ୧୦୦ ବର୍ଷରୁ ଅଧିକ ହୋଇଥିବାବେଳେ୯.୧୭ ଲକ୍ଷ ଭୋଟର ପ୍ରଥମ ଥର ପାଇଁ ଭୋଟ ଦେବେ। ଏହା ବ୍ୟତୀତ ୧୨.୧୫ ଲକ୍ଷ ଭୋଟର ଅଛନ୍ତି ଯେଉଁମାନେ ୮୦ବର୍ଷ ବୟସରୁ ଅଧିକ ହୋଇଥିବାବେଳେ ୫.୫୫ ଲକ୍ଷ ଦିବ୍ୟାଙ୍ଗ ଭୋଟର ଅଛନ୍ତି।

ଅନ୍ୟପକ୍ଷରେ କର୍ଣ୍ଣାଟକ ର୍ନିବାଚନର ସମ୍ଭାବ୍ୟ ତାରିଖ ସମ୍ପର୍କରେ ପଚରାଯିବାରୁ ସେ କହିଛନ୍ତି ଯେ ବର୍ତ୍ତମାନର ବିଧାନସଭା କାର୍ଯ୍ୟକାଳ ଶେଷ ହେବାର ମେ ୨୪ ପୂର୍ବରୁ ଏହା ହେବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

‘ଆମେ ଦୁଇ ଆମର ଦୁଇ ଡଜନ, ମୋ ମା’ଙ୍କର ୭୨ ନାତୁଣୀ-ନାତି’, ମୋହନ ଭାଗବତଙ୍କୁ କଡ଼ା ଟାର୍ଗେଟ କଲେ AIMIM ନେତା

ନୂଆଦିଲ୍ଲୀ,୯।୨: ଉତ୍ତର ପ୍ରଦେଶର ମୁରାଦାବାଦରେ, ଅସଦୁଦ୍ଦିନ ଓୱେସିଙ୍କ ଦଳ AIMIMର ୟୁପି ରାଜ୍ୟ ସଭାପତି ଶୌକତ ଅଲି ଜନସଂଖ୍ୟା ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ଏକ…

ରୋଗ ପ୍ରତିରୋଧକ ଶକ୍ତି ବଢ଼ାଏ କ୍ଷୀର

ନିୟମିତ କ୍ଷୀର ପିଇଲେ ତାହା ଆମ ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ତେବେ ଏହାର ଏକ ଖାସ୍‌ ଗୁଣ ରହିଛି। ତାହା କ’ଣ ଜାଣନ୍ତି?…

ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ହତ୍ୟା ଧମକ, ଜୀବନରୁ ମାରିଦେବାକୁ…

ଭୁବନେଶ୍ବର,୯।୧: ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ଜୀବନରୁ ମାରିଦେବାକୁ ଧମକ ଦିଆଯାଇଥିବା ନେଇ ଅଭିଯୋଗ ହୋଇଛି । ଦୁଇ ବଡ଼ବାପାଙ୍କ ପୁଅଙ୍କ ବିରୋଧରେ ଅଭିଯୋଗ ଆଣିଲେ ସାତ୍ୟକି…

ଯୌତୁକ ଜୁଇରେ ଜଳିଗଲେ ଜ୍ୟୋତ୍ସ୍ନା: ସ୍ବାମୀ-ଦିଅର ଫେରାର

ବାଣପୁର,୯।୨(ଦିଲ୍ଲୀପ କୁମାର ସ୍ବାଇଁ): ଯୌତୁକ ଜୁଇରେ ପୁଣି ଜଣେ ବଧୂ। ଶାଶୁ ଘର ନିର୍ଯାତନା ଦେବା ସହ ବଧୂକୁ ଜୀବନରେ ମାରି ଦେଇଥିବା ଅଭିଯୋଗ ହୋଇଛି। ପୋଲିସ…

ପେଟ୍ରୋଲ ପକାଉ ଥିବାବେଳେ ହଠାତ୍‌ ଜଳିଗଲା ବାଇକ୍‌

ବାସୁଦେବପୁର,୯।୧: ରାସ୍ତାରେ ଜଳିଗଲା ବାଇକ। ଭଦ୍ରକ ଜିଲା ବାସୁଦେବପୁରର ବ୍ଲକ ରୋଡରୁ ସୁଦର୍ଶନ ପୁରକୁ ସଂଯୋଗ କରୁଥିବା ରାସ୍ତାର ଗୋପାଳପୁର ଛକଠାରେ ସୋମବାର  ପୂର୍ବାହ୍ନ ସାଢ଼େ ୧୨ଟାବେଳେ…

ଅଦୃଶ୍ୟ ଆକ୍ରମଣକାରୀ : ମାଇକ୍ରୋପ୍ଲାଷ୍ଟିକ

ବିଶ୍ୱ ସ୍ତରରେ, ମାଇକ୍ରୋପ୍ଲାଷ୍ଟିକ୍‌ ଏକ ସର୍ବବ୍ୟାପୀ ପ୍ରଦୂଷକ ପାଲଟିଛି। ଏଗୁଡ଼ିକୁ ଗଭୀର ସମୁଦ୍ର ଅବଶେଷ, ଧ୍ରୁବୀୟ ବରଫ ପାହାଡ଼, ଉଷ୍ଣକଟିବନ୍ଧୀୟ ବର୍ଷାଜଳ ଏବଂ ମାନବ ରକ୍ତପ୍ରବାହରେ ଆବିଷ୍କାର…

ମନମୁତାବକ ପୋଷ୍ଟିଂ ପାଇଁ ବଢୁଛି ପୋଲିସ ଅଧିକାରୀଙ୍କ ଲବି

ଭୁବନେଶ୍ୱର,୯ା୨(ତ୍ରିନାଥ ମହାନ୍ତି): କମିଶନରେଟ୍‌ ପୋଲିସରେ କାମ କରିବାକୁ ଅଧିକାଂଶ ପୋଲିସ ବାବୁଙ୍କ ଇଚ୍ଛା। ସବୁକିଛି ସୁବିଧା ମିଳୁଥିବାରୁ ସେମାନେ ଜିଲାକୁ ଯିବାକୁ ଚାହୁଁନାହାନ୍ତି। ନିଜ ମନମୁତାବକପୋଷ୍ଟିଂ ପାଇଁ…

ଟ୍ରାକ୍‌ରୁ ମୃତଦେହ ମିଳିବା ଘଟଣା: ୫ ଦିନ ହେଲା ରେଳବାଇ ପୋଲିସ ପାଉନାହିଁ ମୁଣ୍ଡ, ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

ବଲାଙ୍ଗୀର,୯ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲଓ୍ବେ ଷ୍ଟେଶନରୁ ମାତ୍ର ୧ କିଲୋମିଟର ଦୂର ଖୁଜେନପାଲି ନିକଟସ୍ଥ ବଲାଙ୍ଗୀର ଦେଓଗାଁ ରେଲଓ୍ବେ ଟ୍ରାକ୍‌ ଉପରେ ଜଣେ ଅଜଣା ବ୍ୟକ୍ତିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri