Posted inଜାତୀୟ

ଚାର୍ଜ ବେଳେ ଇଲେକ୍ଟ୍ରିକ୍‌ ସ୍କୁଟର ବ୍ୟାଟେରି ବିସ୍ଫୋରଣ, ଚାଲିଗଲା ବୃଦ୍ଧଙ୍କ ଜୀବନ

ହାଇଦ୍ରାବାଦ,୨୨।୪: ତେଲଙ୍ଗାନା ନିଜାମାବାଦ ଜିଲାରେ ଏକ ଅଘଟଣ ଘଟିଛି। ଚାର୍ଜରେ ବସିଥିବା ଏକ ଇଲେକ୍ଟ୍ରିକ ସ୍କୁଟର ବ୍ୟାଟେରି ବିସ୍ଫୋରଣ ହେବାରୁ ଜଣେ ୮୦ ବର୍ଷ ବୟସ୍କ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ଅନ୍ୟପକ୍ଷେ ପରିବାରର ୩ ଜଣ ଆହତ ହୋଇଛନ୍ତି। ଘଟଣାଟି ବୁଧବାର ଭୋରରେ ଘଟିଛି।
ସୂଚନାଯୋଗ୍ୟ, ଘରର ଏକ କୋଠରିରେ ସ୍କୁଟରରେ ଲାଗିଥିବା ବ୍ୟାଟେରିକୁ ଚାର୍ଜ କରାଯାଉଥିଲା। ସେତିକିବେଳେ ବ୍ୟାଟେରି ଫାଟି ସ୍କୁଟରରେ ନିଆଁ ଲାଗିଯାଇଥିଲା। ଫଳରେ ବୃଦ୍ଧଙ୍କ ସହ ପରିବାର ଅନ୍ୟ ୩ଜଣ ଆହତ ହୋଇଥିଲେ। ସେମାନଙ୍କୁ ଉଦ୍ଧାର କରି ନିଜାମାବାଦ ସହରର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ହେଲେ ବୃଦ୍ଧଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ହାଇଦ୍ରାବାଦର ଏକ ଡାକ୍ତରଖାନାକୁ ନିଆଯାଉଥିଲା। ବାଟରେ ତାଙ୍କର ମୃତ୍ୟୁ ଘଟିଥିବା ପୋଲିସ ପକ୍ଷରୁ କୁହାଯାଇଛି। ମୃତକ ହେଲେ ବି. ରାମସ୍ବାମୀ। ପୁଅ ପ୍ରକାଶ, ସ୍ତ୍ରୀ କମଳାମ୍ମା ଏବଂ ବୋହୂ କୃଷ୍ଣାବେଣୀ ଆହତ ହୋଇ ଚିକିତ୍ସିତ ହେଉଛନ୍ତି।
ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏନେଇ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଦନପୁର କଲେଜ ଛାତ୍ର ସଂସଦ ନିର୍ବାଚନ ବାତିଲ

ରାଜନଗର, ୧୧।୧୦ (ଭାସ୍କର ରାଉତରାୟ): ସ୍ଥାନୀୟ ୟୁ. କେ. ମହାବୀର ମହାବିଦ୍ୟାଳୟରେ ଶନିବାର ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଗଣ୍ଡଗୋଳ ଓ ମାରପିଟ ଘଟିଥିବା ଅଭିଯୋଗ…

ଏଇ ଭାରତରେ

ନିଶା ବିନାଶର କାରଣ- ଏହିି କଥାକୁ ଭଲ ଭାବେ ହୃଦୟଙ୍ଗମ କରିଛନ୍ତି ହିମାଚଳପ୍ରଦେଶର ଲତା ଦେବୀ। ସେ ବାମସନ୍‌ ବ୍ଲକ ବାହ୍ଲୋ ପଞ୍ଚାୟତର ସରପଞ୍ଚ ଭାବେ ୫ଟି…

ନ୍ୟୁଜିଲାଣ୍ଡ ସିରିଜ ପୂର୍ବରୁ ବଡ଼ ହଲଚଲ: ବାଦ୍‌ ପଡ଼ିଲେ ଭାରତୀୟ ଅଧିନାୟକ ଶୁଭମନ ଗିଲ!

ନୂଆଦିଲ୍ଲୀ,୧୧।୧୦: ନ୍ୟୁଜିଲାଣ୍ଡ ଗସ୍ତ ପୂର୍ବରୁ ନିଜ ବ୍ୟାଟିଂ ଫର୍ମ ପରଖିବା ସହ ମ୍ୟାଚ ଅଭ୍ୟାସ ହାସଲ କରିବା ପାଇଁ ଭାରତୀୟ ଟେଷ୍ଟ ଓ ଦିନିକିଆ ଦଳର ଅଧିନାୟକ…

ଇସ୍ତଫା ଦାବିରେ ଅଟଳ ସିଜେପି, ସକାଳୁ ସକାଳୁ କଲା ବଡ଼ ଘୋଷଣା; ସରକାର ଛାନିଆ!

ନୂଆଦିଲ୍ଲୀ,୧୧।୧୦: କକ୍ରୋଚ ଜନତା ପାର୍ଟି (ସିଜେପି) ପକ୍ଷରୁ ରବିବାର ସକାଳ ୧୦ଟାରେ ଜନ୍ତରମନ୍ତରଠାରେ ପ୍ରତିବାଦ ପ୍ରଦର୍ଶନ କରିବାକୁ ଆହୱାନ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ…

ଆଜିଠୁ ନବରାତ୍ରି ଆରମ୍ଭ: ୪ ରାଶିଙ୍କ ଭାଗ୍ୟରେ ଲାଗିଲା ଚାରିଚାନ୍ଦ, ଦଶହରା ସୁଦ୍ଧା ଚାକିରି-ବ୍ୟବସାୟରେ…

ଭୁବନେଶ୍ୱର: ମା’ ଦୁର୍ଗାଙ୍କ ଆରାଧନାର ପବିତ୍ର ପର୍ବ ଶାରଦୀୟ ନବରାତ୍ରିକୁ ନେଇ ଭକ୍ତଙ୍କ ମଧ୍ୟରେ ବିଶେଷ ଉତ୍ସାହ ରହିଥାଏ। ଚଳିତ ବର୍ଷ ୨୦୨୬ ଅକ୍ଟୋବର ୧୧ ତାରିଖରୁ…

ମାନବ ଅଧିକାର ଶାନ୍ତିଦୂତ

ହନ ଦାସ କରମଚାନ୍ଦ ଗାନ୍ଧୀ ମହାତ୍ମା ଗାନ୍ଧୀରେ ପରିଣତ ହେବା ପାଇଁ ଯେଉଁ କର୍ମଭୂମି ତାଙ୍କୁ ଆଦ୍ୟ ସୁଯୋଗ ଦେଇଥିଲା, ତାହା ଥିଲା ଦକ୍ଷିଣ ଆଫ୍ରିକା। ଜଣେ…

ଆଜି ଯନ୍ତରମନ୍ତର ଘେରାଉ ପାଇଁ ସିଜେପିର ଆହ୍ୱାନ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)ରେ ବ୍ୟାପକ ଅନିୟମିତତା ଏବଂ ୧୩ କୋଟି ଭୋଟରଙ୍କ ନଁା କାଟିବା ଅଭିଯୋଗରେ ମୁଖ୍ୟ ନିର୍ୱାଚନ…

ସିସେଲ୍ସରେ ମଣିଷକୁ ଟପିଲେଣି କଇଁଛ

ଭିକ୍ଟୋରିଆ,୧୧ା୧୦: ଦିନେ ବିଲୁପ୍ତ ହେବାକୁ ବସିଥିବା ଆଲଡାବ୍ରା କଇଁଛଙ୍କ ସଂଖ୍ୟା ବର୍ତ୍ତମାନ ମଣିଷଙ୍କୁ ମଧ୍ୟ ଟପିଗଲାଣି। ବ୍ୟାପକ ଶୋଷଣ ଏବଂ ଅତ୍ୟଧିକ ଶିକାର ଯୋଗୁଁ ଆଲଡାବ୍ରାର କଇଁଛ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?