୪୦ ଲକ୍ଷ ଚାଷୀଙ୍କୁ ଦିଆଗଲା ୮୦୦ କୋଟି

ଭୁବନେଶ୍ୱର,୪ା୫(ବ୍ୟୁରୋ): ଅକ୍ଷୟ ତୃତୀୟା ଓ କୃଷକ ଦିବସ ଅବସରରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଚାଷୀଙ୍କୁ କାଳିଆ ଯୋଜନାର ସହାୟତା ରାଶି ପ୍ରଦାନ କରିଛନ୍ତି। ବ୍ରଜରାଜନଗର ଆସନରେ ଉପନିର୍ବାଚନ ହେବାକୁ ଥିବାରୁ ଝାରସୁଗୁଡ଼ା ଜିଲାରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି। ତେଣୁ ଝାରସୁଗୁଡ଼ା ଜିଲା ଚାଷୀଙ୍କୁ ବାଦ୍‌ଦେଇ ରାଜ୍ୟର ପ୍ରାୟ ୪୦ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ବ୍ୟାଙ୍କ ଖାତାକୁ ପାଖାପାଖି ୮୦୦ କୋଟି ଟଙ୍କା ସିଧାସଳଖ ପ୍ରଦାନ କରାଯାଇଛି। ଚାଷୀମାନେ ଏହି ଟଙ୍କାକୁ ଚାଷକାମରେ ଲଗାଇ କୃଷିରେ ଉନ୍ନତି ଆଣନ୍ତୁ ବୋଲି ମୁଖ୍ୟମନ୍ତ୍ରୀ
ପରାମର୍ଶ ଦେଇଛନ୍ତି। କାଳିଆ ଯୋଜନାରେ ଚାଷୀଙ୍କୁ ୭ମ କିସ୍ତି ପ୍ରଦାନ କରାଯାଇଛି। ଭିଡିଓ କନ୍‌ଫରେନ୍ସରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆମର କୃଷକମାନେ କେବଳ ଓଡ଼ିଶା ନୁହେଁ,
ସାରା ଦେଶର ଖାଦ୍ୟ ସୁରକ୍ଷାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି।
ଏ ବର୍ଷ କୃଷି ପାଇଁ ୨୦ହଜାର କୋଟିରୁ ଅଧିକ ଟଙ୍କାର ବଜେଟ ରଖାଯାଇଛି। ଏହି ଅବସରରେ କୃଷି ବିକାଶ ପାଇଁ ୮ଟି ନୂଆ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ପଣସ ମିଶନ ଓ ରିୱାର୍ଡ (ରେଜୁଭିନେଟିଂ ଓ୍ବାଟରସେଡ୍‌ ଫର୍‌ ଏଗ୍ରିକଲ୍‌ଚରାଲ ରେଜିଲେନ୍ସ ଥ୍ରୁ ଇନୋଭେଟିଭ ଡେଭଲପମେଣ୍ଟ) କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଏହାସହ ମିଲେଟ୍‌ ମିଶନ ଓ ସମନ୍ବିତ କୃଷି ପ୍ରୋତ୍ସାହନ ନିମନ୍ତେ ସ୍ବତନ୍ତ୍ର କାର୍ଯ୍ୟକ୍ରମର ପ୍ରସାର ମଧ୍ୟ କରାଯାଉଛି। ପଣସ ମିଶନରେ ୯ ଜିଲାର ଚାଷୀଙ୍କ ପାଇଁ ୯୭ କୋଟି ଟଙ୍କାର ପ୍ରୋତ୍ସାହନ ରଖାଯାଇଥିବା ବେଳେ ରିୱାର୍ଡ ଯୋଜନାରେ ବୈଜ୍ଞାନିକ ପ୍ରଣାଳୀରେ ଜଳ ବିଭାଜିକା କାର୍ଯ୍ୟକ୍ରମ ଜରିଆରେ ଚାଷ ଜମିର ଉତ୍ପାଦକତା ବୃଦ୍ଧି ପାଇଁ ୫୦୦ କୋଟି ଟଙ୍କାର ଅର୍ଥ ବ୍ୟବସ୍ଥା କରାଯାଇଛି। ସେହିପରି ଓଡ଼ିଶା ମିଲେଟ୍‌ ମିଶନରେ ୧୯ ଜିଲାର ୧୮୨ଟି ବ୍ଲକର ଚାଷୀଙ୍କ ପାଇଁ ୨୮୦୮ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଥିବା ବେଳେ ସମନ୍ବିତ କୃଷିର ପ୍ରୋତ୍ସାହନ ପାଇଁ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ୮ଟି ଜିଲାର ୧.୮ ଲକ୍ଷ କୃଷକ ପରିବାରକୁ ସାମିଲ କରିବା ପାଇଁ ୨୩୯ କୋଟି ଟଙ୍କାର ଅର୍ଥ ବ୍ୟବସ୍ଥା କରାଯାଇଛି। ଏହି ୪ଟି ଯୋଜନା ପାଇଁ ୩୬୪୪ କୋଟି ଟଙ୍କା ଖର୍ଚ୍ଚ ହେବ।
ଏହି ଅବସରରେ ଚାଷୀଙ୍କ ପାଇଁ ନୂଆ ‘କୃଷକ ଓଡ଼ିଶା’ ପୋର୍ଟାଲ ଲୋକାର୍ପିତ କରାଯାଇଛି। ଏଥିରେ ଚାଷୀମାନେ ସାମିଲହୋଇ ସେମାନଙ୍କ ତଥ୍ୟ ଅପ୍‌ଡେଟ୍‌ କଲେ ଆବଶ୍ୟକ ସେବା ଓ ପରାମର୍ଶ ପାଇପାରିବେ। ଏହାସହ କୃଷକ ଓ କୃଷି ଉଦ୍ୟୋଗୀଙ୍କ ପାଇଁ ‘ଗୋ-ସୁଗମ’ ପୋର୍ଟାଲର ମଧ୍ୟ ଶୁଭାରମ୍ଭ କରାଯାଇଛି। ଏହା କୃଷକଙ୍କ ପାଇଁ ଦେଶର ପ୍ରଥମ ସିଙ୍ଗଲ ଓ୍ବିଣ୍ଡୋ ପ୍ଲାଟ୍‌ଫର୍ମ। ଏହାସହ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ କୃଷକଙ୍କ ଆୟ ବୃଦ୍ଧି ନିମନ୍ତେ ବାସ୍ତବମୁଖୀ ନୀତି ନିର୍ଦ୍ଧାରଣ ପାଇଁ ଆନ୍ତର୍ଜାତିକ ଖାଦ୍ୟନୀତି ଗବେଷଣା ପ୍ରତିଷ୍ଠାନ ଓ ରାଜ୍ୟ କୃଷି ବିଭାଗ ମଧ୍ୟରେ ଏକ ବୁଝାମଣାପତ୍ର ମଧ୍ୟ ସ୍ବାକ୍ଷରିତ ହୋଇଛି। କୃଷକଙ୍କ ସଶକ୍ତୀକରଣ ପାଇଁ କୃଷକ ଉତ୍ପାଦକ ସଙ୍ଗଠନର ଏକ ମାର୍ଗଦର୍ଶିକା ମଧ୍ୟ ମୁଖ୍ୟମନ୍ତ୍ରୀ ଉନ୍ମୋଚନ କରିଛନ୍ତି।
ଏହି ଅବସରରେ କୃଷିମନ୍ତ୍ରୀ ଅରୁଣ ସାହୁ କହିଛନ୍ତି, ଅନେକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଲେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଦୃଢ଼ ନେତୃତ୍ୱ ପାଇଁ ଓଡ଼ିଶା ଆଜି କୃଷି କ୍ଷେତ୍ରରେ ଅଗ୍ରଣୀ ହୋଇପାରିଛି। ଏହି କାର୍ଯ୍ୟକ୍ରମରେ ବହୁ ଚାଷୀ କାଳିଆ ଯୋଜନା ଯୋଗୁ ସେମାନଙ୍କ ଚାଷକାମରେ କିପରି ଉନ୍ନତି ଆସିଛି ସେନେଇ ନିଜର ଅଭିଜ୍ଞତା ବର୍ଣ୍ଣନା କରିଛନ୍ତି। କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସଞ୍ଜୀବ ଚୋପ୍ରା ସ୍ବାଗତ ଭାଷଣ ଦେଇଥିଲେ। କୃଷି ବିଭାଗର ସ୍ବତନ୍ତ୍ର ସଚିବ ଧନ୍ୟବାଦ ଅର୍ପଣ କରିଥିଲେ। ବିଭିନ୍ନ ଜିଲାରେ ଜିଲାପାଳ ଓ ଚାଷୀ ମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri