୪୦ ଲକ୍ଷ ଚାଷୀଙ୍କୁ ଦିଆଗଲା ୮୦୦ କୋଟି

ଭୁବନେଶ୍ୱର,୪ା୫(ବ୍ୟୁରୋ): ଅକ୍ଷୟ ତୃତୀୟା ଓ କୃଷକ ଦିବସ ଅବସରରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଚାଷୀଙ୍କୁ କାଳିଆ ଯୋଜନାର ସହାୟତା ରାଶି ପ୍ରଦାନ କରିଛନ୍ତି। ବ୍ରଜରାଜନଗର ଆସନରେ ଉପନିର୍ବାଚନ ହେବାକୁ ଥିବାରୁ ଝାରସୁଗୁଡ଼ା ଜିଲାରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି। ତେଣୁ ଝାରସୁଗୁଡ଼ା ଜିଲା ଚାଷୀଙ୍କୁ ବାଦ୍‌ଦେଇ ରାଜ୍ୟର ପ୍ରାୟ ୪୦ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ବ୍ୟାଙ୍କ ଖାତାକୁ ପାଖାପାଖି ୮୦୦ କୋଟି ଟଙ୍କା ସିଧାସଳଖ ପ୍ରଦାନ କରାଯାଇଛି। ଚାଷୀମାନେ ଏହି ଟଙ୍କାକୁ ଚାଷକାମରେ ଲଗାଇ କୃଷିରେ ଉନ୍ନତି ଆଣନ୍ତୁ ବୋଲି ମୁଖ୍ୟମନ୍ତ୍ରୀ
ପରାମର୍ଶ ଦେଇଛନ୍ତି। କାଳିଆ ଯୋଜନାରେ ଚାଷୀଙ୍କୁ ୭ମ କିସ୍ତି ପ୍ରଦାନ କରାଯାଇଛି। ଭିଡିଓ କନ୍‌ଫରେନ୍ସରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆମର କୃଷକମାନେ କେବଳ ଓଡ଼ିଶା ନୁହେଁ,
ସାରା ଦେଶର ଖାଦ୍ୟ ସୁରକ୍ଷାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି।
ଏ ବର୍ଷ କୃଷି ପାଇଁ ୨୦ହଜାର କୋଟିରୁ ଅଧିକ ଟଙ୍କାର ବଜେଟ ରଖାଯାଇଛି। ଏହି ଅବସରରେ କୃଷି ବିକାଶ ପାଇଁ ୮ଟି ନୂଆ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ପଣସ ମିଶନ ଓ ରିୱାର୍ଡ (ରେଜୁଭିନେଟିଂ ଓ୍ବାଟରସେଡ୍‌ ଫର୍‌ ଏଗ୍ରିକଲ୍‌ଚରାଲ ରେଜିଲେନ୍ସ ଥ୍ରୁ ଇନୋଭେଟିଭ ଡେଭଲପମେଣ୍ଟ) କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଏହାସହ ମିଲେଟ୍‌ ମିଶନ ଓ ସମନ୍ବିତ କୃଷି ପ୍ରୋତ୍ସାହନ ନିମନ୍ତେ ସ୍ବତନ୍ତ୍ର କାର୍ଯ୍ୟକ୍ରମର ପ୍ରସାର ମଧ୍ୟ କରାଯାଉଛି। ପଣସ ମିଶନରେ ୯ ଜିଲାର ଚାଷୀଙ୍କ ପାଇଁ ୯୭ କୋଟି ଟଙ୍କାର ପ୍ରୋତ୍ସାହନ ରଖାଯାଇଥିବା ବେଳେ ରିୱାର୍ଡ ଯୋଜନାରେ ବୈଜ୍ଞାନିକ ପ୍ରଣାଳୀରେ ଜଳ ବିଭାଜିକା କାର୍ଯ୍ୟକ୍ରମ ଜରିଆରେ ଚାଷ ଜମିର ଉତ୍ପାଦକତା ବୃଦ୍ଧି ପାଇଁ ୫୦୦ କୋଟି ଟଙ୍କାର ଅର୍ଥ ବ୍ୟବସ୍ଥା କରାଯାଇଛି। ସେହିପରି ଓଡ଼ିଶା ମିଲେଟ୍‌ ମିଶନରେ ୧୯ ଜିଲାର ୧୮୨ଟି ବ୍ଲକର ଚାଷୀଙ୍କ ପାଇଁ ୨୮୦୮ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଥିବା ବେଳେ ସମନ୍ବିତ କୃଷିର ପ୍ରୋତ୍ସାହନ ପାଇଁ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ୮ଟି ଜିଲାର ୧.୮ ଲକ୍ଷ କୃଷକ ପରିବାରକୁ ସାମିଲ କରିବା ପାଇଁ ୨୩୯ କୋଟି ଟଙ୍କାର ଅର୍ଥ ବ୍ୟବସ୍ଥା କରାଯାଇଛି। ଏହି ୪ଟି ଯୋଜନା ପାଇଁ ୩୬୪୪ କୋଟି ଟଙ୍କା ଖର୍ଚ୍ଚ ହେବ।
ଏହି ଅବସରରେ ଚାଷୀଙ୍କ ପାଇଁ ନୂଆ ‘କୃଷକ ଓଡ଼ିଶା’ ପୋର୍ଟାଲ ଲୋକାର୍ପିତ କରାଯାଇଛି। ଏଥିରେ ଚାଷୀମାନେ ସାମିଲହୋଇ ସେମାନଙ୍କ ତଥ୍ୟ ଅପ୍‌ଡେଟ୍‌ କଲେ ଆବଶ୍ୟକ ସେବା ଓ ପରାମର୍ଶ ପାଇପାରିବେ। ଏହାସହ କୃଷକ ଓ କୃଷି ଉଦ୍ୟୋଗୀଙ୍କ ପାଇଁ ‘ଗୋ-ସୁଗମ’ ପୋର୍ଟାଲର ମଧ୍ୟ ଶୁଭାରମ୍ଭ କରାଯାଇଛି। ଏହା କୃଷକଙ୍କ ପାଇଁ ଦେଶର ପ୍ରଥମ ସିଙ୍ଗଲ ଓ୍ବିଣ୍ଡୋ ପ୍ଲାଟ୍‌ଫର୍ମ। ଏହାସହ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ କୃଷକଙ୍କ ଆୟ ବୃଦ୍ଧି ନିମନ୍ତେ ବାସ୍ତବମୁଖୀ ନୀତି ନିର୍ଦ୍ଧାରଣ ପାଇଁ ଆନ୍ତର୍ଜାତିକ ଖାଦ୍ୟନୀତି ଗବେଷଣା ପ୍ରତିଷ୍ଠାନ ଓ ରାଜ୍ୟ କୃଷି ବିଭାଗ ମଧ୍ୟରେ ଏକ ବୁଝାମଣାପତ୍ର ମଧ୍ୟ ସ୍ବାକ୍ଷରିତ ହୋଇଛି। କୃଷକଙ୍କ ସଶକ୍ତୀକରଣ ପାଇଁ କୃଷକ ଉତ୍ପାଦକ ସଙ୍ଗଠନର ଏକ ମାର୍ଗଦର୍ଶିକା ମଧ୍ୟ ମୁଖ୍ୟମନ୍ତ୍ରୀ ଉନ୍ମୋଚନ କରିଛନ୍ତି।
ଏହି ଅବସରରେ କୃଷିମନ୍ତ୍ରୀ ଅରୁଣ ସାହୁ କହିଛନ୍ତି, ଅନେକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଲେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଦୃଢ଼ ନେତୃତ୍ୱ ପାଇଁ ଓଡ଼ିଶା ଆଜି କୃଷି କ୍ଷେତ୍ରରେ ଅଗ୍ରଣୀ ହୋଇପାରିଛି। ଏହି କାର୍ଯ୍ୟକ୍ରମରେ ବହୁ ଚାଷୀ କାଳିଆ ଯୋଜନା ଯୋଗୁ ସେମାନଙ୍କ ଚାଷକାମରେ କିପରି ଉନ୍ନତି ଆସିଛି ସେନେଇ ନିଜର ଅଭିଜ୍ଞତା ବର୍ଣ୍ଣନା କରିଛନ୍ତି। କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସଞ୍ଜୀବ ଚୋପ୍ରା ସ୍ବାଗତ ଭାଷଣ ଦେଇଥିଲେ। କୃଷି ବିଭାଗର ସ୍ବତନ୍ତ୍ର ସଚିବ ଧନ୍ୟବାଦ ଅର୍ପଣ କରିଥିଲେ। ବିଭିନ୍ନ ଜିଲାରେ ଜିଲାପାଳ ଓ ଚାଷୀ ମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri