ପିଏମଶ୍ରୀ ସ୍କୁଲ୍ ଅଧୀନରେ ସାମିଲ ହେବ ରାଜ୍ୟର ୮ଶହ ବିଦ୍ୟାଳୟ

ଭୁବନେଶ୍ୱର,୧୦।୭: ବିଦ୍ୟାଳୟଗୁଡ଼ିକର ଭିତ୍ତିଭୂମି ଏବଂ ଶୈକ୍ଷିକ ଗୁଣବତ୍ତା ବୃଦ୍ଧି କରିବା ଲକ୍ଷ୍ୟରେ ରାଜ୍ୟରେ ପିଏମ୍‍ଶ୍ରୀ ସ୍କୁଲ୍‍ ଯୋଜନା ଲାଗୁ କରାଯାଇଛି । ଏହି ଯୋଜନା ଦ୍ୱାରା ପ୍ରାୟ ୮ଶହ ବିଦ୍ୟାଳୟ ଉପକୃତ ହେବେ । କେନ୍ଦ୍ର ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ଜୟନ୍ତ ଚୌଧୁରୀ ଓ ରାଜ୍ୟ ଶିକ୍ଷା ସଚିବଙ୍କ ଉପସ୍ଥିତିରେ ଏ ନେଇ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି ।

କେନ୍ଦ୍ର ସରକାର, ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ ସରକାର, ସ୍ଥାନୀୟ ସଂସ୍ଥା, କେନ୍ଦ୍ରୀୟ ବିଦ୍ୟାଳୟ ସଙ୍ଗଠନ ଏବଂ ନବୋଦୟ ବିଦ୍ୟାଳୟ ସମିତି ଅଧୀନରେ ଥିବା ବିଦ୍ୟାଳୟଗୁଡ଼ିକର ଭିତ୍ତିଭୂମି, ଗୁଣବତ୍ତା ବୃଦ୍ଧି କରିବା ଏହି ପଦକ୍ଷେପର ଉଦ୍ଦେଶ୍ୟ। ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ଜୟନ୍ତ ଚୌଧୁରୀ ଏବଂ ଓଡ଼ିଶାର ଶିକ୍ଷା ସଚିବଙ୍କ ଉପସ୍ଥିତିରେ ଏହି ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ଉକ୍ତ ସ୍କୁଲଗୁଡିକ ଜାତୀୟ ଶିକ୍ଷାନୀତିର ପୂର୍ଣ୍ଣ ଭାବନାକୁ ନେଇ କାର୍ଯ୍ୟ କରିବ ତଥା ସମସ୍ତ ମୌଳିକ ଉପାଦାନକୁ ପ୍ରଦର୍ଶିତ କରିବ। ଏହା ସବୁ ବିଦ୍ୟାଳୟ ପାଇଁ ଏକ ଉଦାହରଣ ଭାବେ କାର୍ଯ୍ୟ କରିବ। ପିଲାମାନଙ୍କ ଦକ୍ଷତା ବୃଦ୍ଧି ସହ ସେମାନଙ୍କ ବୈଜ୍ଞାନିକ ମନୋଭାବକୁ ବଢ଼ାଇବା ପାଇଁ ଏବଂ କଳା, ସାହିତ୍ୟ ବିଜ୍ଞାନରେ ସୃଜନଶୀଳତା ବଢ଼ାଇବା ସହ ସବୁ ଦୃଷ୍ଟିରୁ ଶିକ୍ଷୟିତ୍ରୀଶିକ୍ଷକଙ୍କ ଦକ୍ଷତା ବଢ଼ାଇବା ଦିଗରେ ପିଏମ୍‌ ଶ୍ରୀର ଯୋଜନା।

ଏହି ସ୍କୁଲଗୁଡିକ ଜାତୀୟ ଶିକ୍ଷାନୀତିର ପରାମର୍ଶ ଅନୁସାରେ ହୋଇଥିବା ପାଠ୍ୟକ୍ରମ ଓ ପାଠପଢ଼ାର ପଦ୍ଧତି, ଶିକ୍ଷକମାନଙ୍କ ପରିବର୍ଦ୍ଧିତ ଦକ୍ଷତାକୁ ଗୋଟିଏ ସ୍କୁଲରେ ପରିପ୍ରକାଶ କରିବ। ବର୍ତ୍ତମାନ ସୁଦ୍ଧା ୩୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହିତ କେନ୍ଦ୍ରୀୟ ବିଦ୍ୟାଳୟ ସଙ୍ଗଠନ(କେଭିଏସ୍‌) ଏବଂ ନବୋଦୟ ବିଦ୍ୟାଳୟ ସମିତି(ଏନ୍‌ଭିଏସ୍‌) ମୋଦି ସରକାରଙ୍କ ଯୋଜନା ପିଏମ୍‌ ଶ୍ରୀ ସ୍କୁଲ ଅଧୀନରେ ସେମାନଙ୍କ ବିଦ୍ୟାଳୟଗୁଡ଼ିକର ଉନ୍ନତୀକରଣ ପାଇଁ ଶିକ୍ଷା ମନ୍ତ୍ରଣାଳୟ ସହ ବୁଝାମଣାପତ୍ର ସ୍ବାକ୍ଷର କରିଛନ୍ତି। ଏହି ଯୋଜନାରେ ଓଡ଼ିଶାର ପ୍ରତ୍ୟେକ ବ୍ଲକ୍‌ ଏବଂ ପୌରାଞ୍ଚଳରେ ୨ଟି ଲେଖାଏ ସ୍କୁଲକୁ ପିଏମ୍‌ ଶ୍ରୀ ସ୍କୁଲରେ ବିକଶିତ କରାଯିବ।

ଓଡ଼ିଶାରେ ପ୍ରାୟ ୮୦୦ଟି ସ୍କୁଲ ପିଏମ୍‌ ଶ୍ରୀ ସ୍କୁଲରେ ବିକଶିତ ହେବା ଯୋଜନା ରହିଛି। ପିଏମ୍‌ଶ୍ରୀ ସ୍କୁଲଗୁଡିକ ଉତ୍ସାହଭରା ପରିବେଶରେ ଛାତ୍ରୀଛାତ୍ରଙ୍କୁ ଗୁଣାତ୍ମକ ଶିକ୍ଷା ସହ ସର୍ବବ୍ୟାପୀ ଓ ସର୍ବସ୍ପର୍ଶୀ ଶିକ୍ଷା ପ୍ରଦାନ କରିବ। ଏହି ସ୍କୁଲଗୁଡ଼ିକ କେବଳ ଜ୍ଞାନର ବିକାଶ ଉପରେ ଗୁରୁତ୍ୱ ଦେବ ନାହିଁ ବରଂ ଏକବିଂଶ ଶତାବ୍ଦୀର ପ୍ରମୁଖ ଦକ୍ଷତା ସହ ସାମଗ୍ରିକ ବ୍ୟକ୍ତି ସୃଷ୍ଟି କରିବା ଦିଗରେ ସହାୟକ ହେବ। ସମଗ୍ର ଭାରତବର୍ଷରେ ବିକଶିତ ଓ ନବୀକରଣ ହେବାକୁ ଥିବା ପିଏମ୍‌ ଶ୍ରୀ ସ୍କୁଲ ଦେଶର ସର୍ବଶ୍ରେଷ୍ଠ ବିଦ୍ୟାଳୟ ଭାବେ ବିବେଚିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?