Posted inଜାତୀୟ

ବିପର୍ଯ୍ୟୟ ପରିଚାଳନା ପାଇଁ ୮୦୦୦ କୋଟି ବଜେଟ ଘୋଷଣା, ୩ ଯୋଜନାରେ ହେବ ଖର୍ଚ୍ଚ…

ନୂଆଦିଲ୍ଲୀ,୧୩।୬ : କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ନୂଆଦିଲ୍ଲୀର ବିଜ୍ଞାନ ଭବନରେ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀଙ୍କ ସହ ଏକ ବୈଠକ କରିଛନ୍ତି। ଆଲୋଚନା ପରେ ଶାହା ମଙ୍ଗଳବାର ବିପର୍ଯ୍ୟୟ ପରିଚାଳନା ପାଇଁ ତିନୋଟି ଯୋଜନା ଘୋଷଣା କରିଛନ୍ତି। ତିନୋଟି ଯୋଜନା ପାଇଁ ଅମିତ ଶାହା ୮୦୦୦ କୋଟିରୁ ଅଧିକ ଟଙ୍କା ଜାରି କରିଛନ୍ତି।

ଶାହା କହିଛନ୍ତି ଗତ ୯ ବର୍ଷ ମଧ୍ୟରେ କେନ୍ଦ୍ର ସରକାର ଏବଂ ରାଜ୍ୟ ବିପର୍ଯ୍ୟୟର ମୁକାବିଲା ପାଇଁ ଅନେକ କାର୍ଯ୍ୟ କରିଛନ୍ତି। ଆମେ ବହୁତ କିଛି ହାସଲ କରିଛୁ ଏବଂ ଏହାକୁ କେହି ଅସୱୀକାର କରିପାରିବେ ନାହିଁ। କିନ୍ତୁ ଆମେ କେବଳ ଏଥିରେ ସନ୍ତୁଷ୍ଟ ହୋଇପାରିବା ନାହିଁ, କାରଣ ବିପର୍ଯ୍ୟୟ ସେମାନଙ୍କର ରୂପ ପରିବର୍ତ୍ତନ କରିଛି। ବିପର୍ଯ୍ୟୟର ତୀବ୍ରତା ବୃଦ୍ଧି ପାଇଛି। ଆମକୁ ବ୍ୟାପକ ଯୋଜନା କରିବାକୁ ପଡିବ। ବର୍ତ୍ତମାନ କିଛି ନୂଆ କ୍ଷେତ୍ରରେ ମଧ୍ୟ ବିପର୍ଯ୍ୟୟ ଆସୁଛି। ଏହି ସବୁ ପାଇଁ ଆମକୁ ନିଜକୁ ପ୍ରସ୍ତୁତ କରିବାକୁ ପଡିବ । ଯେଉଁ ରାଜ୍ୟରେ ଆଣବିକ ଶକ୍ତି କେନ୍ଦ୍ର ସ୍ଥାପନ କରାଯାଉଛି, ଜରୁରୀକାଳୀନ ପରିସ୍ଥିତିରେ ସେମାନଙ୍କୁ କଠୋର ପ୍ରୋଟୋକଲ ଦିଆଯାଇଛି।

ଏହି ଯୋଜନାଗୁଡିକ ବିଷୟରେ ସୂଚନା ଦେଇ ଶାହା କହିଛନ୍ତି ଆଧୁନିକ ସେବା ତଥା ରାଜ୍ୟରେ ଏହାର ବିସ୍ତାର ପାଇଁ ୫୦୦୦ କୋଟି ଟଙ୍କା ଖର୍ଚ୍ଚ ହେବ। ମୁମ୍ବାଇ, ଚେନ୍ନାଇ, କୋଲକାତା, ବେଙ୍ଗାଲୁରୁ, ହାଇଦ୍ରାବାଦ, ଅହମଦାବାଦ ଏବଂ ପୁଣେ ଭଳି ସହରରେ ବନ୍ୟା ପରିସ୍ଥିତି ହ୍ରାସ ପାଇଁ ୨୫୦୦ କୋଟି ଟଙ୍କା ବ୍ୟବହାର କରାଯିବ। ଏହା ବ୍ୟତୀତ ଜାତୀୟ ଭୂସ୍ଖଳନ ବିପଦ ହ୍ରାସ ଯୋଜନା ଅଧୀନରେ ୧୭ ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ୮୨୫ କୋଟି ଟଙ୍କା ଖର୍ଚ୍ଚ ହେବ।

ଏହି ବୈଠକରେ ଯୋଗ ଦେଇଥିବା ବିଭିନ୍ନ ରାଜ୍ୟର ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀଙ୍କୁ ସମ୍ବୋଧିତ କରି ଶାହା କହିଛନ୍ତି ରେକର୍ଡ ସ୍ତରରେ ଆପଣଙ୍କ ଦ୍ୱାରା ଉପସ୍ଥାପିତ ମତାମତ ଅଧ୍ୟୟନ କରିବା ପରେ ବିଭାଗ ରାଜ୍ୟମାନଙ୍କୁ ସୂଚନା ପ୍ରଦାନ କରିବ। ଭବିଷ୍ୟତରେ ଆମେ କଣ କରିପାରିବା ସେ ବିଷୟରେ ଆଲୋଚନା କରିବା ।

ଆରବ ସାଗରରେ ପ୍ରବଳ ଘୂର୍ଣ୍ଣିବଳୟ ବିପରଜୟ ଗୁଜରାଟ ଉପକୂଳରେ ପହଞ୍ଚିବାର ସମ୍ଭାବନା ରହିଛି। ଏଥିପାଇଁ ରାଜ୍ୟ-କେନ୍ଦ୍ର ସରକାର ସମସ୍ତ ପ୍ରସ୍ତୁତି ଚଳାଇଛନ୍ତି। ଏହି ସମୟରେ ଶାହା ବିପର୍ଯ୍ୟୟ ପରିଚାଳନା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri