ସୁଭଦ୍ରା ଯୋଜନାରୁ ଭୁଲ୍‌ରେ ବାଦ୍‌ ପଡ଼ିଥିବା ୮ ହଜାର ମହିଳା ପୁଣି ଯୋଡ଼ିହେଲେ

ଭୁବନେଶ୍ୱର,୧୨ା୧(ଅନିଲ ଦାସ):ଭୁଲରେ ବାଦ୍‌ ପଡ଼ିଥିବା ମହିଳାମାନେ ‘ସୁଭଦ୍ରା’ ଯୋଜନା ସହିତ ପୁଣି ଯୋଡ଼ି ହୋଇପାରିବେ। ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ବିଭାଗ ପକ୍ଷରୁ କୁହାଯାଇଛି ଯେ, ସୁଭଦ୍ରା ପୋର୍ଟାଲରେ ନାମ ଯୋଡ଼ିବା (ଅପ୍ଟ ଇନ୍‌) ସୁବିଧା ଉପଲବ୍ଧ କରାଯାଇଛି। ଏହାଦ୍ୱାରା ଯେଉଁମାନେ ଭୁଲରେ ନାମ ବାଦ୍‌ (ଅପ୍ଟ ଆଉଟ୍‌) ପକାଇଥିଲେ ସେମାନେ ପୁନର୍ବାର ସୁଭଦ୍ରାରେ ସାମିଲ ହେବାର ସୁଯୋଗ ପାଇପାରିବେ। ରାଜ୍ୟ ସରକାରଙ୍କ ତରଫରୁ ଦିଆଯାଇଥିବା ସୂଚନା ଅନୁସାରେ ଏହି ସୁବିଧା ଉପଲବ୍ଧ ହେବା ପରେ ଏପର୍ଯ୍ୟନ୍ତ ପ୍ରାୟ ୮ ହଜାରରୁ ଅଧିକ ଆବେଦନକାରୀ ସୁଭଦ୍ରାରେ ପୁନଃ ସାମିଲ ହୋଇସାରିଛନ୍ତି। ଯେଉଁମାନଙ୍କର ଭୁଲରେ ନାମ ବାଦ୍‌ (ଅପ୍ଟ ଆଉଟ୍‌) ହୋଇଯାଇଥିଲା, ସେମାନେ ଏହାର ସୁବିଧା ନେବାକୁ ମହିଳା ଏବଂ ଶିଶୁ ବିକାଶ ବିଭାଗ ତରଫରୁ ସୂଚନା ଦିଆଯାଇଛି। ସେହିପରି ଖୁବ୍‌ଶୀଘ୍ର ଚତୁର୍ଥ ପର୍ଯ୍ୟାୟ ପ୍ରଥମ କିସ୍ତି ଅର୍ଥ ରାଶି ପ୍ରଦାନ କରାଯିବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ହେଲେ ଏବେ ମଧ୍ୟ ୨ ଲକ୍ଷରୁ ଊର୍ଦ୍ଧ୍ୱ ଆବେଦନକାରୀ ସେମାନଙ୍କର ଇ-କେୱାସି କରିନାହାନ୍ତି ଅବା ଓଟିପି ମାଧ୍ୟମରେ ଇ-କେୱାସି କରିଛନ୍ତି। ତେଣୁ ସେମାନେ ଯୋଗ୍ୟବିବେଚିତ ହେଲେ ମଧ୍ୟ ସେମାନେ ଅର୍ଥରାଶି ପାଇବାରେ ଅସୁବିଧା ହେବ। ତୁରନ୍ତ ସେମାନେ ନିକଟସ୍ଥ ଜନସେବା କେନ୍ଦ୍ର ବା ‘ମୋ ସେବା କେନ୍ଦ୍ର’କୁ ଯାଇ ବାୟୋମେଟ୍ରିକ୍‌ ପଦ୍ଧତିରେ ନିଜର ଇ-କେୱାସି କରିନେବାକୁ ବିଭାଗ ତରଫରୁ ପରାମର୍ଶ ଦିଆଯାଇଛି।
ସୂଚନାଯୋଗ୍ୟ, ରାଜ୍ୟ ସରକାର ସୁଭଦ୍ରା ଯୋଜନାରେ ୨୦୨୪ ସେପ୍ଟେମ୍ବର ୧୭ ରେ ପ୍ରଥମ ପର୍ଯ୍ୟାୟରେ ମହିଳାମାନଙ୍କର ଆକାଉଣ୍ଟକୁ ଟଙ୍କା ଦେବା ଆରମ୍ଭ କରିଥିଲେ। ସେହିଦିନଠାରୁ ଏପର୍ଯ୍ୟନ୍ତ ୩ଟି ପର୍ଯ୍ୟାୟରେ ଟଙ୍କା ଦେଇ ସାରିଛନ୍ତି। ମାର୍ଚ୍ଚ ୮ ତାରିଖ ପର୍ଯ୍ୟନ୍ତ ପ୍ରଥମ କିସ୍ତିର ଟଙ୍କା ଦେବାକୁ ନିର୍ଦ୍ଧାରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

ସେପ୍ଟେମ୍ବର ୨୩ରେ ଘଟିବ ବିରଳ ଘଟଣା; ଦିନ-ରାତି ୧୨-୧୨ ଘଣ୍ଟା….

ନୂଆଦିଲ୍ଲୀ,୨୧।୯: ଆସନ୍ତା ୨୩ ସେପ୍ଟେମ୍ବରରେ ଆକାଶରେ ଦେଖିବାକୁ ମିଳିବ ଏକ ବିଶେଷ ଭୌଗଳିକ ଘଟଣା । ଏହି ତାରିଖରେ ଦିନ ଓ ରାତିର ସମୟ ପ୍ରାୟ ସମାନ…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?