ଶିଶୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଛି: ଗତ ୨୪ ଘଣ୍ଟାରେ ୧୩୧ ପିଲା କରୋନା ସଂକ୍ରମିତ

ଭୁବନେଶ୍ୱର,୫।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୦୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩୧ଙ୍କ ବୟସ ୧୮ ବର୍ଷ ମଧ୍ୟରେ ରହିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୬୭ ଜଣ କ୍ୱାରେଣ୍ଟାଇନ୍‌ର ଥିବା ବେଳେ ବାକି ୩୩୮ଟି ଲୋକାଲ କେସ। ତେବେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୪୬ ଜଣ ଚିହ୍ନଟ ହୋଇଥିବା ନେଇ ରବିବାର ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୋଳ ଜିଲାରୁ ୧୩ ପଜିଟିଭ ବାହାରିଥିବା ବେଳେ ବାଲେଶ୍ୱରରୁ ୩୦, ବରଗଡ଼ରୁ ୫, ଭଦ୍ରକରୁ ୧୪, ବୌଦ୍ଧରୁ ୩, କଟକରୁ ୯୮, ଦେବଗଡ଼ରୁ ୫, ଢେଙ୍କାନାଳରୁ ୧୧, ଗଜପତିରୁ ଜଣେ, ଗଞ୍ଜାମରୁ ୬, ଜଗତସିଂହପୁରରୁ ୧୭, ଯାଜପୁରରୁ ୧୯, ଝାରସୁଗୁଡ଼ାରୁ ୨, କେନ୍ଦ୍ରାପଡ଼ାରୁ ୩୩, କେନ୍ଦୁଝରରୁ ୮, କୋରାପୁଟରୁ ୪, ମାଲକାନଗିରିରୁ ୨, ମୟୂରଭଞ୍ଜରୁ ୩୭, ନବରଙ୍ଗପୁରରୁ ୭, ନୟାଗଡ଼ରୁ ୧୦, ପୁରୀରୁ ୧୨, ରାୟଗଡ଼ାରୁ ୨, ସମ୍ବଲପୁରରୁ ୨୧, ସୁନ୍ଦରଗଡ଼ରୁ ୧୬ ଓ ଷ୍ଟେଟ ପୁଲ୍‌ରୁ ୮୩ ଜଣ ଚିହ୍ନଟ ହୋଇଛନ୍ତି। ତେବେ ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା ଓ ସୁବର୍ଣ୍ଣପୁର ଆଦି ୫ ଜିଲାରୁ ଜଣେ ବି ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି। ୮୦୫ଟି ନୂଆ କେସ ଆସିବା ପରେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୧ ହଜାର ୫୫୮ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୯୬ ହଜାର ୩୦୦ ଜଣ ସୁସ୍ଥ ହୋଇସାରିଛନ୍ତି। ୭,୧୫୮ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri