ଶିଶୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଛି: ଗତ ୨୪ ଘଣ୍ଟାରେ ୧୩୧ ପିଲା କରୋନା ସଂକ୍ରମିତ

ଭୁବନେଶ୍ୱର,୫।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୦୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩୧ଙ୍କ ବୟସ ୧୮ ବର୍ଷ ମଧ୍ୟରେ ରହିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୬୭ ଜଣ କ୍ୱାରେଣ୍ଟାଇନ୍‌ର ଥିବା ବେଳେ ବାକି ୩୩୮ଟି ଲୋକାଲ କେସ। ତେବେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୪୬ ଜଣ ଚିହ୍ନଟ ହୋଇଥିବା ନେଇ ରବିବାର ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୋଳ ଜିଲାରୁ ୧୩ ପଜିଟିଭ ବାହାରିଥିବା ବେଳେ ବାଲେଶ୍ୱରରୁ ୩୦, ବରଗଡ଼ରୁ ୫, ଭଦ୍ରକରୁ ୧୪, ବୌଦ୍ଧରୁ ୩, କଟକରୁ ୯୮, ଦେବଗଡ଼ରୁ ୫, ଢେଙ୍କାନାଳରୁ ୧୧, ଗଜପତିରୁ ଜଣେ, ଗଞ୍ଜାମରୁ ୬, ଜଗତସିଂହପୁରରୁ ୧୭, ଯାଜପୁରରୁ ୧୯, ଝାରସୁଗୁଡ଼ାରୁ ୨, କେନ୍ଦ୍ରାପଡ଼ାରୁ ୩୩, କେନ୍ଦୁଝରରୁ ୮, କୋରାପୁଟରୁ ୪, ମାଲକାନଗିରିରୁ ୨, ମୟୂରଭଞ୍ଜରୁ ୩୭, ନବରଙ୍ଗପୁରରୁ ୭, ନୟାଗଡ଼ରୁ ୧୦, ପୁରୀରୁ ୧୨, ରାୟଗଡ଼ାରୁ ୨, ସମ୍ବଲପୁରରୁ ୨୧, ସୁନ୍ଦରଗଡ଼ରୁ ୧୬ ଓ ଷ୍ଟେଟ ପୁଲ୍‌ରୁ ୮୩ ଜଣ ଚିହ୍ନଟ ହୋଇଛନ୍ତି। ତେବେ ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା ଓ ସୁବର୍ଣ୍ଣପୁର ଆଦି ୫ ଜିଲାରୁ ଜଣେ ବି ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି। ୮୦୫ଟି ନୂଆ କେସ ଆସିବା ପରେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୧ ହଜାର ୫୫୮ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୯୬ ହଜାର ୩୦୦ ଜଣ ସୁସ୍ଥ ହୋଇସାରିଛନ୍ତି। ୭,୧୫୮ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ) – ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri