ଦିଗପହଣ୍ଡିରେ ୮୦ ତମ ସ୍ବାଧିନତା ଦିବସ: ଜାଣନ୍ତୁ କିଏ କେଉଁଠି କଲେ ପତାକା ଉତ୍ତୋଳନ

ଦିଗପହଣ୍ଡି,୧୫|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ମାନଙ୍କରେ ଥିବା ସମସ୍ତ ସ୍କୁଲ,କଲେଜ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ମାନଙ୍କରେ ଶନିବାର ୮୦ ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି । ଦିଗପହଣ୍ଡି କୋର୍ଟରେ ଜେଏମଏଫସି ମାଜିଷ୍ଟ୍ରେଟ ନିଳିମା ଷଡଙ୍ଗୀ,ସମସ୍ତ କୋର୍ଟ କର୍ମଚାରୀ,ଆଇନଜୀବି ବୃନ୍ଦଙ୍କ ଉପସ୍ଥିତିରେ ସିଭିଲ ଜଜ ସିନିୟର୍ ଡିଭିଜନ କୋର୍ଟର ମାଜିଷ୍ଟ୍ରେଟ ନିଳିମା ଷଡ଼ଙ୍ଗୀ ଜାତୀୟ ପତାକା ଉତ୍ତୋଳନ କରିଥିବା ବେଳେ ଖେମୁଣ୍ଡି ଓକିଲ ସଂଘ କାର୍ଯ୍ୟାଳୟରେ ସଭାପତି ହୃଦୟ ରଞ୍ଜନ ମେକାପ, ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଅତିରିକ୍ତ ବିଡ଼ିଓ ଉମେଶ ସେଠୀ ଏବଂ ସାମାଜିକ ସୁରକ୍ଷା ଅଧିକାରୀ ରଶ୍ମି ପ୍ରକାଶିନୀ ଜାନିଙ୍କ ମିଳିତ ତତ୍ତ୍ଵାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ଦିଗପହଣ୍ଡି ବିଧାୟକ ଡ଼. ସିଦ୍ଧାନ୍ତ ମହାପାତ୍ର, ତହସିଲ କାର୍ଯ୍ୟାଳୟରେ ତହସିଲଦାର ସନ୍ତୋଷ କୁମାର ସାହୁ, ପୋଲିସ ଥାନା ରେ ଆଇଆଇସି କିଶୋର କୁମାର ସାମଲ, ଅବକାରୀ ଥାନାରେ ଓଆଇସି ସସ୍ମିତା ମଲ୍ଲିକ, ବାଲାଜୀ ମଠରେ ଓକିଲ ସଂଘ ର ପୂର୍ବତନ ସଭାପତି ହରପ୍ରସାଦ ରଥ, ଏନ୍ଏସି କାର୍ଯ୍ୟାଳୟ ରେ କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମିଶ୍ର ପତାକା ଉତ୍ତୋଳନ କରିଥିବା ବେଳେ  ବଜାର ସାହି ଗାନ୍ଧୀ ଛକଠାରେ ଏନ୍ଏସି କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ସ୍କୁଲ କଲେଜ ଛାତ୍ରୀଛାତ୍ରଙ୍କ ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିବା ସହ ନଗରପାଳ ପ୍ରଫୁଲ୍ଲ ପଣ୍ଡା ଜାତୀୟ ପତାକା ଉତ୍ତୋଳନ କରିଥିଲେ ।ଏହାପରେ ବିଭିନ୍ନ ଶିକ୍ଷାନୁଷ୍ଠାନ ଛାତ୍ରୀଛାତ୍ରଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିବା ବେଳେ ବିଭିନ୍ନ ପ୍ରତିଯୋଗିତାର କୃତି ଛାତ୍ରୀଛାତ୍ର ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। ସିପିଆଇ କାର୍ଯ୍ୟାଳୟ ସମ୍ମୁଖରେ ଶ୍ରମିକ ସଙ୍ଗଠନ ଏଆଇଟିୟୁସି ର ଗଞ୍ଜାମ ଜିଲା ସାଧାରଣ ସମ୍ପାଦକ ଅଳକ ନାଥ ମିଶ୍ର ଜାତୀୟ ପତାକା ଉତ୍ତୋଳନ କରିଥିଲେ।ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ କାର୍ଯ୍ୟାଳୟ ରେ ସମ୍ପାଦକ କେ.ନାଗେଶ୍ଵର ରାଓ ଙ୍କ ସଂଯୋଜନାରେ ସଭାପତି ଡ଼.ଯୁଧିଷ୍ଠିର ସ୍ବାଇଁ ପତା

ପତାକା ଉତ୍ତୋଳନ କରିଥିଲେ। ଦିଗପହଣ୍ଡି ସମନ୍ବିତ ଶିଶୁବିକାଶ ପ୍ରକଳ୍ପ କାର୍ଯ୍ଯାଳୟ ,  ବନବିଭାଗ , ପୂର୍ତ୍ତ ବିଭାଗ, ଛେଳିଗଡ଼ – ଘୋଡାହାଡ ଜଳସେଚନ କାର୍ଯ୍ୟାଳୟ ରେ ମହାଆଡମ୍ବରରେ ସ୍ଵାଧୀନତା ଦିବସ ପାଳନ କରାଯାଇଥିଲା। ଏଥିସହ ବ୍ଳକ ଅନ୍ତର୍ଗତ ପଦ୍ମନାଭପୁର , ନିମଖଣ୍ଡିପେଣ୍ଠ , ଗୋକର୍ଣ୍ଣପୁର , କରପଡା , ବାସୁଦେବପୁର , ବମକୋଇ ସମେତ ସମସ୍ତ ପଞ୍ଚାୟତ କାର୍ଯ୍ୟାଳୟରେ ସରପଞ୍ଚ ମାନଙ୍କ ଦ୍ଵାରା ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ କଲେ ପତାକା ଉତ୍ତୋଳନ

ଭବାନୀପାଟଣା, ୧୫/୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ରେ ୮୦ତମ ସ୍ୱାଧୀନତା ଦିବସ ଉତ୍ସାହ ଓ ଗରିମାର ସହ ପାଳିତ…

ଅଗଷ୍ଟ ୧୫ରୁ ଗ୍ରହଙ୍କ ଶୁଭ ସଂଯୋଗ, ଧନୁ-ମକର ସମେତ ୫ ରାଶିଙ୍କ ବଢିବ ବ୍ୟାଙ୍କ୍‌ ବାଲାନ୍ସ, ମାଲାମାଲ୍‌ ହେବେ…

ଆଜି ଶନିବାର ସନ୍ଧ୍ୟା ୪ଟା ୫୧ ମିନିଟ୍‌ରେ ବୁଧ ଏବଂ ଗୁରୁ (ବୃହସ୍ପତି) ଦୁଇ ଗ୍ରହ ୦ ଡିଗ୍ରୀରେ ଉପସ୍ଥିତ ରହିବେ। କର୍କଟ ରାଶିରେ ଏହି ଦୁଇ…

ସକାଳୁ ସକାଳୁ ଅଘଟଣ: ସ୍ବାଧୀନତା ଦିବସ ପାଳନ କରିବାକୁ ଆସୁଥିବାବେଳେ ଛାତ୍ରୀଛାତ୍ରଙ୍କୁ ପିଟିଲା କାର୍

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼-ବରପାଲି ରାସ୍ତାର ସରସରା ନିକଟରେ ଶନିବାର ସକାଳୁ ଏକ ସଡ଼କ ଦୁର୍ଘଟଣା ଘଟିଛି। ବିଦ୍ୟାଳୟକୁ ସ୍ବାଧୀନତା ଦିବସ ପାଳନ ପାଇଁ ସାଇକେଲ ଯୋଗେ ଆସୁଥିବା…

ପାଟଣା ବ୍ଲକ୍‌ସ୍ତରୀୟ ସ୍ୱାଧୀନତା ଦିବସ: ଦେଶ ସେବା ପାଇଁ ଆହ୍ୱାନ ଦେଲେ ବିଧାୟକ

ପାଟଣା, ୧୫/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ଶନିବାର ପାଟଣା ମୁଖ୍ୟାଳୟ ଷ୍ଟାଡିୟମ୍‌ରେ ହର୍ଷୋଲ୍ଲାସର ସହ ପାଳିତ ହୋଇଯାଇଛି।…

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ପତାକା ଉତ୍ତୋଳନକଲେ ବ୍ଲକ୍‌ ଅଧ୍ୟକ୍ଷ: ପ୍ରଥମ ଥର ପାଇଁ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଜାତୀୟ…

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri