ସଦରରେ ୮୧.୭୩, ଓଡ଼ାପଡ଼ାରେ ୮୦.୪୩%

ଢେଙ୍କାନାଳ ଅଫିସ, ୧୯ ।୨

ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ଭୋଟରେ ରାଜନୈତିକ ହିଂସାକୁ ନେଇ ଚର୍ଚ୍ଚାର ଶିରୋନାମା ପାଲଟିଥିବା ଢେଙ୍କାନାଳ ଜିଲାରେ ଶୁକ୍ରବାର ଅନୁଷ୍ଠିତ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶୃଙ୍ଖଳାର ସହ ଶେଷ ହୋଇଛି। ଢେଙ୍କାନାଳ ସଦର ବ୍ଲକରେ ୮୧.୭୩% ଏବଂ ଓଡ଼ାପଡ଼ା ବ୍ଲକରେ ୮୦.୪୩% ମତଦାନ ହୋଇଛି। ତେବେ ରାଜସ୍ବ ଗ୍ରାମ ମାନ୍ୟତା ଦାବି ପୂରଣରେ ପ୍ରଶାସନିକ ଉଦାସୀନତା ପ୍ରତିବାଦରେ ବେଲଟିକିରି ପଞ୍ଚାୟତର ଦୁର୍ଗାପ୍ରସାଦ ଗ୍ରାମବାସୀ ଭୋଟ ବର୍ଜନ କରିଛନ୍ତି। ସେହିପରି ପ୍ରଦୂଷଣ ସମସ୍ୟା ସମାଧାନ ଦାବିରେ ଭାପୁର ପଞ୍ଚାୟତର ମହୁଲପୁଞ୍ଜି ଗ୍ରାମବାସୀ ଭୋଟବର୍ଜନ ନିଷ୍ପତ୍ତି ନେଇଥିଲେ। ତେବେ ପ୍ରଶାସନିକ ଅଧିକାରୀମାନେ ପହଞ୍ଚତ୍ ବୁଝାଶୁଝା ପରେ ମଧ୍ୟାହ୍ନ ୧୨ଟାରେ ଭୋଟଗ୍ରହଣ ଆରମ୍ଭ ହୋଇଥିଲା। ଏହି ଦୁଇ ଘଟଣାକୁ ବାଦ୍‌ଦେଲେ ମତଦାନକୁ ନେଇ ଉଭୟ ବ୍ଲକର ଭୋଟରଙ୍କ ମଧ୍ୟରେ ବିପୁଳ ଉତ୍ସାହ ପରିଲକ୍ଷିତ ହୋଇଥିଲା।
ସଦର ବ୍ଲକର ୩୦ ପଞ୍ଚାୟତର ୩୯୯ ବୁଥ୍‌ରେ ୧ ଲକ୍ଷ ୧୮ ହଜାର ୨୬୯ ଭୋଟର ଥିବାବେଳେ ୯୬ ହଜାର ୬୬୦ ଜଣ ସେମାନଙ୍କ ମତସାବ୍ୟସ୍ତ କରିଛନ୍ତି। ତନ୍ମଧ୍ୟରେ ୪୬ ହଜାର ୩୪୧ ମହିଳା ଏବଂ ୫୦ ହଜାର ୩୧୯ ପୁରୁଷ ଭୋଟର ଅଛନ୍ତି। ସେହିପରି ଓଡ଼ାପଡ଼ା ବ୍ଲକରେ ୨୮ ପଞ୍ଚାୟତର ୪୧୯ ବୁଥ୍‌ରେ ୧ ଲକ୍ଷ ୧୦ ହଜାର ୩୨୦ ଭୋଟର ରହିଥିବାବେଳେ ୮୮ ହଜାର ୭୩୪ଜଣ ମତଦାନ କରିଥିଲେ। ସେଥିରୁ ୪୨ ହଜାର ୨୪୯ ମହିଳା, ୪୬ ହଜାର ୪୮୪ ପୁରୁଷ ଏବଂ ଅନ୍ୟାନ୍ୟ ବର୍ଗର ଜଣେ ଭୋଟର ଅଛନ୍ତି। ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ଶେଷ ହୋଇଛି। ଅବଶିଷ୍ଟ ଦୁଇ ପର୍ଯ୍ୟାୟରେ ବାକିଥିବା ୪ ବ୍ଲକରେ ଭୋଟ ହେବ। ସଚେତନ ନାଗରିକ ଭାବେ ନିର୍ବାଚନରେ ଅଂଶଗ୍ରହଣ କରିବା ଏବଂ ଶାନ୍ତିଶୃଙ୍ଖଳାର ସହ ଏହାକୁ ଶେଷ କରିବାକୁ ଜିଲାପାଳ ସରୋଜ କୁମାର ସେଠୀ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ସିଏଜି’ ହାତରେ ‘ନିପୁଣ’ ବିଫଳତା, ବିଦ୍ୟାର୍ଥୀ ଲେଖିପାରୁ ନାହାନ୍ତି ନାଁ

ଭୁବନେଶ୍ୱର,୧୮।୮(ରବିନାରାୟଣ ଜେନା): ଶିକ୍ଷାକୁ ସାର୍ବଜନୀନ କରିବାପାଇଁ କେନ୍ଦ୍ର ସରକାରଙ୍କଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ପର୍ଯ୍ୟନ୍ତ ସମସ୍ତେ ଗୁରୁତ୍ୱ ଦେଉଛନ୍ତି । ଛାତ୍ରୀଛାତ୍ରଙ୍କୁ ଗୁଣବତ୍ତା ଶିକ୍ଷା ଯୋଗାଇବା…

ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି ।…

ଆଜି ପ୍ରବଳ ବର୍ଷିବ: ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେବା ପରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri