ଘୁମୁସରରେ ୮୧ ହାତୀ, ନବଜାତ ଛୁଆକୁ ୨୪ଟିକିଆ ପଲ ଜଗିଛି

ଭଞ୍ଜନଗର,୫।୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ଉତ୍ତର ବନଖଣ୍ଡରେ ବୁଧବାର ସନ୍ଧ୍ୟା ସୁଦ୍ଧା ୭୨ଟି ଓ ଦକ୍ଷିଣ ବନଖଣ୍ଡରେ ୯ଟି ହାତୀ ରହିଛନ୍ତି। ମୋଟ୍ ୮୧ଟି ହାତୀ ଅଞ୍ଚଳରେ ବୁଲୁଛନ୍ତି।

ସୋମବାର ରାତିରେ ଗୁଣ୍ଡିରିବାଡି ନିକଟରେ ଗୋଟିଏ ହାତୀଛୁଆ ଜନ୍ମ ହୋଇଛି। ନବଜାତକୁ ସୁରକ୍ଷା ଦେବାକୁ ୨୪ଟି ହାତୀ ଗୋଲାକାର ଘେରି ରହିଛନ୍ତି। ଛୁଆ ଜନ୍ମସ୍ଥଳଠାରୁ ମାତ୍ର ୫ କିମି ଦୂରରେ ଗତ ଗୁରୁବାର ଗୋଟିଏ ଦନ୍ତା ହାତୀ ଶିକାରୀ ଗୁଳିରେ ମରିଥିବାରୁ ବନ ବିଭାଗ ୨୪ ଘଣ୍ଟିଆ ନଜର ରଖିଛି। କର୍ମଚାରୀ ପାଳି କରି ଜାଗ୍ରତ ରହୁଛନ୍ତି, ଡ୍ରୋନ୍‌ରେ ଆକାଶପଥରୁ ନିରୀକ୍ଷଣ ଚାଲିଛି।

ଉତ୍ତର ବନଖଣ୍ଡରୁ ଗୋଟିଏ ଦନ୍ତା ହାତୀ ମଙ୍ଗଳବାର କନ୍ଧମାଳ ଅଭିମୁଖେ ଚାଲିଯାଇଛି। ବୁଧବାର ସନ୍ଧ୍ୟାରେ ସେହି ପଲର ଗୋଟିଏ ଦନ୍ତା ହାତୀ ବନକର୍ମୀଙ୍କୁ ଗୋଡ଼ାଇ ଆସୁଥିବା ଦେଖାଯାଇଛି। ହାତୀମାନେ ବାଣ ଫୁଟାକୁ ଭୟ କରୁନାହାନ୍ତି, ଲୋକେ ଘୋଡ଼ାଇଲେ ମଧ୍ୟ ଫସଲ ନଷ୍ଟ କରୁଛନ୍ତି।

ଡିଏଫ୍‌ଓ ହିମାଂଶୁ ଶେଖର ମହାନ୍ତି ପ୍ରତି କିଛି ଘଣ୍ଟାରେ ହାତୀଗତିବିଧି ସମୀକ୍ଷା କରୁଛନ୍ତି ଏବଂ ବନ୍ୟପ୍ରାଣୀ ଓ ଗ୍ରାମବାସୀଙ୍କ ସୁରକ୍ଷା ପାଇଁ ପଦକ୍ଷେପ ନେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡରେ ଲଜ୍ଜା: ୭ ବର୍ଷୀୟା ଶିଶୁକନ୍ୟାଙ୍କୁ ବଳାତ୍କାର କଲେ ମାମୁ

ସୁନ୍ଦରଗଡ,୧୯ା୯(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଗୁରୁଣ୍ଡିଆ ଥାନା ଅଞ୍ଚଳରେ ବୁଧବାର ଅପରାହ୍ନରେ ଜଣେ ୭ବର୍ଷୀୟା ଶିଶୁକନ୍ୟାଙ୍କୁ ତାଙ୍କର ଜଣେ ସମ୍ପର୍କୀୟ ମାମୁ ବଳାତ୍କାର କରିଥିବା ଅଭିଯୋଗ…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ସାମାନ୍ୟ କଥା କଟାକଟିରୁ ଭୁଜାଲି-ଛୁରୀ ମାଡ଼; ୮ ଗୁରୁତର, ୨ ଜଣଙ୍କ ଅବସ୍ଥା…

ବରଗଡ଼,୧୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ୍ ଥାନା ଅନ୍ତର୍ଗତ ପାତିକାରପଲ୍ଲୀ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଭୟାବହ ଗୋଷ୍ଠୀ ସଂଘର୍ଷ ଘଟିଯାଇଛି। ସାମାନ୍ୟ କଥା କଟାକଟିକୁ କେନ୍ଦ୍ର…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ବେଆଇନ ବାଣ ବିକ୍ରି ଅଭିଯୋଗରେ ପୋଲିସର ଅତର୍କିତ ଚଢ଼ାଉ: ୧ ଲକ୍ଷରୁ ଊର୍ଦ୍ଧ୍ୱ ବାଣ ଜବତ

ଗଜପତି,୧୭।୯(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ସହରରେ ବେଆଇନ ବାଣ ବିକ୍ରି ଅଭିଯୋଗ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବାଣ ବିକ୍ରି ପାଇଁ ଆବଶ୍ୟକ ଅନୁମତି ନ ଥାଇ…

ଗୁରୁତର ରୋଗୀଙ୍କୁ ଧମକ ଦେଇ ଡିସଚାର୍ଜ ଅଭିଯୋଗ

ଗୁଡ଼ାରି, ୧୮/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସେବାରେ ଅବହେଳା ଓ ଦୁର୍ବ୍ୟବହାର ଭଳି ଏକ ଅଭିଯୋଗ ଶୁକ୍ରବାର ସାମ୍ନାକୁ ଆସିଛି।…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

ଦିଗପହଣ୍ଡିରେ ବିଷ୍ଣୁ ଗୋସ୍ୱାମୀ ମହାରାଜଙ୍କ ଜନ୍ମ ମହୋତ୍ସବ: ଯୋଗଦେଲେ ବିଧାୟକ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ କୃଷ୍ଣ ଚୈତନ୍ୟ ଆଶ୍ରମର ଆଚାର୍ଯ୍ୟ ତଥା ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଭାଗବତ ପ୍ରଚାରକ ଭକ୍ତି ବିଚାର ଶ୍ରୀ…

ଦିଗପହଣ୍ଡିର ବିଭିନ୍ନ ପର୍ଯ୍ୟଟନ ସ୍ଥଳର ବିକାଶ ପାଇଁ ଜିଲାପାଳଙ୍କ ଉପସ୍ଥିତିରେ ବିଧାୟକଙ୍କ ସମୀକ୍ଷା 

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ରହିଥିବା ବିଭିନ୍ନ ପର୍ଯ୍ଯଟନୀସ୍ଥଳ ଗୁଡ଼ିକର ଉନ୍ନତି କରାଯିବା ନେଇ ଶୁକ୍ରବାର ଦିଗପହଣ୍ଡି ବ୍ଲକ ଖମାରୀଗାଁ ପଞ୍ଚାୟତ ଘୋଡାହାଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?