Posted inଜାତୀୟ

ଏକସଙ୍ଗେ ନିର୍ବାଚନ ସପକ୍ଷରେ ୮୧% ମତ

ନୂଆଦିଲ୍ଲୀ,୨୨।୧(ପି.ଟି.) : ଦେଶରେ ଏକସଙ୍ଗେ ଲୋକ ସଭା ଏବଂ ରାଜ୍ୟ ବିଧାନସଭାଗୁଡ଼ିକର ନିର୍ବାଚନ କରାଇବା ସପକ୍ଷରେ ୮୧ ପ୍ରତିଶତ ମତ ଦେଇଛନ୍ତି। ଏକ ରାଷ୍ଟ୍ର ଏକ ନିର୍ବାଚନ ଯୋଜନାର ବିଭିନ୍ନ ଦିଗକୁ ଅନୁଧ୍ୟାନ କରିବା ପାଇଁ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ ଗଠିତ ଉଚ୍ଚ କ୍ଷମତାସମ୍ପନ୍ନ କମିଟି କରାଯାଇଥିଲା। ବର୍ତ୍ତମାନ ସୁଦ୍ଧା ଉକ୍ତ କମିଟିକୁ ପାଖାପାଖି ୨୧,୦୦୦ ପ୍ରସ୍ତାବ ମିଳିଛି। ଏକସଙ୍ଗେ ନିର୍ବାଚନ ସପକ୍ଷରେ ୮୧ ପ୍ରତିଶତ ମତାମତ ଦେଇଥିବା ଏକ ସରକାରୀ ବିବୃତିରେ କୁହାଯାଇଛି। ୪୬ଟି ରାଜନୈତିକ ଦଳଠାରୁ ପ୍ରସ୍ତାବ ମଗାଯାଇଥିବାବେଳେ ବର୍ତ୍ତମାନ ସୁଦ୍ଧା ୧୭ଟି ଦଳ ସେମାନଙ୍କର ମତାମତ ଜଣାଇଛନ୍ତି।

କଂଗ୍ରେସ ଏବଂ ଟିଏମ୍‌ସି ସମେତ କେତେକ ବିରୋଧୀ ଦଳ ‘ଓ୍ବାନ୍‌ ନେଶନ, ଓ୍ବାନ୍‌ ଇଲେକ୍ସନ’ ପ୍ରସ୍ତାବକୁ ବିରୋଧ କରିଛନ୍ତି। କୋବିନ୍ଦଙ୍କ ନେତୃତ୍ୱରେ ଗଠିତ କମିଟି ଗତ ୫ ତାରିଖରେ ନୋଟିସ ଜାରିକରି ଏକସଙ୍ଗେ ନିର୍ବାଚନ ପାଇଁ ବର୍ତ୍ତମାନର ଆଇନଗତ ଓ ପ୍ରଶାସନିକ ବ୍ୟବସ୍ଥାରେ ଉପଯୁକ୍ତ ପରିବର୍ତ୍ତନ ନିମନ୍ତେ ନାଗରିକଙ୍କଠାରୁ ପ୍ରସ୍ତାବ ଆହ୍ବାନ କରିଥିଲା। ପ୍ରକାଶ ଯେ, ଏକକାଳୀନ ନିର୍ବାଚନ କରାଗଲେ ଏଥିପାଇଁ ଆବଶ୍ୟକ ନୂଆ ଇଭିଏମ୍‌ କିଣିବା ସକାଶେ ପ୍ରତି ୧୫ ବର୍ଷରେ ୧୦ହଜାର କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଦିନକ ପୂର୍ବରୁ ନିର୍ବାଚନ କମିଶନ ସରକାରଙ୍କୁ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସ୍ଥାଗତ ବିଫଳତା

ଦୃଢ଼ ରାଜନୈତିକ କୌଶଳ ଆପଣାଉଥିବା ସରକାରମାନେ ସାଧାରଣତଃ କଠୋର ଆଇନ ଆଣି ସେସବୁକୁ କଡ଼ାକଡ଼ି ଭାବେ କାର୍ଯ୍ୟକାରୀକରି ସଙ୍କଟର ମୁକାବିଲା କରିଥାନ୍ତି। ଏଭଳି ସ୍ଥିତିରେ ବେଳେବେଳେ ପ୍ରଯୁକ୍ତି…

LPG ପରେ ଏବେ ପେଟ୍ରୋଲ-ଡିଜେଲକୁ ନେଇ ବଡ଼ ଖବର, ଜାରି ହେଲା ନୂଆ ମୂଲ୍ୟ

ନୂଆଦିଲ୍ଲୀ,୧।୮: ଆଜିଠାରୁ ନୂତନ ମାସ ଅର୍ଥାତ୍‌ ଅଗଷ୍ଟ ୧, ୨୦୨୬ର ଶୁଭାରମ୍ଭ ହୋଇଯାଇଛି। ସକାଳୁ ସକାଳୁ ଯେଉଁଠାରେ କମର୍ସିଆଲ ଏଲପିଜି ସିଲିଣ୍ଡରର ଦର ହ୍ରାସ ପାଇଥିବାର ଖବର…

ନୂଆ ମାସ, ନୂଆ ନିୟମ! ଅଗଷ୍ଟ ୧ରୁ ବଦଳିଲା ଅନେକ ବ୍ୟବସ୍ଥା, ଜାଣନ୍ତୁ କ’ଣ କ’ଣ…

ନୂଆଦିଲ୍ଲୀ,୧।୮: ପ୍ରତି ମାସର ପ୍ରଥମ ଦିନ ପରି ଅଗଷ୍ଟ ମାସ ମଧ୍ୟ ଏହା ସହିତ କିଛି ପରିବର୍ତ୍ତନ ନେଇ ଆସୁଛି, ଯାହା ଆମର ଏବଂ ଆପଣଙ୍କ ଜୀବନ…

ଅମରପାଲିରେ +୨ କଲେଜ ପ୍ରତିଷ୍ଠା ଦାବି: ୪୦ରୁ ଅଧିକ ଗ୍ରାମର ଛାତ୍ରୀଛାତ୍ର ହେବେ ଉପକୃତ

ଅମରପାଲି,୧ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳ ଅମରପାଲିରେ ଏକ +୨ କଲେଜ ପ୍ରତିଷ୍ଠା ପାଇଁ ସ୍ଥାନୀୟ ଅଞ୍ଚଳବାସୀଙ୍କ ଦାବି ଜୋରଦାର ହେଉଛି। ଏହି…

ସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା, ତେଜିଲା ଅସନ୍ତୋଷ

ବରଗଡ଼,୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଥିବା ରାଣାପ୍ରତାପ ହାଇସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା ଚାଲଛି। ଏଭଳି ଅଭିଯୋଗ କରି ସ୍କୁଲ ପରିଚାଳନା କମିଟି ଏବଂ ଶିକ୍ଷକ, ଅଭିଭାବକ…

ଗଜପତି ଝିଅ ସ୍ବାଗତିକାଙ୍କୁ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ ସମ୍ମାନ: ଛୁଟୁଛି ଶୁଭେଚ୍ଛାର ସୁଅ

ପାରଳାଖେମୁଣ୍ଡି,୧ା୮(ଗିରିଧାରୀ ପରିଚ୍ଛା):ଗଜପତି ଜିଲାର ଝିଅ ସ୍ବାଗତିକା ପାଣିଗ୍ରାହୀ ଜିଲା ଓ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଆନ୍ତର୍ଜାତିକ ସ୍ତରରେ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ରେ ସ୍ବାଗତିକା ସଫଳତା ସାଉଁଟିଛନ୍ତି।…

ମହାନଦୀରେ ବଡ଼ ବନ୍ୟା ସ୍ଥିତି: ଆଜି ଆକାଶମାର୍ଗରୁ ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,(ରବିନାରାୟଣ ଜେନା)/ ସମ୍ବଲପୁର,(ପ୍ରମୋଦ ବହିଦାର) ୧।୮: ରାଜ୍ୟରେ ଲଗାଣ ବର୍ଷା ଯୋଗୁ ସୃଷ୍ଟି ହୋଇଥିବା ବନ୍ୟା ଏବେ ଭୟଙ୍କର ରୂପ ନେଉଛି। କେଉଁଠି ଘରଦ୍ୱାର ଧୋଇ ନେଉଛି…

ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

ଜୟପୁର,୧ା୮(ପବନ ପାଣିଗ୍ରାହୀ): ସ୍କୁଲରୁ ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଶୁକ୍ରବାର ୨ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri