CORONAVIRUS UPDATE: ରାଜ୍ୟରେ ୮୧,୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହୋଇଛନ୍ତି ୨୯୪୯ ପଜିଟିଭ୍‌

ଭୁବନେଶ୍ୱର,୨୪ା୮(ବ୍ୟୁରୋ): ସୋମବାର ୩୦ ଜିଲାରୁ ୨୯୪୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୮୧,୪୭୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ମଧ୍ୟରୁ ୧୮୨୬ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୧୧୨୩ ଜଣ ସ୍ଥାନୀୟ ସଂକ୍ରମିତ ଭାବେ ଚିହ୍ନଟ ହୋଇଛନ୍ତି।
ଆଜି ଖୋର୍ଦ୍ଧାକୁ ଟପିଛି କଟକ। ଏଠାରୁ ୫୮୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୪୭୪ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଯାଜପୁରରୁ ମଧ୍ୟ ଆଜି ୨୧୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେହିପରି ଅନ୍ୟ ଜିଲାଗୁଡ଼ିକ ମଧ୍ୟରେ ଅନୁଗୋଳରୁ ଜଣେ, ବାଲେଶ୍ୱର ୮୮, ବରଗଡ଼ ୬୨, ଭଦ୍ରକ ୬୬,ବଲାଙ୍ଗୀର ୫୭, ବୌଦ୍ଧ ୩, ଦେବଗଡ଼ ୨, ଢେଙ୍କାନାଳ ୧୩, ଗଜପତି ୩, ଗଞ୍ଜାମ ୧୭୯, ଜଗତସିଂହପୁର ୫୧, ଝାରସୁଗୁଡ଼ା ୨୦, କଳାହାଣ୍ଡି ୩୦, କନ୍ଧମାଳ ୩୪, କେନ୍ଦ୍ରାପଡ଼ା ୫୬, କେନ୍ଦୁଝର ୩୦, କୋରାପୁଟ ୧୮୧, ମାଲକାନଗିରି ୭୮, ମୟୂରଭଞ୍ଜ ୧୫୬, ନବରଙ୍ଗପୁର ୨୬, ନୟାଗଡ଼ ୯୩, ନୂଆପଡ଼ା ୨, ପୁରୀ ୮୬, ରାୟଗଡ଼ା ୧୪୩, ସମ୍ବଲପୁର ୧୦୪, ସୋନପୁର ୨୬ ଏବଂ ସୁନ୍ଦରଗଡ଼ରୁ ୮୧ ଜଣ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୮୧,୪୭୯ରେ ପହଞ୍ଚିଥିବା ବେଳେ ୫୪,୪୦୫ ଜଣ ସୁସ୍ଥ ହୋଇଛନ୍ତି। ୨୬,୬୦୨ଜଣ ଚିକିତ୍ସିତ ହେଉଛନ୍ତି। ୪୧୯ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

କନଫ୍ୟୁଜରେ ସୁର, ବଡ଼ପୁଅ ନା ସାନପୁଅ ପାଇଁ କରିବେ ପ୍ରଚାର

ଭୁବନେଶ୍ୱର,୨୪।୪: ରୋଚକ ମୋଡ ନେଇଛି ସୁରଙ୍କ ଫ୍ୟାମିଲି ପଲିଟିକ୍ସ । ସାନ ପୁଅ ବିଜେଡି ଟିକେଟ ନେଇ ମଇଦାନକୁ ଓହ୍ଲାଇଥିବା ବେଳେ ବଡ଼ ପୁଅକୁ ନିମାପଡ଼ା...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪: ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା ସୃଷ୍ଟି...

ବିଜେଡି ସରକାର ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା

ଭୁବନେଶ୍ୱର,୨୪।୪: ବିଜେଡି ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା। ବିଜେଡି ସରକାରରେ ଅନ୍ୟାୟ, ଦୁର୍ନୀତି, ଅଗଣତାନ୍ତ୍ରିକ ଶାସନ ବ୍ୟବସ୍ଥା, ମହିଳା ବିରୋଧୀ ହିଂସାକୁ ଚାର୍ଜସିଟରେ ସ୍ଥାନ ଦେଇଛି...

ଭୁବନେଶ୍ୱରରେ ହେବ ବିଗ୍‌ ଫାଇଟ୍‌, କାହାର ପଲା ଭାରି

ଭୁବନେଶ୍ବର,୨୪।୪: ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ ହେବ ବିଗ ଫାଇଟ । ଯୁବ ଓ ମହିଳା ଭୋଟରଙ୍କୁ ହାତେଇପାରନ୍ତି ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ । ବିଜେଡିର...

ଓଡିଶା ଆସୁଛନ୍ତି ଅମିତ ଶାହା, କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୨୪।୪: ଗୁରୁବାର ଓଡିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା। କାଲିଠୁ ଭାଜପାର ବିଧିବଦ୍ଧ ଭାବେ ନିର୍ବାଚନୀ ପ୍ରଚାର ଆରମ୍ଭ କରିବେ। ଅପରାହ୍ଣ ସାଢ଼େ...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪: ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ ଜନସାଧାରଣଙ୍କୁ...

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri