ଅଧିକାରୀ ଓ ଗ୍ରାମବାସୀଙ୍କ ମଧ୍ୟରେ ବୈଠକ:ରାସ୍ତା ମରାମତି ପରେ ଉଚ୍ଛେଦ ହେଉ

ବଇଣ୍ଡା,୧୦।୯(ଡି.ଏନ.ଏ.)କିଶୋରନଗର ବ୍ଲକ ଜାମ୍ବୁନାଳୀଠାରୁ ବାମୁର ପର୍ଯ୍ୟନ୍ତ ୫୫ ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ ପାଇଁ ୧୧, ୧୨, ୧୩ ତାରିଖରେ ଉଚ୍ଛେଦ ପ୍ରକ୍ରିୟା କରାଯିବ ବୋଲି ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି। ଏ ନେଇ ସୋମବାର ନୁନୁକାପଶି ପଞ୍ଚାୟତ ସଭାଗୃହରେ କ୍ଷତିଗ୍ରସ୍ତ ପ୍ରଜା, ଗ୍ରାମବାସୀ ଓ ପ୍ରଶାସନିକ ଅଧିକାରୀଙ୍କ ମଧ୍ୟରେ ଏକ ବୈଠକ ବସିଥିଲା। କିଶୋରନଗର ତହସିଲଦାର ଡ. ଲକ୍ଷ୍ମୀପ୍ରସାଦ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କିଶୋରନଗର ବିଇଓ ପ୍ରଦୀପ୍ତ କୁମାର ରଥ, ସେକ୍ସନ ଅଫିସର ଅଭିରାମ ସାଏ, ଏନ୍‌ଏଚଏଆଇର ଗନ୍ଧର୍ବ ସେନ ନାୟକ, ବିପିନ ବିହାରୀ ମିଶ୍ର, ହଣ୍ଡପା ଆଇଆଇସି ଲବ ବୋଡ଼ା, ବଇଣ୍ଡା ଆରଆଇ ଶିଶିର କୁମାର ଧଳସାମନ୍ତ, ନୁନୁକାପଶି ସରପଞ୍ଚ ଜଳଧର ସାହୁ, ବଇଣ୍ଡା ଗ୍ରାମ ସଭାପତି ଚିନ୍ତାମଣୀ ପ୍ରଧାନ, ସମ୍ପାଦକ ଜିତେନ୍ଦ୍ର ବେହେରା, ଆଇନଜୀବୀ ଅଞ୍ଜନ ପ୍ରଧାନ, ପ୍ରତାପ ପ୍ରଧାନଙ୍କ ସମେତ ଗ୍ରାମବାସୀ ଯୋଗ ଦେଇଥିଲେ।
ବଇଣ୍ଡା ଅଞ୍ଚଳରେ ୨୦୧୮ ମେ ୧୭, ୧୮ରେ ଉଚ୍ଛେଦ କରାଯାଇଥିବା ବେଳେ ଆଉ ୧୭ ଜଣ କ୍ଷତିଗ୍ରସ୍ତ ପ୍ରଜାଙ୍କୁ କ୍ଷତିପୂରଣ ଦିଆଯାଇ ନ ଥିବା ଯୋଗୁ ଏହାକୁ ଭଙ୍ଗାଯାଇ ପାରିନାହିଁ। ସେଗୁଡ଼ିକୁ ଭାଙ୍ଗିବା ପାଇଁ ପ୍ରଶାସନ ପକ୍ଷରୁ ଦୀର୍ଘ ୧୩ ମାସ ପରେ ନିଷ୍ପତ୍ତି ନିଆଯାଇଛି। ଏହାକୁ ବଇଣ୍ଡା ଗ୍ରାମବାସୀ ସ୍ବାଗତ କରିଥିବାବେଳେ ଠିକାସଂସ୍ଥା ପକ୍ଷରୁ ରାସ୍ତା କାମ ବିଳମ୍ବ କରାଯାଉଥିବା ଯୋଗୁ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ୧୩ ମାସ ପୂର୍ବେ ବଇଣ୍ଡା ଛକରେ ଉଚ୍ଛେଦ କରାଯାଇଥିଲେ ମଧ୍ୟ ଠିକାସଂସ୍ଥା ଏକ ପ୍ରତିଶତ କାମ ଆରମ୍ଭ କରି ନାହିଁ। ଏଥିଯୋଗୁ ୪ ଶହ ଉଠା ଦୋକାନୀ ନିଜର ଜୀବିକା ହରାଇ ଘରେ ହାତ ବାନ୍ଧି ବସିଛନ୍ତି। ତରବରିଆ ଭାବେ ଉଚ୍ଛେଦ କରାଯାଇଥିବାବେଳେ ସେମାନଙ୍କୁ କ୍ଷତିପୂରଣ ଦିଆଯାଇ ନ ଥିବା ଅଭିଯୋଗ ହୋଇଛି। ଏହାସହ ଜାମ୍ବୁନାଳୀରୁ ବାମୁର ପର୍ଯ୍ୟନ୍ତ ଦୀର୍ଘ ୪୦ କିମି ରାସ୍ତା ଅତି କଦର୍ଯ୍ୟ ହୋଇପଡ଼ିଛି। ଫଳରେ ପ୍ରତିଦିନ ଦୁର୍ଘଟଣା ଘଟୁଛି। ରାସ୍ତା ମରାମତି ପାଇଁ ଜିଲା ପ୍ରଶାସନ ପକ୍ଷରୁ ଠିକାସଂସ୍ଥାକୁ ନିର୍ଦ୍ଦେଶନାମା ରହିଥିଲେ ମଧ୍ୟ ମରାମତି କରାଯାଉ ନାହିଁ। ତୁରନ୍ତ ଉକ୍ତ ୪୦ କିମି ରାସ୍ତା ମରାମତି କରିବା ପରେ ଉଚ୍ଛେଦ କରିବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି। ସେହିପରି କୌଣସି ଶିକ୍ଷାନୁଷ୍ଠାନ ନ ଭାଙ୍ଗିବା ପାଇଁ ପ୍ରଶାସନିକ ଅଧିକାରୀମାନେ ଠିକାସଂସ୍ଥାକୁ ନିର୍ଦ୍ଦେଶ ଦେଇଛନ୍ତି।


All Right Reserved By

ମହାପ୍ରଭୁଙ୍କ ବାହୁଡ଼ାଯାତ୍ରା: ରଥାରୂଢ଼ ହେଲେ ଚତୁର୍ଦ୍ଧା ମୂର୍ତ୍ତି

ପୁରୀ ଅଫିସ, ୧୨।୭: ଶୁକ୍ରବାର ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା। ଚତୁର୍ଦ୍ଧା ମୂର୍ତ୍ତି ରଥରେ ବସି ଶ୍ରୀମନ୍ଦିର ଅଭିମୁଖେ ଯାତ୍ରା କରିବେ। ପ୍ରଥମେ ସୁଦର୍ଶନ ପୂର୍ବାହ୍ନ ୯.୧୫ରେ...

ଛାତ୍ରୀଛାତ୍ରଙ୍କୁ ଜ୍ଞାନ ବାଣ୍ଟିଲେ ଜିଲାପାଳ, ଏସ୍‌ପି

ଛତ୍ରପୁର,୨ା୯(ଡି.ଏନ.ଏ.)-କଲେଜ ଛାତ୍ରୀଛାତ୍ର ସେମାନଙ୍କର କ୍ୟାରିୟର ଗଢ଼ିବା ପାଇଁ ବିଭିନ୍ନ କ୍ଷେତ୍ରରେ ସଫଳତା ଅର୍ଜନ କରିଥିବା ବ୍ୟକ୍ତିଙ୍କଠାରୁ ଯେଭଳି ଜ୍ଞାନ ଆହରଣ କରିପାରିବେ ସେଥିପାଇଁ ଗଞ୍ଜାମ ଜିଲା...

ଏସ୍‌ସିବିରେ ସଫଳ ଅସ୍ତ୍ରୋପଚାର: ମହିଳାଙ୍କ ମଳଦ୍ୱାରରୁ ବାହାରିଲା ବୋତଲ ମୁହଁ

କଟକ ଅଫିସ, ୫।୬:ଚୁଲିରେ ରୋଷେଇ କରୁଥିବା ବେଳେ ଚୁଲି ଭିତରେ ହଠାତ୍‌ ବିସ୍ଫୋରଣ ହୋଇଥିଲା। କୌଣସି ପ୍ରକାରେ ଚୁଲି ଭିତରେ ଏକ କାଚ ବୋତଲ ରହି...

ଆହୁରି ୨ ଦିନ ବର୍ଷିବ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ଲଘୁଚାପ ପ୍ରଭାବରେ ଆଗାମୀ ୨ ଦିନ ଯାଏ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧୪ ଜିଲାରେ ବର୍ଷା...

୧୯ରେ ମେଘନାଦ ପାଚେରି ଚତୁଃପାର୍ଶ୍ୱରୁ ଭଙ୍ଗାଯିବ ବେଆଇନ କୋଠା

ପୁରୀ ଅଫିସ, ୧୪ା୮: ଆତଙ୍କବାଦୀଙ୍କ ଟାର୍ଗେଟରେ ରହିଛି ଶ୍ରୀମନ୍ଦିର। ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ କେନ୍ଦ୍ର ଗୋଇନ୍ଦା ବିଭାଗର ଏହି ରିପୋର୍ଟ ପ୍ରଶାସନ ଆଖିରୁ...

ଭାରତ୍‌ କୀ ଖୋଜ୍‌ ଅଭିଯାନରେ କେରଳ ଯୁବକ: ବାଇକ୍‌ରେ ବୁଲିବେ ୪ ଦେଶ

ପୁରୀ ଅଫିସ, ୨୭ା୭: ବିଭିନ୍ନତା ମଧ୍ୟରେ ଏକତାର ବାର୍ତ୍ତା ବହନ କରୁଛି ଭାରତ। ଏହାର କଳା, ସଂସ୍କୃତି, ଐତିହ୍ୟ, ପରମ୍ପରା, ଲୋକକଳା ବେଶ୍‌ ସମୃଦ୍ଧ। ଯିଏ...

ଆକର୍ଷିତ କରିପାରିଲାନି ବଡ଼ ବଡ଼ ଇଭେଣ୍ଟ: ବିଦେଶୀ ପର୍ଯ୍ୟଟକ ଆଗମନ ହାର କମିଲା

ଭୁବନେଶ୍ୱର, ୧୭ା୭(ବ୍ୟୁରୋ): ଭାରତ ପର୍ଯ୍ୟଟନ ମାନଚିତ୍ରରେ ଓଡ଼ିଶାର ଏକ ବିଶେଷ ସ୍ଥାନ ରହିଛି। ପ୍ରାକୃତିକ ସୌନ୍ଦର୍ଯ୍ୟ ସାଙ୍ଗକୁ ବିସ୍ତୀର୍ଣ୍ଣ ବେଳାଭୂମି ଦେଶ ତଥା ବିଦେଶୀ ପର୍ଯ୍ୟଟକଙ୍କୁ...

ମାଟ୍ରିକ ପରୀକ୍ଷା ଫଳ: କେନ୍ଦୁଝର ଜିଲାରେ ପାସ ହାର ୭୧.୪୬%

କେନ୍ଦୁଝର, ୨୧ା୫(ସ୍ବ.ପ୍ର.): ଚଳିତ ବର୍ଷର ମାଟ୍ରିକ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି। କେନ୍ଦୁଝର ଜିଲାରେ ପାସ ହାର ୭୧.୪୬% ରହିଥିବା ଜିଲା ଶିକ୍ଷା ଅଧିକାରୀ କପିଳେନ୍ଦ୍ର...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *