ଖେଳ ଦେଖିବେ ମୁଖ୍ୟମନ୍ତ୍ରୀ: ଟୁଇନ୍‌ ସିଟିକୁ ଜଗିଛନ୍ତି ୮୨ ପ୍ଲାଟୁନ୍‌ ଫୋର୍ସ

ଭୁବନେଶ୍ୱର,୧୧ା୬(ବ୍ୟୁରୋ): ଭାରତ-ଦକ୍ଷିଣ ଆଫ୍ରିକା ଟି -୨୦ ମ୍ୟାଚ୍‌ ପାଇଁ ଟୁଇନ୍‌ ସିଟିରେ କମିଶନରେଟ୍‌ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। କଟକରେ ୬୨ ପ୍ଲାଟୁନ ଫୋର୍ସ ନିୟୋଜିତ ଥିବା ବେଳେ ଓ ଭୁବନେଶ୍ୱରରେ ୨୦ ପ୍ଲାଟୁନ୍‌ ଫୋର୍ସ ମୁତୟନ ରହିଛନ୍ତି। ୩ ଜଣ ଡିସିପି, ୭ ଜଣ ଆଡିଶନାଲ ଡିସିପି, ୩୫ ଜଣ ଆଇଆଇସି ସୁରକ୍ଷା ଦାୟିତ୍ୱରେ ରହିଛନ୍ତି। ରବିବାର ଅପରାହ୍ନ ୩ଟାରୁ ଦର୍ଶକଙ୍କ ପାଇଁ ଗେଟ୍‌ ଖୋଲାଯିବ। ଷ୍ଟାଡିୟମ ଭିତରେ ପାଖାପାଖି ୫୦ହଜାର ଓ ବାହାରେ ୧୫ରୁ ୨୦ ହଜାର ଦର୍ଶକ ରହିବେ। ୨୦ହଜାରରୁ ଅଧିକ ବାଇକ୍‌ ପାର୍କିଂ ହେବାର ସମ୍ଭାବନା ରହିଛି। ଏସବୁକୁ ଦୃଷ୍ଟିରେ ରଖି କମିଶନରେଟ୍‌ ପୋଲିସ ସଜାଗ ରହିଛି। ମାସ୍କ ପିନ୍ଧି ନ ଥିଲେ ଷ୍ଟାଡିୟମ ଭିତରକୁ ପ୍ରବେଶ ଅନୁମତି ମିଳିବ ନାହିଁ । ଷ୍ଟାଡିୟମ ଭିତରକୁ ଦର୍ଶକ ଖାଦ୍ୟ, ପାଣି ବୋତଲ, ଲାଠି, ବ୍ୟାଗ, ଦିଆସିଲି, ଖୁଚୁରା ପଇସା ନେଇପାରିବେନି । ବାଲିଯାତ୍ରା ପଡ଼ିଆରେ ଗାଡ଼ି ପାର୍କିଂ କରାଯିବ। ସାଧାରଣ ଦର୍ଶକଙ୍କ ପାଇଁ ୫ଟି ସ୍ଥାନରେ ପାର୍କିଂ ସ୍ଥଳ କରାଯାଇଛି । ପ୍ରତ୍ୟେକ ଗ୍ୟାଲେରୀରେ ପୋଲିସ ମୁତୟନ ରହିବ। ଷ୍ଟାଡିୟମ ଭିତରେ କୁଇକ୍‌ ଆକ୍ସନ ଟିମ୍‌ ରହିବ। କୌଣସି ବ୍ୟକ୍ତି ବିଶୃଙ୍ଖଳା କଲେ ତାଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଅନ୍ୟପଟେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖେଳ ଦେଖିବାର ସୂଚନା ରହିଛି । ପ୍ରଥମ ବ୍ୟକ୍ତି ଭାବେ ଅଫ୍‌ଲାଇନ ଟିକେଟ କିଣିଥିଲେ ନବୀନ। ତେବେ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ବାରବାଟୀ ଯାଇ ଖେଳ ଦେଖିବେ। ଏଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ ଆହୁରି କଡ଼ାକଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri