ଭୁବନେଶ୍ୱର, ୨୭ା୮(ଅସମାପିକା ସାହୁ)୨୦୨୩-୨୪ ଶିକ୍ଷାବର୍ଷରୁ ରାଜ୍ୟର ୮୩ଟି ଉଚ୍ଚ ମାଧ୍ୟମିକ ସ୍କୁଲରେ ନୂଆ ପାଠ୍ୟକ୍ରମ ଖୋଲିବାକୁ ଅନୁମୋଦନ ମିଳିଛି। ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଉକ୍ତ ବେସରକାରୀ ଯୁକ୍ତ୨ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖି ଜଣାଯାଇଛି। ଏହି ବିଷୟଗୁଡ଼ିକ ସେଲ୍ଫ-ଫାଇନାନ୍ସିଂ ମୋଡ୍ରେ ଖୋଲିବା ପାଇଁ କୁହାଯାଇଛି। ତେବେ ପାଠ୍ୟକ୍ରମ ପାଇଁ ଅନୁମୋଦିତ ସିଟ୍ର ୮୦% ଉପରେ ନାମଲେଖା ହେବା ଆବଶ୍ୟକ। ଏଥିସହ ଏହି ନୂତନ ପାଠ୍ୟକ୍ରମ ଖୋଲିବା ପାଇଁ ଆବଶ୍ୟକ ତଥ୍ୟ ଦାଖଲ କରିବାକୁ ନିର୍ଦ୍ଦେଶାଳୟ ପକ୍ଷରୁ କୁହାଯାଇଛି। ପ୍ରାକ୍ଟିକାଲ ଲାବ୍ର ଫଟୋ, କିଣାଯାଇଥିବା ସାମଗ୍ରୀର ଭାଉଚର ଆଦି କଲେଜ କର୍ତ୍ତୃପକ୍ଷ ନିର୍ଦ୍ଦେଶାଳୟକୁ ପଠାଇବେ। ଏଥିସହ ସରକାରଙ୍କ ପାଖରୁ କୌଣସି ଆର୍ଥିକ ସହାୟତା ପାଇଁ ଦାବି କରିପାରିବେନି ବୋଲି ଏକ ଅଣ୍ଡରଟେକିଂ ଦେବା ପାଇଁ କୁହାଯାଇଛି। ସେହିପରି ପ୍ରତି ପାଠ୍ୟକ୍ରମ ପାଇଁ ୧ ହଜାର ଟଙ୍କାର ଚାଲାଣ ଦେବାକୁ ମଧ୍ୟ ଚିଠିରେ ଉଲ୍ଲେଖ ରହିଛି।
ମୋଦିଙ୍କ ସ୍ବାଗତରେ ଇଥିଓପିଆ ସଂସଦରେ ୯୦ ସେକେଣ୍ଡ ପର୍ଯ୍ୟନ୍ତ ବାଜିଲା ତାଳି
ଅଦିସ ଅବାବା,୧୮।୧୨: ବୁଧବାର ଇଥିଓପିଆ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟ ୯୦ ସେକେଣ୍ଡ ଧରି ଠିଆ ହୋଇ...
କାଲି ବର୍ଷର ଶେଷ ଅମାବାସ୍ୟା, ଭୂଲରେ ବି ଏ କାମ ଜମା କରନ୍ତୁନି, ନ ହେଲେ…
ହିନ୍ଦୁ ଧର୍ମରେ, ଅମାବାସ୍ୟା ତିଥିର ବିଶେଷ ମହତ୍ତ୍ୱ ରହିଛି, ଏବଂ ଯେତେବେଳେ ବର୍ଷର ଶେଷ ଅମାବାସ୍ୟା ଆସେ, ଏହାର ଗୁରୁତ୍ୱ ଆହୁରି ବୃଦ୍ଧି ପାଏ। ଶାସ୍ତ୍ରରେ,...
ମାତ୍ର ୧୦୦ଟଙ୍କାରୁ ଆରମ୍ଭ ଟିକେଟ, ଇଡେନ ଗାର୍ଡେନରେ ଟି-୨୦ ବିଶ୍ୱକପ ଦେଖିବାକୁ ଚାହୁଁଥିଲେ ଜାଣିରଖନ୍ତୁ ପୂରା ପ୍ରାଇସ
ନୂଆଦିଲ୍ଲୀ,୧୮।୧୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ ସମୟରେ କୋଲକାତାର ଐତିହାସିକ ଇଡେନ ଗାର୍ଡେନ୍ସରେ ହେବାକୁ ଥିବା ମ୍ୟାଚ ପାଇଁ ଟିକେଟ ମୂଲ୍ୟ ପ୍ରକାଶ ପାଇଛି। କ୍ରିକେଟ...
ସଙ୍ଗୀତା ସିଂଦେଓ ସର୍ବୋତ୍ତମ ମହିଳା ଏମ୍ପି: ୮ ଏମ୍ପିଙ୍କୁ ଲୋକମତ ପାର୍ଲାମେଣ୍ଟାରି ପୁରସ୍କାର
ନୂଆଦିଲ୍ଲୀ,୧୮ା୧୨(ପି.ଟି.):ଲୋକ ସଭାରେ ବଲାଙ୍ଗୀର ସଂସଦୀୟ ଆସନରୁ ପ୍ରତିନିଧିତ୍ୱ କରୁଥିବା ସଙ୍ଗୀତା କୁମାରୀ ସିଂଦେଓଙ୍କୁ ବୁଧବାର ସର୍ବୋତ୍ତମ ମହିଳା ଏମ୍ପି ପୁରସ୍କାର ପ୍ରଦାନ କରାଯାଇଛି। ସେହିପରି ଦୋମାରିଅୟାଗଞ୍ଜର...
‘ଆପଣଙ୍କ ସହ ସାକ୍ଷାତ ପରେ ଲାଗିଲା ଯେମିତି ଭଗବାନଙ୍କ ଦର୍ଶନ ମିଳିଗଲା’, ଓମାନରେ ମୋଦିଙ୍କ ସହ ସାକ୍ଷାତ ପରେ…
ମସ୍କଟ,୧୮।୧୨: ବୁଧବାର ଓମାନର ମସ୍କଟରେ ଏକ ହୋଟେଲରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭାରତୀୟ ସମ୍ପ୍ରଦାୟର ସଦସ୍ୟମାନେ ଭବ୍ୟ ସ୍ବାଗତ କରିଥିଲେ। ଶହ ଶହ ଲୋକ ଭାରତୀୟ...
ପ୍ରବଳ ବର୍ଷା, ତୁଷାରପାତ ସହ ଶୀତଳ ଲହରୀ, ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହି ସବୁ ସ୍ଥାନରେ…
ନୂଆଦିଲ୍ଲୀ,୧୮।୧୨: ସାରା ଦେଶରେ ପାଗ ଦ୍ରୁତ ଗତିରେ ପରିବର୍ତ୍ତନ ହେଉଛି, ଏବଂ ଆଗାମୀ ୨୪ରୁ ୪୮ ଘଣ୍ଟା ଅନେକ ରାଜ୍ୟ ପାଇଁ ଚ୍ୟାଲେଞ୍ଜିଂ ସାବ୍ୟସ୍ତ ହୋଇପାରେ।...
୬,୧୧୭ ଷ୍ଟେଶନରେ ମାଗଣା ୱାଇ-ଫାଇ
ଭୁବନେଶ୍ୱର,୧୮।୧୨(ଅନୁରାଧା ମହାରଣା): ଭାରତୀୟ ରେଳପଥର ୬୧୧୭ ରେଳ ଷ୍ଟେଶନରେ ମାଗଣା ୱାଇ-ଫାଇ ସେବା ଯୋଗାଇ ଦିଆଯାଇଛି। ରେଳ ଷ୍ଟେଶନରେ ଏହି ସେବା ପାଇଁ ରେଳ ମନ୍ତ୍ରଣାଳୟ...
ବରଗଡ଼ ଧନୁଯାତ୍ରା ମହୋତ୍ସବ: ମନ ଜିଣୁଛି କଳାକାରଙ୍କ ପୂର୍ବାଭ୍ୟାସ
ବରଗଡ଼,୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉମାତ୍ର ଏକ ସପ୍ତାହ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପୀ ୨୦୨୬...
Archives


