୮୩ ଉଚ୍ଚ ମାଧ୍ୟମିକ ସ୍କୁଲରେ ନୂଆ ପାଠ୍ୟକ୍ରମ ଖୋଲିବାକୁ ଅନୁମୋଦନ

ଭୁବନେଶ୍ୱର, ୨୭ା୮(ଅସମାପିକା ସାହୁ)୨୦୨୩-୨୪ ଶିକ୍ଷାବର୍ଷରୁ ରାଜ୍ୟର ୮୩ଟି ଉଚ୍ଚ ମାଧ୍ୟମିକ ସ୍କୁଲରେ ନୂଆ ପାଠ୍ୟକ୍ରମ ଖୋଲିବାକୁ ଅନୁମୋଦନ ମିଳିଛି। ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଉକ୍ତ ବେସରକାରୀ ଯୁକ୍ତ୨ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖି ଜଣାଯାଇଛି। ଏହି ବିଷୟଗୁଡ଼ିକ ସେଲ୍‌ଫ-ଫାଇନାନ୍ସିଂ ମୋଡ୍‌ରେ ଖୋଲିବା ପାଇଁ କୁହାଯାଇଛି। ତେବେ ପାଠ୍ୟକ୍ରମ ପାଇଁ ଅନୁମୋଦିତ ସିଟ୍‌ର ୮୦% ଉପରେ ନାମଲେଖା ହେବା ଆବଶ୍ୟକ। ଏଥିସହ ଏହି ନୂତନ ପାଠ୍ୟକ୍ରମ ଖୋଲିବା ପାଇଁ ଆବଶ୍ୟକ ତଥ୍ୟ ଦାଖଲ କରିବାକୁ ନିର୍ଦ୍ଦେଶାଳୟ ପକ୍ଷରୁ କୁହାଯାଇଛି। ପ୍ରାକ୍ଟିକାଲ ଲାବ୍‌ର ଫଟୋ, କିଣାଯାଇଥିବା ସାମଗ୍ରୀର ଭାଉଚର ଆଦି କଲେଜ କର୍ତ୍ତୃପକ୍ଷ ନିର୍ଦ୍ଦେଶାଳୟକୁ ପଠାଇବେ। ଏଥିସହ ସରକାରଙ୍କ ପାଖରୁ କୌଣସି ଆର୍ଥିକ ସହାୟତା ପାଇଁ ଦାବି କରିପାରିବେନି ବୋଲି ଏକ ଅଣ୍ଡରଟେକିଂ ଦେବା ପାଇଁ କୁହାଯାଇଛି। ସେହିପରି ପ୍ରତି ପାଠ୍ୟକ୍ରମ ପାଇଁ ୧ ହଜାର ଟଙ୍କାର ଚାଲାଣ ଦେବାକୁ ମଧ୍ୟ ଚିଠିରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସେତୁ ଆପ୍ରୋଚ ରାସ୍ତା ନ କରି ଖୋଲିଦେଲେ: ସ୍କୁଲ କଲେଜ ଯିବା ପାଇଁ ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର

ରାଜନଗର, ୧ା୧୦(ଭାସ୍କର ରାଉତରାୟ): ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ଓ ସେତୁ ନିର୍ମାଣ କରାଯାଉଛି। ସେତୁ ତିଆରି ଓ ସେତୁ ଆପ୍ରୋଜ ରୋଡ କାମ ନ ସାରି…

କ୍ୟାପଟେନ ସ୍ମିତ ମଚ୍ଛରଙ୍କ ପରିବାର ସହ କଥା ହେଲେ ମୋଦି, ବଡ଼ ଘୋଷଣା କରି….

ନୂଆଦିଲ୍ଲୀ,୧।୧୦ : ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇ FZ1073 ବିମାନରେ ଘଟିଥିବା ଘଟଣାରେ ଆହତ ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଭୁବନେଶ୍ବରରେ ଚାଞ୍ଚଲ୍ୟ; ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର

ଭୁବନେଶ୍ବର,୧।୧୦: ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଛି ଏହି ଲଜ୍ଜାଜନକ ଘଟଣା…

‘ଏହା କ୍ରିକେଟ୍‌ ନୁହେଁ, କେବଳ ବ୍ୟାଟିଂ’: ୪୦୬ ରନ୍‌ ଚେଜ୍‌ କରିବା ପରେ ବି ରାଗିଗଲେ ହେଡ୍‌ କୋଚ୍‌ ଗମ୍ଭୀର…ଜାଣନ୍ତୁ କାରଣ

ଗୁଆହାଟି,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଏକଦିବସୀୟ (ODI) ମ୍ୟାଚ୍‌ରେ ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ହାସଲ କରି ସିରିଜ କବ୍ଜା କରିବା ସତ୍ତ୍ୱେ ଗୁଆହାଟି ପିଚ୍‌କୁ ନେଇ…

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ସଲାମ କଲା ସାରା ବିଶ୍ୱ: ମୋଦି କହିଲେ, ହିରୋ…

ନୂଆଦିଲ୍ଲୀ,୧।୧୦: ଦୁବାଇରୁ ଇସ୍ରାଏଲ ଯାଉଥିବା ଫ୍ଲାଇଦୁବାଇ ବିମାନରେ କଥିତ ଅପହରଣ ଉଦ୍ୟମକୁ ପ୍ରତିହତ କରିବାରେ ଭୂମିକା ନେଇଥିବା ଭାରତୀୟ କ୍ୟାପ୍ଟେନ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଶଂସା କରିଛନ୍ତି…

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?