୩ ଟ୍ରକ୍‌ରେ ଚାଲାଣବେଳେ ୮୩ ମଇଁଷି ଉଦ୍ଧାର, ୩ ଜଣଙ୍କୁ ଗିରଫ କରି…

ନୂଆପଡ଼ା,୧୮ା୭(ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ଥାନା ଭେଳା ବିଜୁ ଏକ୍ସପ୍ରେସ୍‌ ରାସ୍ତାକଡ଼ରେ କିଛିଦିନ ତଳେ ୭ଟି ମୃତ ମଇଁଷି ପଡ଼ିଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଥିଲା। ଏହି ଘଟଣାକୁ ଗୁରୁତ୍ୱର ସହ ନେଇ କୋମନା ପୋଲିସ ତଦନ୍ତ ଆରମ୍ଭ କରିଥିଲା। ଉକ୍ତ ଘଟଣା ଆଧାରରେ ପୋଲିସ ବେଆଇନ ମଇଁଷି ଚାଲାଣର ବଡ଼ ଧରଣର ସଫଳତା ମିଳିଛି । କୋମନା ଥାନା ଅଧିକାରୀ ରଶ୍ମିତା ପ୍ରଧାନଙ୍କ ନେତୃତ୍ୱରେ ଏକ ଟିମ୍‌ ଜାତୀୟ ରାଜପଥ କ୍ରିଷ୍ଣା ଛକ ନିକଟରେ ଚଢ଼ାଉ କରି ୩ଟି ଟ୍ରକ୍‌ରୁ ୮୩ଟି ମଇଁଷିକୁ ଉଦ୍ଧାର କରିବା ସହ ୩ ଜଣଙ୍କୁ ଗିରଫ କରିଛି।

ଗିରଫ ଅଭିଯୁକ୍ତମାନେ ହେଲେ ଉତ୍ତରପ୍ରଦେଶର ନବାବ କୁରେଶୀ (୩୪), ପରଭେଜ କୁରେଶୀ(୨୫) ଏବଂ ପଞ୍ଜାବର ଦେବେନ୍ଦ୍ର ସିଂହ (୨୪)। ପୋଲିସ ସିଜି ୦୭ ସିବି ୦୫୨୬, ସିବି ୦୪ ଏଚ୍‌ଏକ୍ସ ୯୦୧୧ ଓ ସିଜି ୧୦ ବିଟି ୪୧୯୦ ନମ୍ବର ଧାରି ତିନୋଟି ଟ୍ରକ ଜବତ କରିଛି। ମଇଁଷିଗୁଡ଼ିକୁ ଆନ୍ଧ୍ରପ୍ରଦେଶର ପାର୍ବତୀପୁରମ ଅଭିମୁଖେ ବେଆଇନ ଭାବେ ଚାଲାଣ କୁହାଯାଉଛି। ଉଦ୍ଧାର ହୋଇଥିବା ସମସ୍ତ ମଇଁଷିକୁ ଖରିଆର ରୋଡ୍‌ ସ୍ଥିତ ଆମସେନା ଗୁରୁକୁଳ ଆଶ୍ରମରେ ସୁରକ୍ଷିତ ଭାବେ ରଖାଯାଇଛି। ତେବେ ଭେଳାରେ ୭ଟି ମଇଁଷିର ମୃତ୍ୟୁ ଘଟଣା ଓ ଏହି ବେଆଇନ ଚାଲାଣ ଘଟଣା ମଧ୍ୟରେ କୌଣସି ସମ୍ପର୍କ ରହିଛି କି ନାହିଁ ସେନେଇ କୋମନା ପୋଲିସ ତଦନ୍ତ ଜାରି ରଖୁଛି। ସେପଟେ ୩ ଜଣ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଥିବା ସୂଚନା ମିଳିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ବାଜିବ ବେଲ, ହେଲେ ଆଉ ବଜାଇବେନି ସନ୍ତୋଷ

ଭଞ୍ଜନଗର,୨।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଲାଲସିଂସ୍ଥିତ କାହ୍ନୁ ରାଉତ ଉଚ୍ଚ ବିଦ୍ୟାଳୟର ପିଅନ ସନ୍ତୋଷ ଗୌଡ଼ (୫୮)ଙ୍କ ବୁଧବାର ଅକାଳ ବିୟୋଗରେ ବିଦ୍ୟାଳୟ…

ଭାରତର ଏହି ବଜାରରେ ବିକ୍ରି ହେଉଛି ଅଜଗର ଅଣ୍ଡା, ଦାମ୍‌ ଜାଣିଲେ…

ଭାରତର ଉତ୍ତର-ପୂର୍ବ ରାଜ୍ୟଗୁଡ଼ିକ ସେମାନଙ୍କର ଅନନ୍ୟ ଖାଦ୍ୟ ପାଇଁ ସାରା ଦେଶରେ ଜଣାଶୁଣା। ନାଗାଲାଣ୍ଡ, ମଣିପୁର, ମିଜୋରାମ ଏବଂ ଅରୁଣାଚଳ ପ୍ରଦେଶର ଲୋକମାନେ ମାଛ, ମାଂସ ବ୍ୟତୀତ…

ସମସ୍ତଙ୍କ ହୃଦୟ ଜିଣିଲେ ସୋନୁ ସୁଦ: କାଠମାଣ୍ଡୁରେ ପହଞ୍ଚି…

କାଠମାଣ୍ଡୁ,୨।୯:ନେପାଳରେ ଭୟଙ୍କର ବନ୍ୟା ଶହ ଶହ ଲୋକଙ୍କ ଜୀବନକୁ ଭାଙ୍ଗି ଦେଇଛି। ଘରଗୁଡ଼ିକ ବାଲି ପରି ଭାସି ଯାଇଛି ଏବଂ ଶହ ଶହ ଲୋକ ପ୍ରାଣ ହରାଇଛନ୍ତି।…

ଗିଲ୍‌-ବୁମ୍‌ରାଙ୍କୁ ବଡ଼ ଝଟକା! ICC ଟେଷ୍ଟ ରାଙ୍କିଙ୍ଗ୍‌ରେ ବଡ଼ ଓଲଟପାଲଟ, ନୂଆ ତାଲିକା ଦେଖି ଚମକିଯିବେ!

ନୂଆଦିଲ୍ଲୀ,୨।୯: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ପକ୍ଷରୁ ନୂଆ ଟେଷ୍ଟ ରାଙ୍କିଙ୍ଗ୍‌ ଜାରି ହୋଇଛି। ବିଶ୍ୱର ବିଭିନ୍ନ ସ୍ଥାନରେ ଟେଷ୍ଟ କ୍ରିକେଟ ଚାଲିଥିବା ବେଳେ ଏହାର ପ୍ରଭାବ…

‘ଆମେରିକାର ରାଷ୍ଟ୍ରପତି ବି ହୋଇପାରନ୍ତି ବିଜୟ! ଡୋନାଲ୍ଡ ଟ୍ରମ୍ପଙ୍କ ସ୍ଥାନ ନେଇପାରନ୍ତି’, ଏମିତି କହିଲେ…

ଚେନ୍ନାଇ,୨।୯: ତାମିଲନାଡୁରେ ଟିଭିକେ (TVK) ସରକାରକୁ ନେଇ ଏଆଇଏଡିଏମ୍‌କେ ମହାସଚିବ ଏଡାପ୍ପାଡି କେ. ପଲାନିସ୍ବାମୀ ତୀବ୍ର କଟାକ୍ଷ କରିଛନ୍ତି। ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ଦାମୀ ଚାର୍ଟର୍ଡ…

ବରଗଡ଼ରେ ଆତଙ୍କ: କୁକୁରକୁ ମାରି ଖାଇଲା ବାଘ, ସିସିଟିଭିରେ କଏଦ ଦୃଶ୍ୟରୁ…

ବରଗଡ଼,୨ା୯(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅଞ୍ଚଳରେ ବାଘ ଆତଙ୍କ ଦେଖାଯାଇଛି। ମଙ୍ଗଳବାର ସିସିଟିଭିରେ ବାଘ ବୁଲୁଥିବାର ଚିତ୍ର କଏଦ ହେବା ଏବଂ ସେଠାରେ ଏକ…

୨୦୨୯ରେ ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ! ବିଧାୟିକାଙ୍କ ବଡ଼ ଦାବିକୁ ନେଇ ରାଜନୀତିରେ ହଇଚଇ

ଚେନ୍ନାଇ,୨।୯: ତାମିଲନାଡୁର ରାଜନୀତିରେ ଏବେ ଥଲାପତି ବିଜୟଙ୍କୁ ନେଇ ଜୋରଦାର ଚର୍ଚ୍ଚା ଆରମ୍ଭ ହୋଇଛି। ସତ୍ତାରୂଢ଼ ଟିଭିକେ (TVK)ର ନେତା ଓ ମନ୍ତ୍ରୀମାନେ ବିଜୟଙ୍କୁ ୨୦୨୯ରେ ପ୍ରଧାନମନ୍ତ୍ରୀ…

ସମୁଦ୍ର କୂଳରେ ବୁଲୁଥିଲେ ପ୍ରେମୀଯୁଗଳ, ହଠାତ୍‌ ମାରିଲା ବିଜୁଳି, ଘଟିଗଲା ଦୁଃଖଦ ଘଟଣା, ଭିଡିଓ ଦେଖିଲେ…

ବ୍ରାସିଲିଆ,୨ା୯: ବ୍ରାଜିଲର ପାଲହୋକାରେ ଥିବା ପ୍ରିଆ ଡା ପିନହେଇରା ବିଚ୍‌ର ଏକ ଭିଡିଓ ସୋସିଆଲ ମିଡିଆରେ ଦ୍ରୁତଗତିରେ ଭାଇରାଲ ହେଉଛି। ଭିଡିଓରେ ଦେଖାଯାଉଛି ପ୍ରେମୀଯୁଗଳ ବେଳାଭୂମିରେ ଚାଲୁଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri