Posted inଜାତୀୟ

ରାଜସ୍ଥାନ ବିଧାନସଭା ନିର୍ବାଚନ ପାଇଁ ଭାଜପାର ୮୩ ପ୍ରାର୍ଥୀଙ୍କ ନାମ ଘୋଷଣା, ବସୁନ୍ଧରାଙ୍କୁ ମିଳିଲା ଟିକେଟ

ଜୟପୁର,୨୧।୧୦: ଭାରତୀୟ ଜନତା ପାର୍ଟି (ଭାଜପା)ରାଜସ୍ଥାନ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। ପ୍ରଥମ ତାଲିକାରେ ଭାଜପା ଏହାର ବହୁ ବଡ ନେତାଙ୍କ ନାମ ମଧ୍ୟ ଘୋଷଣା କରିଛି। ଦଳ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଶକ୍ତିଶାଳୀ ନେତା ବସୁନ୍ଧରା ରାଜେ ସିନ୍ଧିଆଙ୍କୁ ଝାଲରା ପାଟନ ବିଧାନସଭା ଆସନରୁ ଟିକେଟ ଦେଇଛି। ସତୀଶ ପୁନିଆଙ୍କୁ ଅମ୍ବେରରୁ ପ୍ରାର୍ଥୀ କରାଯାଇଛି।

ପ୍ରଥମ ତାଲିକାରେ ଭାଜପା ୧୦ମହିଳା, ୧୫ ଅନୁସୂଚିତ ଜନଜାତି ଏବଂ ୧୦ ଅନୁସୂଚିତ ଜାତି ପ୍ରାର୍ଥୀଙ୍କୁ ଟିକେଟ ଦେଇଛି। ନିକଟରେ ଭାପଜାରେ ଯୋଗ ଦେଇଥିବା ଜ୍ୟୋତି ମର୍ଦ୍ଧାଙ୍କୁ ମଧ୍ୟ ଦଳ ଟିକେଟ ଦେଇଛି। ମିର୍ଦ୍ଧାଙ୍କୁ ନାଗୌରରୁ ପ୍ରାର୍ଥୀ କରାଯାଇଛି। ଦଳ ନାଥଦ୍ୱାରରୁ ବିଶ୍ୱରାଜ ସିଂ ମେୱାଡଙ୍କୁ ଟିକେଟ ଦେଇଛି।
ଏହି ତାଲିକାରେ ବସୁନ୍ଧରା ରାଜେଙ୍କୁ ନିଜ ଆସନରୁ ଟିକେଟ ଦିଆଯାଇଥିବାବେଳେ ବିରୋଧୀଦଳର ନେତା ରାଜେନ୍ଦ୍ର ରାଠୋଡଙ୍କୁ ତାରାନଗରରୁ ପ୍ରାର୍ଥୀ କରାଯାଇଛି। ସେ ଚୁରୁରୁ ବିଧାୟକ ଥିଲେ। ଯଦିଓ ସେ ତରାନଗରରୁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିସାରିଛନ୍ତି, ତଥାପି ଦଳ ତାଙ୍କୁ ତାରାନଗରରୁ ଭାଗ୍ୟ ପରୀକ୍ଷା କରିବାକୁ ପଠାଇଛନ୍ତି। ଦଳ ଚିତ୍ତରଗଡରୁ ବିଧାୟକ ଚନ୍ଦ୍ରଭାନ ସିଂଙ୍କ ଟିକେଟ ବାତିଲ କରିଛି ଏବଂ ତାଙ୍କ ସ୍ଥାନରେ ଚିତ୍ତରଗଡରୁ ନରପତ ସିଂ ରାଜଭୀଙ୍କୁ ଟିକେଟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ସହ ଛାତ୍ରୀଛାତ୍ରଙ୍କ ଘମାଘୋଟ ସଂଘର୍ଷ: ଦିଲ୍ଲୀ ପରେ ଏବେ ଏଇଠି ତେଜିଲା ଆନ୍ଦୋଳନ, CJPକୁ ସମର୍ଥନ କରି…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ସଂସଦ ଭବନ ମାର୍ଚ୍ଚ ସମୟରେ ଯେପରି ଚିତ୍ର ସାମ୍ନାକୁ ଆସିଥିଲା, କିଛି ସେହିପରି ଚିତ୍ର ବୁଧବାର ରାଜଧାନୀ ପାଟନାରେ ଦେଖିବାକୁ ମିଳିଛି। ‘ଆଇସା’ (AISA)…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ବଡ଼ ଘୋଷଣା କଲେ ମୋଦି ସରକାର; ସିଜେପି ନେତାଙ୍କ ସହ ହେବ…

ନୂଆଦିଲ୍ଲୀ,୨୨ା୭: କକରୋଚ୍ ଜନତା ପାର୍ଟି (CJP) ର ନେତୃତ୍ୱରେ ପେପର ଲିକ୍ ବିରୋଧରେ ଆନ୍ଦୋଳନ ଜାରି ରହିଛି। ସଂସଦ ମାର୍ଚ୍ଚ ପରେ ବି ସିଜେପିର ପ୍ରତିବାଦ ଥମିନାହିଁ।…

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri