ରିକଭରି ଏଜେନ୍ସି ପରିଚାଳନା ନିର୍ଦ୍ଦେଶକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଟକ ରୋଡ,୧୩ା୯(ଡି.ଏନ୍‌.ଏ.): ବଡ଼ଗଡ଼ ଥାନା ପୋଲିସ ଗୁରୁବାର ଏକ ଘରୋଇଅର୍ଥ ଲଗାଣକାରୀ ସଂସ୍ଥାର କାର୍ଯ୍ୟାଳୟ ପରିସରରୁ ପରିଚାଳନା ନିର୍ଦ୍ଦେଶକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି। ସେ ହେଲେ ଢେଙ୍କାନାଳ ଜିଲା ଗଁଦିଆ ଥାନା ଅଧୀନ ନିହଲ ପ୍ରସାଦ ଅଞ୍ଚଳର ଶକ୍ତିମୟ ଭୂୟଁା(୫୨)। ସୂଚନା ଅନୁଯାୟୀ, କେତେକ ଅର୍ଥଲଗାଣକାରୀ ସଂସ୍ଥାର କଲେକ୍ସନ ଓ ରିକୋଭରି ଏଜେନ୍ସି ନେଇଥିବା ଶକ୍ତିମୟଙ୍କ ଗୌତମନଗର ଅଞ୍ଚଳରେ କାର୍ଯ୍ୟାଳୟ ରହିଛି। ପ୍ରାୟ ୧୦ବର୍ଷରୁ ଊର୍ଦ୍ଧ୍ୱ ହେବ ସେ ଏହି ଏଜେନ୍ସି ଚଳାଇ ଆସୁଥିଲେ। ବୁଧବାର ରାତିରେ ଶକ୍ତିମୟ ଗୌତମ ନଗରରେ ଥିବା ଅନ୍ୟ ଏକ କଲେକ୍ସନ ଏଜେନ୍ସି କାର୍ଯ୍ୟାଳୟକୁ ଆସିଥିଲେ। ଗୁରୁବାର ପୂର୍ବାହ୍ନ ପ୍ରାୟ ୧୦ଟାରେ ଉକ୍ତ କର୍ମଚାରୀ କାର୍ଯ୍ୟାଳୟକୁ ଆସିବା ପରେ ଶକ୍ତିମୟ ଏକ କୋଠରୀରେ ରଶିରେ ଝୁଲୁଥିବା ଦେଖିଥିଲେ। କୋଠରୀ ଭିତର ପଟୁ କବାଟ ବନ୍ଦ ଥିବା ଦେଖି ପୋଲିସକୁ ଖବରଦେଇଥିଲେ। ଖବରପାଇ ପୋଲିସ ଓ ସାଇଣ୍ଟିଫିକ ଟିମ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ପରେ ବ୍ୟବଚ୍ଛେଦ ପାଇଁ ପୋଲିସ ମୃତଦେହକୁ କ୍ୟାପିଟାଲ ହସ୍ପିଟାଲକୁ ପଠାଇଥିଲା। ଏ ନେଇ ଥାନାରେ ଏକ ଅପମୃତ୍ୟୁ ମାମଲା(ନଂ.୨୬/୧୯)ରୁଜୁ ହୋଇଛି। ମୃତଦେହ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିବା ବେଳେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି ବୋଲି ପୋଲିସ କହିଛି।


All Right Reserved By Dharitri.Com

ଓୟୁଏଟିର ହେବ ବିକାଶ

ଭୁବନେଶ୍ୱର,୨୦ା୨(ବ୍ୟୁରୋ): ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(ଓୟୁଏଟି)ର ବିକାଶ ହେବ। ଏଥିପାଇଁ ଗତ ୧୭ତାରିଖରେ କୃଷି ଭବନଠାରେ କୃଷି ବିଭାଗ ପ୍ରମୁଖ ଶାସନ ସଚିବ ସୌରଭ...

ବିଜୁ ଯୁବ ବାହିନୀ ତରଫରୁ ଆବର୍ଜନା ମୁକ୍ତ ଅଭିଯାନ

କୃଷ୍ଣପ୍ରସାଦ,୧୮ା୭(ଡି.ଏନ୍‌.ଏ.): ପୁରୀ ଜିଲାପାଳଙ୍କ ସ୍ବଚ୍ଛ ପରିବେଶ କାର୍ଯ୍ୟକ୍ରମ ଅବସରରେ ‘ମୋ ବେଳାଭୂମି’ ଯୋଜନାରେ କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ଚିଲିକା ଉପକୂଳସ୍ଥିତ ପର୍ଯ୍ୟଟନ ସ୍ଥଳରୁ ଆବର୍ଜନା ମୁକ୍ତ...

କପିଳାସ ଆଣିବାକୁ ମସୁଧା

ଢେଙ୍କାନାଳ ଅଫିସ,୨୮ା୧ କିଛି ଦିନ ତଳେ ତାଳଚେରରେ ଉପଦ୍ରବ କରୁଥିବା ନରହନ୍ତା ଦନ୍ତାକୁ କପିଳାସ କପିଳାସ ଚିଡିଆଖାନା ପରିସରରେ ଥିବା ଏଲିଫ୍ୟାଣ୍ଟ ରେସକ୍ୟୁ ସେଣ୍ଟରକୁ ଅଣାଯାଇଥିବାବେଳେ...

ମନ୍ତ୍ରୀଙ୍କ ଅନୁପସ୍ଥିତିକୁ ନେଇ ଗୃହରେ ବିରୋଧୀଙ୍କ ହଟ୍ଟଗୋଳ: ତାଗିଦ୍‌ କଲେ ବାଚସ୍ପତି

ଭୁବନେଶ୍ୱର, ୨୧।୧୧(ବ୍ୟୁରୋ): ଚଳିତ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ଶାସକ ଦଳର ସଦସ୍ୟଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୃହରେ ଉପସ୍ଥିତ ରହିବାକୁ କଡ଼ା...

‘ଜିରୋ ନାଇଟ୍‌’ ପାଇଁ ପ୍ରସ୍ତୁତ ରାଜଧାନୀ: କାଉଣ୍ଟଡାଉନ୍‌ ଆରମ୍ଭ

ଭୁବନେଶ୍ୱର, ୩୧ା୧୨(ବ୍ୟୁରୋ): ଇଂଲିଶ୍‌ କ୍ୟାଲେଣ୍ଡର ଅନୁସାରେ ପୁରୁଣା ବର୍ଷ ଶେଷ ହୋଇ ନୂଆବର୍ଷ ଆରମ୍ଭ ହେବାକୁ ଆଉ ମାତ୍ର କେଇ ଘଣ୍ଟା ବାକି ରହିଛି। ତେଣୁ...

ପୋଲିସ ଭ୍ୟାନରୁ ଡେଇଁ ଦୁର୍ଦ୍ଦାନ୍ତ ଚନ୍ଦନ ଫେରାର

ଭୁବନେଶ୍ୱର, ୧୦ା୭(ବ୍ୟୁରୋ): ଡେପୁଟି କମିଶନର ଅଫ ପୋଲିସ (ଡିସିପି)ଙ୍କ କୋର୍ଟରେ ହାଜର ହୋଇ ଝାରପଡ଼ା ଜେଲ୍‌କୁ ଫେରୁଥିବାବେଳେ ପୋଲିସ ଭ୍ୟାନ୍‌ରୁ ଡେଇଁ ଫେରାର ହୋଇଯାଇଛନ୍ତି ଏକାଧିକ...

ପାଟକୁରାରେ ଭାଜପା ନିଜସ୍ବ ଢଙ୍ଗରେ ଲଢ଼ି ଜିତିବ: ଧର୍ମେନ୍ଦ୍ର

ଭୁବନେଶ୍ୱର, ୭।୭(ବ୍ୟୁରୋ): ପାଟକୁରା ନିର୍ବାଚନ ତାରିଖ ଘୋଷଣା ହେବାପରେ ରାଜ୍ୟର ୩ ପ୍ରମୁଖ ଦଳ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ବିଜେଡି ରଣନୀତି ଅନୁଯାୟୀ ପ୍ରଚାର...

ଆସନ୍ତା ୧୨ରେ ଓଡ଼ିଶା ଆସିବେ ଶାହ

ଭୁବନେଶ୍ୱର,୨।୨(ବ୍ୟୁରୋ): ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆସନ୍ତା ୧୨ ତାରିଖରେ ଓଡ଼ିଶା ଆସିବେ। ଏହି ଗସ୍ତ ସମୟରେ ସେ ଭୁବନେଶ୍ୱରରେ ପୂର୍ବାଞ୍ଚଳ ଆଇନଶୃଙ୍ଖଳା ଉପରେ ସମୀକ୍ଷା...

Leave a comment

Your email address will not be published. Required fields are marked *