ଦିନେ କମିଲେ ଦିନେ ବଢୁଛି: ଆଜି ରାଜ୍ୟରୁ ୮୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୮୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୫,୩୧୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୯ ଜଣ ଚିହ୍ନଟ ହୋଇଥିବା ବେଳେ ୩୫ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୧୨ ଜଣ ଶିଶୁ ବି ଅଛନ୍ତି।

ଆଜି ସମ୍ବଲପୁରରୁ ସର୍ବାଧିକ ୧୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୧୩ ଏବଂ ସୁନ୍ଦରଗଡ଼ରୁ ୧୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ବାଲେଶ୍ୱରରୁ ୪, ବରଗଡ଼ ୨, ବଲାଙ୍ଗୀର ୨, କଟକ ୧୦, ଗଞ୍ଜାମ ୧, ଯାଜପୁର ୨, ଝାରସୁଗୁଡ଼ା ୨, କଳାହାଣ୍ଡି ୬, କନ୍ଧମାଳ ୧, ମୟୂରଭଞ୍ଜ ୨, ନୟାଗଡ଼ ୨, ନୂଆପଡ଼ାରୁ ୫ ଏବଂ ପୁରୀରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୩।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୫,୩୧୪ରେ ପହଞ୍ଚିଥିବା ବେଳେ ୧୩,୨୫,୪୪୦ ଜଣ ସୁସ୍ଥ ହୋଇଛନ୍ତି। ୬୨୨ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri