ରୂପାନ୍ତରଣ କାର୍ଯ୍ୟକ୍ରମରେ ୮୪% ଘରେ ପହଞ୍ଚତ୍ଛି ପାଇପ୍‌ ପାଣି

ଭୁବନେଶ୍ୱର,୨୫।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ରାଜ୍ୟ ସରକାରଙ୍କ ରୂପାନ୍ତର ଶୃଙ୍ଖଳାର ଦ୍ବିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିବା ସହିତ ସବୁ କାର୍ଯ୍ୟକ୍ରମରେ ସମସ୍ତ ବିଭାଗ ଏକ ଟିମ୍‌ ଭାବରେ କାମ କରି ସଫଳତା ଆଣିବାକୁ ପରାମର୍ଶ ଦେଇଛନ୍ତି।
ବୈଠକରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ପ୍ରମୁଖ ସଚିବ ଜି. ମାଥିଭାଥନନ୍‌ ବିଭାଗର ରୂପାନ୍ତର ଉପକ୍ରମ ସମ୍ପର୍କରେ ଏକ ଉପସ୍ଥାପନ ରଖିଥିଲେ। ରାଜ୍ୟର ୧୬ ପ୍ରତିଶତ ଜନସାଧାରଣ ସହରାଞ୍ଚଳରେ ବସବାସ କରନ୍ତି। ସେଥିରୁ ୪୦ ପ୍ରତିଶତ ଅଞ୍ଚଳରେ ପିଇବା ପାଣିର ସୁବିଧା ନ ଥିଲା। ୪ ଲକ୍ଷ ଘରେ ପାଇଖାନା ସୁବିଧା ମଧ୍ୟ ନ ଥିଲା। କିନ୍ତୁ ରୂପାନ୍ତର ଉପକ୍ରମ ଆରମ୍ଭ ହେବା ପରେ ରାଜ୍ୟର ୮୪ ପ୍ରତିଶତ ଘରେ ଶତପ୍ରତିଶତ ପାଇପ ପାଣିର ବ୍ୟବସ୍ଥା ହୋଇପାରିଛି। ପୂର୍ବରୁ ୩ ଲକ୍ଷ ଘରକୁ ପାଇପ ପାଣିର ସୁବିଧା ଥିବାବେଳେ ବର୍ତ୍ତମାନ ୧୦ ଲକ୍ଷ ଘରକୁ ପାଇପ ପାଣିର ସୁବିଧା ଦିଆଯାଇପାରିଛି। ପୁରୀରେ ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ୍‌ କାର୍ଯ୍ୟକ୍ରମ ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହେବା ପରେ ଏହା ବର୍ତ୍ତମାନ ରାଜ୍ୟର ୨୪ଟି ସହରରେ ଆରମ୍ଭ ହୋଇଛି। ଏଥିରେ ବସ୍ତି ଅଞ୍ଚଳକୁ ପ୍ରାଥମିକତା ଦିଆଯାଉଛି। ପାନୀୟ ଜଳ ଯୋଗାଣ ନୀତିରେ ଟ୍ୟାପ୍‌ ପାଣିକୁ ନାଗରିକମାନଙ୍କର ଏକ ଅଧିକାର ଭାବରେ ଗ୍ରହଣ କରାଯାଇଛି। ସେହିପରି ମଳମୂତ୍ର ଓ କଠିନ ବର୍ଜ୍ୟବସ୍ତୁ ପରିଚାଳନା କ୍ଷେତ୍ରରେ ମଧ୍ୟ ଯଥେଷ୍ଟ ଉନ୍ନତି ଆସିପାରିଛି। ବର୍ତ୍ତମାନ ରାଜ୍ୟର ୧୦୦ଟି ସହରରେ ୧୦୩ଟି ସ୍ପିପେଜ ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟରେ ଦିନକୁ ୧୮୦୦ କିଲୋଲିଟର ଫାକେଲ ସ୍ଲଜ ବିଶୋଧନ କରାଯାଉଛି। ଏଥିରେ କମ୍‌ ଖର୍ଚ୍ଚରେ ସାଧାରଣ ଟେକ୍ନୋଲୋଜି ପ୍ରୟୋଗରେ ଗୋଷ୍ଠୀ ସହଭାଗିତାରେ ବ୍ୟାପକ ପରିବର୍ତ୍ତନ ଅଣାଯାଇପାରିଛି। ଜାଗା ମିଶନରେ ୪ ବର୍ଷ ମଧ୍ୟରେ ଏବେ ୧ ଲକ୍ଷ ୭୫ ହଜାର ପରିବାରକୁ ଜମି ଅଧିକାର ଦିଆଯାଇଥିବା ବେଳେ ୫୮୫ଟି ବସ୍ତିକୁ ଆଦର୍ଶ କଲୋନୀରେ ପରିଣତ କରାଯାଇଛି। ସେହିପରି ୧୫୪୦ ବସ୍ତିକୁ ଶତପ୍ରତିଶତ ପାନୀୟ ଜଳ ବ୍ୟବସ୍ଥା ଦିଆଯାଇଥିବାବେଳେ ୧୦୭୫ଟି ବସ୍ତିକୁ ବିଜୁଳି ସୁବିଧା ଦିଆଯାଇଛି। ୫୮୯ଟି ବସ୍ତିରେ ଶତପ୍ରତିଶତ ପାଇଖାନା ବ୍ୟବସ୍ଥା କରାଯାଇଛି।
ସେହିପରି ମୁଖ୍ୟମନ୍ତ୍ରୀ କର୍ମତତ୍ପର ଅଭିଯାନ ‘ମୁକ୍ତା’ ଯୋଜନାରେ ରାଜ୍ୟ ବାହାରେ କାମ କରୁଥିବା ୫ ଲକ୍ଷ ଶ୍ରମିକଙ୍କୁ ଜୀବିକା ଯୋଗାଇ ଦିଆଯାଇଛି। ଏଥିରେ ୨ହଜାର କୋଟି ଟଙ୍କା ବିନିଯୋଗରେ ୨୨,୫୦୦ଟି ପ୍ରକଳ୍ପ କରାଯାଇଛି। ୧୫ ହଜାର ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ କାମ ତଦାରଖ କରିବାକୁ ଦାୟିତ୍ୱ ଦିଆଯାଇଛି। ଗୋଷ୍ଠୀ ସହଭାଗିତାର ଏହା ଏକ ଆଦର୍ଶ ଉଦାହରଣ। ଏହି କାର୍ଯ୍ୟକ୍ରମରେ ପ୍ରାରମ୍ଭିକ ସୂଚନା ରଖି ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କହିଥିଲେ ଯେ ସହରାଞ୍ଚଳର ଏକ ନିର୍ଦ୍ଦିଷ୍ଟ ପ୍ରତିଶତ ଜନସାଧାରଣ ସହରର ମୌଳିକ ସୁବିଧା ପାଇପାରିଲେ ହିଁ ରୂପାନ୍ତରର ପ୍ରକୃତ ଲକ୍ଷ୍ୟ ସାଧିତ ହୋଇପାରିବ। ସହରାଞ୍ଚଳର ବିକାଶ ବୈଜ୍ଞାନିକ ଆଧାରରେ ହେବା ସହ ଅନ୍ତର୍ଭୁକ୍ତୀକରଣ ଓ ସାମଗ୍ରିକ ବିକାଶକୁ ଗୁରୁତ୍ତ୍ୱ ଦେବାର ଆବଶ୍ୟକତା ରହିଛି। କାର୍ଯ୍ୟକ୍ରମରେ ମନ୍ତ୍ରୀ ପଦ୍ମନାଭ ବେହେରା, ସୁଦାମ ମାର୍ଣ୍ଡି, ଅଶୋକ ପଣ୍ଡା, ତୁଷାରକାନ୍ତି ବେହେରା, ମୁଖ୍ୟ ଶାସନ ସଚିବ ଏବଂ ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ, ପ୍ରମୁଖ ସଚିବ ଓ ସଚିବମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ ନାହିଁ ପୁଅ ମୋଜତାବା, ଜାଣନ୍ତୁ କାରଣ

ତେହରାନ,୨।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପରଲୋକ ପରେ ସମଗ୍ର ଦେଶରେ ଗଭୀର ଶୋକ ପ୍ରକାଶ ପାଇଛି। ରାଜଧାନୀ ତେହରାନରୁ ଆରମ୍ଭ କରି ମଶାଦ,…

ଦେଓ ନଦୀ ପୋଲ ଉପରେ ଗୋ-ଚାଲାଣ ଗାଡ଼ି ସହ ଅଟୋର ମୁହାଁମୁହିଁ ଧକ୍କା: ଗୋଟିଏ ବଳଦ ମୃତ, ଗୋ-ମାଫିଆ…

ପାଟଣା, ୨ା୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା-କରଞ୍ଜିଆ ଦେଇଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥରେ ଏକ ବଡ଼ଧରଣର ସଡ଼କ ଦୁର୍ଘଟଣା ଘଟିଯାଇଛି। ସାହାରପଡା ସ୍ଥିତ…

ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ: ଖବର ପାଇ ବି ପହଞ୍ଚିଲାନି ପୋଲିସ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ

କୋକସରା, ୨ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖଲିଗଡ ପାଦଦେଶରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର ‘ଡୋକରୀଦର’ ଝରଣା ନିକଟରେ…

ବଦଳିଲା ଭାରତ-ଇଂଲଣ୍ଡ ଟି-୨୦ ମ୍ୟାଚର ସମୟ, ଜାଣନ୍ତୁ କେତେବେଳେ ଆରମ୍ଭ ହେବ…

ନୂଆଦିଲ୍ଲୀ,୨।୭: ଭାରତୀୟ କ୍ରିକେଟ ଦଳ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛି। ଟିମ ଇଣ୍ଡିଆ ଇଂଲଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳୁଛି। ବର୍ଷା ଯୋଗୁ…

ବରଗଡ଼ ମଣ୍ଡିରୁ ଆସିଲା ଚିନ୍ତାଜନକ ଚିତ୍ର: ବିକ୍ରି ଧାନରୁ ବାହାରିଲାଣି ଗଜା, ଚାଷୀଙ୍କୁ ମିଳିନି ପ୍ରାପ୍ୟ; କଟନୀ-ଛଟନୀ…

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତମାସ ୩୦ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। କିନ୍ତୁ ବିଭାଗୀୟ ଅବ୍ୟବସ୍ଥା ଯୋଗୁ ଏପର୍ଯ୍ୟନ୍ତ ଧାନ କିଣାବିକାରେ ଚାଷୀଙ୍କ ଦୁଃଖ…

ସିଂହ ରାଶିରେ ଶୁକ୍ରଙ୍କ ଗୋଚର: ଜୁଲାଇ ୪ରୁ ଚମକିବ ଏହି ୪ ରାଶିର ଭାଗ୍ୟ, ଧନଲାଭ ସହ ମିଳିବ ସୁଖ-ସମୃଦ୍ଧି

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ର ଗ୍ରହଙ୍କୁ ସୁଖ, ସମୃଦ୍ଧି, ପ୍ରେମ, ସୌନ୍ଦର୍ଯ୍ୟ ଓ ଭୌତିକ ସୁଖ-ସୁବିଧାର କାରକ ବୋଲି କୁହାଯାଏ। ଯେତେବେଳେ ବି ଶୁକ୍ର ନିଜର ରାଶି ପରିବର୍ତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri