୮୧ ମୃତଦେହ ଚିହ୍ନଟ ପାଇଁ ଡିଏନ୍‌ଏ ନମୁନା ଦେଲେଣି ୮୪ ଜଣ

ଭୁବନେଶ୍ୱର,୨୫।୬(ଅଭିଜିତ ଦାସ)ବାଲେଶ୍ୱର ବାହାନଗା ଟ୍ରେନ୍‌ ଦୁର୍ଘଟଣାକୁ ରବିବାର ୨୨ଦିନ ବିତିଯାଇଲେ ମଧ୍ୟ ଏବେ ସୁଦ୍ଧା ୮୧ ମୃତଦେହ ଚିହ୍ନଟ ହୋଇପାରିନାହିଁ। ବର୍ତ୍ତମାନ ସମସ୍ତ ମୃତଦେହକୁ ଏମ୍‌ସ ପରିସରରେ ୩ଟି କଣ୍ଟେନର ମଧ୍ୟରେ ସଂରକ୍ଷଣ କରି ରଖାଯାଇଛି। ମୃତଦେହ ଚିହ୍ନଟର ଶେଷ ବିକଳ୍ପ ଭାବେ ଡିଏନ୍‌ଏ ଟେଷ୍ଟ ପ୍ରକ୍ରିୟା ଚାଲିଛି। ଏପରିସ୍ଥିତିରେ ଦାବିଦାରଙ୍କ ସଂଖ୍ୟା ମଧ୍ୟ ବଢ଼ି ଚାଲିଛି। ପରିବାର ଲୋକେ ମୃତଦେହ ନେବାଲାଗି ଅପେକ୍ଷା କରି ରହିଥିବାବେଳେ ଡିଏନ୍‌ଏ ରିପୋର୍ଟକୁ ନେଇ ବିଳମ୍ବ ହେଉଥିବାରୁ ବିବାଦ ବଢୁଛି।
ଗତ ଜୁନ୍‌ ୨ ରାତିରେ ଘଟିଥିବା ଏହି ଭୟଙ୍କର ଟ୍ରେନ୍‌ ଦୁର୍ଘଟଣାରେ ଘଟଣାସ୍ଥଳରେ ୨୮୮ ଜଣଙ୍କ ମୃତ୍ୟୁ ହୋଇଥିଲା। ଚିହ୍ନଟ ଓ ହସ୍ତାନ୍ତର ଲାଗି ବିଭିନ୍ନ ପର୍ଯ୍ୟାୟରେ ୧୬୨ଟି ମୃତଦେହ ଏମ୍‌ସ ପରିସରକୁ ଅଣାଯାଇଥିବାବେଳେ ୮୧ ମୃତଦେହ ଚିହ୍ନଟ କରାଯାଇ ସେମାନଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ବାକି ୮୧ଟି ମୃତଦେହଗୁଡିକୁ ହସ୍ତାନ୍ତର ପ୍ରକ୍ରିୟାବେଳେ ଦାବିଦାରଙ୍କ ସଂଖ୍ୟା ବଢିବାରୁ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଥିଲା। ତେଣୁ ଶେଷ ବିକଳ୍ପ ଭାବେ ଡିଏନ୍‌ଏ ପଦ୍ଧତିକୁ ଆପଣା ଯାଇ ଡିଏନ୍‌ଏ ନମୁନା ସଂଗ୍ରହ ପ୍ରକ୍ରିୟା ଜାରି ରହିଛି। ଘଟଣାର ୨୨ଦିନ ପରେ ବି ମଧ୍ୟ ଦାବିଦାର ମାନେ ଏମ୍‌ସ ପରିସରରେ ଡିଏନ୍‌ଏ ନମୁନା ଦେଉଛନ୍ତି, ଯାହାକି ବର୍ତ୍ତମାନ ସମୟରେ ଏମ୍‌ସ କର୍ତ୍ତୁପକ୍ଷଙ୍କ ଲାଗି ଚିନ୍ତାର ବିଷୟ ପାଲଟିଛି। କର୍ତ୍ତୃପକ୍ଷଙ୍କ ସୂଚନା ଅନୁଯାୟୀ ପୂର୍ବରୁ ମୃତକଙ୍କ ପରିବାର ଲୋକଙ୍କଠାରୁ ସଂଗ୍ରହ କରାଯାଇଥିବା ନମୁନା ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୨୯ଟି ନମୁନା ଡିଏନ୍‌ଏ ଟେଷ୍ଟିଂ ନିମନ୍ତେ ଦିଲ୍ଲୀ ପଠାଯାଇଥିବାବେଳେ ଦ୍ୱିତୀୟ ପର୍ଯ୍ୟାୟରେ ଆଉ ୪୯ଟି ପଠାଯାଇଥିଲା। ଇତିମଧ୍ୟରେ ଗତ ଦୁଇ ଦିନମଧ୍ୟରେ ପୁଣି ୬ଟି ନମୁନା ସଂଗ୍ରହ କରାଯାଇ ଦିଲ୍ଲୀ ପଠାଯାଇଛି। ଗୋଟାଏ ପଟେ ଦାବିଦାରଙ୍କ ସଂଖ୍ୟା ବଢୁଥିବାବେଳେ ଅନ୍ୟପଟେ ରିପୋର୍ଟ ଆସିବାରେ ବିଳମ୍ବ ହେଉଥିବାରୁ ଏବେ ମୃତଦେହ ମିଳିବାକୁ ନେଇ ଆଶଙ୍କାରେ ମୃତକଙ୍କ ପରିବାର ଲୋକେ।
ଏନେଇ ଏମ୍‌ସ ସୁପରିଣ୍ଟେଣ୍ଡେଣ୍ଟ ତଥା ଆନାଟୋମି ବିଭାଗର ପ୍ରଫେସର ପ୍ରଭାସ ରଞ୍ଜନ ତ୍ରିପାଠୀ କହିଛନ୍ତି, ବର୍ତ୍ତମାନ କଣ୍ଟେନରରେ ୮୧ଟି ମୃତଦେହ ଥିବାବେଳେ ୮୪ ଜଣ ଦାବିଦାରଙ୍କ ଡିଏନ୍‌ଏ ନମୁନା ସଂଗ୍ରହ କରାଯାଇଛି। ଆଗକୁ ମଧ୍ୟ ଡିଏନ୍‌ଏ ନମୁନା ସଂଖ୍ୟା ବଢିପାରେ। ସମସ୍ତ ଡିଏନ୍‌ଏ ନମୁନାଗୁଡିକ ଟେଷ୍ଟିଂ ନିମନ୍ତେ ଦିଲ୍ଲୀ ପଠାଯାଇଛି। ସାଧାରଣତଃ ଡିଏନ୍‌ଏ ଟେଷ୍ଟିଂରେ ଏକମାସ କିମ୍ବା ଅଧିକ ସମୟ ଲାଗିଥାଏ। କିନ୍ତୁ ଏଠାରେ ଗୋଟାଏ ମୃତ ଲାଗି ୪ରୁ ୫ଟି ପରିବାର ଦାବିଦାର ଅଛନ୍ତି। ରିପୋର୍ଟ ଆସିଲେ ମୃତକଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର ପ୍ରକ୍ରିୟା ଆରମ୍ଭ ହେବ। ଉଭୟ ରାଜ୍ୟ ସରକାର ଓ ରେଳ ବିଭାଗ ତରଫରୁ ଦାବିଦାରଙ୍କ ମୃତଦେହକୁ ସେମାନଙ୍କ ଠିକଣା ସ୍ଥାନରେ ପହଞ୍ଚାଇ ଦେବାର ମଧ୍ୟ ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri