୮୪ ପ୍ରତିଶତ ଗାଁ ଗ୍ରୀନ୍‌ ଜୋନରେ, ସହର ପାଇଁ ବଢ଼ିଛି ଚିନ୍ତା: ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୬।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା କାୟା ବିସ୍ତାର କରିବାରେ ଲାଗିଛି। ଦିନକୁ ଦିନ କରୋନା ପଜିଟିଭ ସଂଖ୍ୟା ବୃଦ୍ଧି ସହ ମୃତ୍ୟୁ ହାର ରାଜ୍ୟ ସରକାରଙ୍କ ମୁଣ୍ଡ ବ୍ୟଥାର କାରଣ ପାଲଟଇଛି। ଏଥିସହ ସଂକ୍ରମଣ ବ୍ୟାପୁଥିବାରୁ ଜିଲାବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି।
ଅପରପକ୍ଷରେ କରୋନା ସ୍ଥିତିରେ ସୁଧାର ଆସୁଥିବା ସମ୍ପର୍କରେ ଗୁରୁବାର ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ କରି ସୂଚନା ଦେଇଛନ୍ତି। ଏଥିସହ ଏକ ଗ୍ରାଫ ପ୍ରସ୍ତୁତ କରି କରୋନା ସଂକ୍ରମଣ ସମ୍ପର୍କରେ ତଥ୍ୟ ଦେଇଛନ୍ତି। ଏଥିରୁ ଜଣାପଡ଼ିଛି ଯେ, ଜିଲାର ୮୪ ପ୍ରତିଶତ ଗ୍ରାମାଞ୍ଚଳ ଗ୍ରୀନ ଜୋନ୍‌ରେ ଏବଂ ୧୬ ପ୍ରତିଶତ ଗ୍ରାମାଞ୍ଚଳ ରେଡ୍‌ ଜୋନରେ ରହିଛି। ଏହା ବିଡିଓ ଓ ତାଙ୍କ ଟିମ୍‌ ମାନଙ୍କ ଅକ୍ଲାନ୍ତ ପ୍ରଚେଷ୍ଟା ଓ କାର୍ଯ୍ୟ ଯୋଗୁ ହୋଇପାରିଥିବା ଜିଲାପାଳ କହିଛନ୍ତି। ଜିଲାର ୩୦୬୬ଟି ଗାଁ ରହିଛି ସେଥିରୁ ୨୫୬୪ଟି ଗାଁ ଗ୍ରୀନ୍‌ ଜୋନରେ ଥିବାବେଳେ ୫୦୨ଟି ଗାଁ ରେଡ୍‌ ଜୋନ୍‌ରେ ରହିଛି। ଗ୍ରୀନ୍‌ ଜୋନରେ କେହି କରୋନା ଆକ୍ଟିଭ ପଜିଟିଭ ନଥିବା ଜିଲାପାଳ ସୂଚନା ଦେଇଛନ୍ତି। ଅପରପକ୍ଷରେ ଜିଲାର ବ୍ରହ୍ମପୁର, ଛତ୍ରପୁର, ହିଞ୍ଜିଳି, ପୁରୁଷୋତ୍ତମପୁର, କବିସୂର୍ଯ୍ୟନଗର ପ୍ରମୁଖ ସହରରେ କରୋନା ପଜିଟିଭ ସଂଖ୍ୟା ବଢିବା ସହ ସଂକ୍ରମଣ ବ୍ୟାପିବାରେ ଲାଗିଛି। ଏଥିପାଇଁ ଚିନ୍ତା ବଢିଛି ଜିଲାର ସବୁ ପ୍ରବେଶ ପଥକୁ ସିଲ୍‌ କରିଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ଦୁର୍ଘଟଣା ଘଟାଉଛି ଜମିହିଡ଼ ଭଳି ହମ୍ପସ୍‌, ବାଇକରୁ ଖସିପଡ଼ି ମହିଳା…

ଦିଗପହଣ୍ଡି, ୧୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମେଡିକାଲ ଛକ ସାହାଣୀ ସାହି ନିକଟରେ ନିର୍ମିତ ଏକ ଅବୈଜ୍ଞାନିକ ହମ୍ପସ୍‌ରେ ବାଇକରୁ ଖସିପଡ଼ି ଜଣେ ମହିଳା…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ପ୍ରବଳ ବର୍ଷା କାରଣରୁ ଯୁକ୍ତ ୩ ଇଂରାଜୀ ପରୀକ୍ଷା ସ୍ଥଗିତ: ପରୀକ୍ଷା ହଲରୁ ଫେରିଲେ ଛାତ୍ରୀଛାତ୍ର

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ଛାତ୍ରଛାତ୍ରୀମାନେ ପୂର୍ବରୁ ମହାବିଦ୍ୟାଳୟରେ ପହଞ୍ଚି ସାରିଥିଲେ ଏବଂ ପରୀକ୍ଷା ଦେବା ପାଇଁ ଶ୍ରେଣୀ କୋଠରୀ ଭିତରେ ନିଜ ନିଜ ସିଟ୍‌ରେ ବସି ମଧ୍ୟ ସାରିଥିଲେ।…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

କୈଠଖଣ୍ଡି ଗାଁ ଛକରେ ଜୁଆ ଖେଳ ଚାଲିଥିବା ବେଳେ ପୋଲିସ ଚଢାଉ: ୫ ଜୁଆଡ଼ି ଗିରଫ, ଟଙ୍କା-ବାଇକ…

ଦିଗପହଣ୍ଡି, ୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ଗାଁ ଛକରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଦିଗପହଣ୍ଡି ପୋଲିସ ଟିମ୍ ଅତର୍କିତ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ଟଙ୍କା ନେଲେ ହେଲେ ଘର ଆଉ ଜମି ରେଜିଷ୍ଟ୍ରି କଲେନି, ଗଣ୍ଡଗୋଳ ପରେ ହତ୍ୟା ଉଦ୍ୟମ: ଅଭିଯୁକ୍ତ ବୃଦ୍ଧ ଗଲେ ଜେଲ୍

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମର ୬୧ ବର୍ଷୀୟ ବୃଦ୍ଧ ବି. କାଳିଆଙ୍କୁ ଏକ ହତ୍ୟା ଉଦ୍ୟମ ମାମଲାରେ ଦିଗପହଣ୍ଡି ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri