୮୪ ପ୍ରତିଶତ ଗାଁ ଗ୍ରୀନ୍‌ ଜୋନରେ, ସହର ପାଇଁ ବଢ଼ିଛି ଚିନ୍ତା: ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୬।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା କାୟା ବିସ୍ତାର କରିବାରେ ଲାଗିଛି। ଦିନକୁ ଦିନ କରୋନା ପଜିଟିଭ ସଂଖ୍ୟା ବୃଦ୍ଧି ସହ ମୃତ୍ୟୁ ହାର ରାଜ୍ୟ ସରକାରଙ୍କ ମୁଣ୍ଡ ବ୍ୟଥାର କାରଣ ପାଲଟଇଛି। ଏଥିସହ ସଂକ୍ରମଣ ବ୍ୟାପୁଥିବାରୁ ଜିଲାବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି।
ଅପରପକ୍ଷରେ କରୋନା ସ୍ଥିତିରେ ସୁଧାର ଆସୁଥିବା ସମ୍ପର୍କରେ ଗୁରୁବାର ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ କରି ସୂଚନା ଦେଇଛନ୍ତି। ଏଥିସହ ଏକ ଗ୍ରାଫ ପ୍ରସ୍ତୁତ କରି କରୋନା ସଂକ୍ରମଣ ସମ୍ପର୍କରେ ତଥ୍ୟ ଦେଇଛନ୍ତି। ଏଥିରୁ ଜଣାପଡ଼ିଛି ଯେ, ଜିଲାର ୮୪ ପ୍ରତିଶତ ଗ୍ରାମାଞ୍ଚଳ ଗ୍ରୀନ ଜୋନ୍‌ରେ ଏବଂ ୧୬ ପ୍ରତିଶତ ଗ୍ରାମାଞ୍ଚଳ ରେଡ୍‌ ଜୋନରେ ରହିଛି। ଏହା ବିଡିଓ ଓ ତାଙ୍କ ଟିମ୍‌ ମାନଙ୍କ ଅକ୍ଲାନ୍ତ ପ୍ରଚେଷ୍ଟା ଓ କାର୍ଯ୍ୟ ଯୋଗୁ ହୋଇପାରିଥିବା ଜିଲାପାଳ କହିଛନ୍ତି। ଜିଲାର ୩୦୬୬ଟି ଗାଁ ରହିଛି ସେଥିରୁ ୨୫୬୪ଟି ଗାଁ ଗ୍ରୀନ୍‌ ଜୋନରେ ଥିବାବେଳେ ୫୦୨ଟି ଗାଁ ରେଡ୍‌ ଜୋନ୍‌ରେ ରହିଛି। ଗ୍ରୀନ୍‌ ଜୋନରେ କେହି କରୋନା ଆକ୍ଟିଭ ପଜିଟିଭ ନଥିବା ଜିଲାପାଳ ସୂଚନା ଦେଇଛନ୍ତି। ଅପରପକ୍ଷରେ ଜିଲାର ବ୍ରହ୍ମପୁର, ଛତ୍ରପୁର, ହିଞ୍ଜିଳି, ପୁରୁଷୋତ୍ତମପୁର, କବିସୂର୍ଯ୍ୟନଗର ପ୍ରମୁଖ ସହରରେ କରୋନା ପଜିଟିଭ ସଂଖ୍ୟା ବଢିବା ସହ ସଂକ୍ରମଣ ବ୍ୟାପିବାରେ ଲାଗିଛି। ଏଥିପାଇଁ ଚିନ୍ତା ବଢିଛି ଜିଲାର ସବୁ ପ୍ରବେଶ ପଥକୁ ସିଲ୍‌ କରିଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିପଜ୍ଜନକ ସ୍ତରରେ ହିଟ୍‌ଓ୍ବେଭ୍‌, ଚିନ୍ତା ବଢ଼ାଇଲା ଆଇଏମଡି ରିପୋର୍ଟ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ସକାଳ ସାଢ଼େ ୮ଟାରେ ୬୪% ଆର୍ଦ୍ରତା...

୨୧ରୁ ତାତିରେ ଲାଗିବ ବ୍ରେକ୍‌, ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୧୯।୪: ତାତିରୁ ମିଳିବ ଆଶ୍ୱସ୍ତି। ୨୧ ଓ ୨୨ ତାରିଖ ବେଳକୁ ଖରାର ପ୍ରକୋପ ସାମାନ୍ୟ ହ୍ରାସ ପାଇବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା...

‘ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ଭୁବନେଶ୍ୱର,୧୯।୪: ବିଧାନସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ପର୍ଯ୍ୟାୟ ସୁଦ୍ଧା ୧୩୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ତେବେ ଖୁବ୍‌ଶୀଘ୍ର ଭାଜପାର ଅବଶିଷ୍ଟ ବିଧାନସଭା ପ୍ରାର୍ଥୀ...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ବହୁ ପୁରାତନ ବଗିବନ୍ଧ କାର୍ଯ୍ୟାରମ୍ଭ

ରାଜକନିକା,୧୯।୪(ସଞ୍ଜୟ କୁମାର ଦାଶ): ରାଜକନିକା ବ୍ଲକର ମରହଟ୍ଟା ବନ୍ଧ ବା ବଗିବନ୍ଧ ଭାବେ ଜଣାଶୁଣା କନିକା ଉପଖଣ୍ଡ ସାଲାଇନ୍‌ ଏମବାଗମେଣ୍ଟର କାର୍ଯ୍ୟ ଆରମ୍ଭ ହୋଇଛି। ୨୫ ଲକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri