ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ ୮୪ ସେକେଣ୍ଡର ସୁକ୍ଷ୍ମ ଅଭିଜିତ ଶୁଭ ମୁହୁର୍ତ୍ତ…

ଅଯୋଧ୍ୟା,୨୭।୧୨ : ଅଯୋଧ୍ୟାରେ ରାମ ମନ୍ଦିରରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ଚାଲିଛି। ଯେଉଁଥି ପାଇଁ ୨୨ ଜାନୁଆରୀ ୨୦୨୪ ତାରିଖ ସ୍ଥିର କରାଯାଇଛି। କିନ୍ତୁ ବିଶେଷ କଥା ହେଉଛି ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ୮୪ ସେକେଣ୍ଡର ସୁକ୍ଷ୍ମ ଶୁଭ ମୁହୂର୍ତ୍ତରେ କରାଯିବ। କୁହାଯାଉଛି ୮୪ ସେକେଣ୍ଡର ଏହି ମୁହୂର୍ତ୍ତ ଅତ୍ୟନ୍ତ ଶୁଭ ଅଟେ ଯାହା ଭାରତ ପାଇଁ ଜୀବନ ରକ୍ଷାକାରୀ ଭାବରେ କାର୍ଯ୍ୟ କରିବାକୁ ଯାଉଛି। ଏହି ଶୁଭ ସମୟ କାଶୀ ପଣ୍ଡିତ ମାନେ ସ୍ଥିର କରିଛନ୍ତି।

୮୪ ସେକେଣ୍ଡର ସବୁଠାରୁ ଅଧିକ ଶୁଭ ମୁହୁର୍ତ୍ତ ମୂଳ ମୁହୂର୍ତା ୨୨ ଜାନୁୟାରୀ ୨୦୨୪ ରେ ମଧ୍ୟାହ୍ବ ୧୨ଟା ୨୯ ମିନିଟ ୮ ସେକେଣ୍ଡରୁ ଆରମ୍ଭ ହେବ। ଏହା ହିଁ ମୂଳ ମୁହୁର୍ତ୍ତ। ଏହା ୧୨ଟା ୩୦ ମିନିଟ ୩୨ ସେକେଣ୍ଡ ପର୍ଯ୍ୟନ୍ତ ଚାଲିବ। ଅର୍ଥାତ ରାମଲାଲାଙ୍କ ପ୍ରାଣପ୍ରତିଷ୍ଠା ମାତ୍ର ୧ ମିନିଟ ୨୪ ସେକେଣ୍ଡରେ ହେବାକୁ ଯାଉଛି । ପ୍ରାଣ ପ୍ରତିଷ୍ଠା ପୂର୍ବରୁ ଯଜ୍ଞ, ହବନ, ଚାରି ବେଦ ପାଠ ଏକ ଘଣ୍ଟା ପାଇଁ କରାଯିବ। ରିପୋର୍ଟରେ କୁହାଯାଇଛି ପ୍ରାଣ ପ୍ରତିଷ୍ଠାର ଏହି ମୁହୁର୍ତ୍ତକୁ ପଣ୍ଡିତ ଏବଂ ଜ୍ୟୋତିଷମାନେ ଅତ୍ୟନ୍ତ ଶୁଭ ବୋଲି କହିଛନ୍ତି। କୁହାଯାଉଛି ଏହି ମୁହୁର୍ତ୍ତରେ ୧୬ଟି ଗୁଣ ମଧ୍ୟରୁ ୧୦ ଟି ଗୁଣ ଭଲ ଅଟେ। ଅଭିଜିତ ମୁହୁର୍ତ୍ତ ୧ ମିନିଟ ୨୪ ସେକେଣ୍ଡରେ ରହିବାକୁ ଯାଉଛି।

ପ୍ରାଣ ପ୍ରତିଷ୍ଠା ପୂର୍ବରୁ ରାମଲାଲାଙ୍କ ଦର୍ଶନ ତିନି ଦିନ ପର୍ଯ୍ୟନ୍ତ ବନ୍ଦ ରହିବ। ମନ୍ଦିର ଏବଂ ପରିଦର୍ଶକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ମନ୍ଦିରରେ ରାମଲାଲାଙ୍କ ଦର୍ଶନ ଜାନୁଆରୀ ୨୦ରୁ ଜାନୁୟାରୀ ୨୨ ପର୍ଯ୍ୟନ୍ତ ସାଧାରଣ ଲୋକମାନେ କରିପାରିବେ ନାହିଁ। କିନ୍ତୁ ଜାନୁଆରୀ ୨୨ ରେ ରାମ ଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପରେ ସମସ୍ତଙ୍କୁ ଜାନୁଆରୀ ୨୩ରୁ ମନ୍ଦିର ପରିଦର୍ଶନ କରିବାକୁ ଅନୁମତି ଦିଆଯିବ ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାମଲାଲାଙ୍କର ପ୍ରଥମ ଆରତୀ କରିବେ। ପ୍ରାଣ ପ୍ରତିଷ୍ଠା ୨୨ ଜାନୁୟାରୀ ୨୦୨୪ରେ ହେବାକୁ ଯାଉଛି। କିନ୍ତୁ ଏହାର ଶୁଭାରମ୍ଭ ୧୬ ଜାନୁଆରୀରେ ସରଯୁ ନଦୀ ଜଳରୁ ହେବ। ୧୭ ଜାନୁଆରୀରେ ଗଣେଶ ପୂଜା ସହ ପ୍ରାଣ ପ୍ରତିଷ୍ଠା ସମାରୋହ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିପାକ୍ଷିକ ବୈଠକ ପୂର୍ବରୁ ମୋଦିଙ୍କୁ ଏ କ’ଣ କହିଦେଲେ ଟ୍ରମ୍ପ? ଚାରିଆଡେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫ୍ରାନ୍ସର ଏଭିଆନଠାରେ ଆୟୋଜିତ ଜି-୭ (G-7) ସମିଟ ଅବସରରେ ଆଜି ବୁଧବାର (୧୭ ଜୁନ,…

ଧାନକିଣାରେ ଅବ୍ୟବସ୍ଥା: ଚିନ୍ତାରେ ଶତାଧିକ ଚାଷୀ

ତିହିଡ଼ି,୧୭ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ ଧାନ ଅମଳ…

ଭାଜପାରେ ସାମିଲ ହେଲେ ବିଜେଡି-କଂଗ୍ରେସର ବହୁ କର୍ମକର୍ତ୍ତା

ମାଲକାନଗିରି,୧୭ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ପଡ଼ିଆ ସଦର ବ୍ଲକ କଲ୍ୟାଣମଣ୍ଡପଠାରେ ଭାରତୀୟ ଜନତା ପାର୍ଟିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ମିଶ୍ରଣ ପର୍ବରେ ମାଲକାନଗିରି ବିଧାୟକ…

ଅନ୍ଧାରରେ ଲୁଚି ମଣିଷର ଜାସୁସୀ କରୁଛନ୍ତି ଏଲିଅନ! ବୈଜ୍ଞାନିକଙ୍କ ଏହି ଚେତାବନୀ ସାରା ବିଶ୍ୱରେ ସୃଷ୍ଟି କଲାଣି ଆତଙ୍କ

ବିଗତ ଅନେକ ବର୍ଷ ଧରି ଏହି ସୌରମଣ୍ଡଳରେ ଏଲିଅନଙ୍କ ଉପସ୍ଥିତିକୁ ନେଇ ଅନେକ ବଡ଼ ବଡ଼ ଦାବି କରାଯାଇଛି। ହେଲେ ଏପର୍ଯ୍ୟନ୍ତ ଏହା ଏକ ଅସମାହିତ ପ୍ରଶ୍ନ…

NEET ପରୀକ୍ଷା ପୂର୍ବରୁ ଭାରତରେ ଟେଲିଗ୍ରାମ୍ ବ୍ୟାନ୍: ସରକାରଙ୍କୁ ଘେରିଲେ ଟେଲିଗ୍ରାମ ସିଇଓ

ନୂଆଦିଲ୍ଲୀ,୧୭।୬: ଭାରତରେ ଟେଲିଗ୍ରାମ (Telegram) କୁ ସାମୟିକ ଭାବେ ବ୍ୟାନ କରାଯାଇଛି। NEET-UG ୨୦୨୬ ପୁନଃ-ପରୀକ୍ଷା ପୂର୍ୱରୁ କପି ଏବଂ ଗୁଜବ ବା ଭୁଲ ସୂଚନା ରୋକିବା…

‘I Am The Boss’… G-7 ମିଟିଂରେ ବଡ଼ ଘୋଷଣା କଲେ ଟ୍ରମ୍ପ! ସମସ୍ତେ କାବା

ନୂଆଦିଲ୍ଲୀ,୧୭।୬: ବୁଧବାର G-7 ନେତାମାନଙ୍କ ବୈଠକର ଶେଷ ଦିନରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଏକ ବିବୃତ୍ତି ଭାଇରାଲ ହେଉଛି। କ୍ଲିପରେ, ସମସ୍ତେ ବସିଥିବାବେଳେ…

ଅଭିଯୋଗ ଦେବାକୁ ଯାଇଥିବା ନାବାଳିକାଙ୍କୁ ଥାନାରେ ଧମକ, ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ବାରିପଦା/ମୋରଡ଼ା,୧୭ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ): ବିବାଦୀୟ ମୋରଡ଼ା ଥାନା ଅଧିକାରୀ ସୁମିତ କୁମାର ସୋରେନ ଅଭିଯୋଗ ଦେବାକୁ ଯାଇଥିବା ଜଣେ ନାବାଳିକାଙ୍କୁ ଥାନାରେ ଧମକ ଦେବା ଘଟଣାକୁ…

କାଠରେ ରାମଦୋଳି ନିଜେ ପ୍ରସ୍ତୁତ କରନ୍ତି ଗାଁର ଯୁବତୀ-ଯୁବକ, ରଜ କୁଇନ୍‌ ପ୍ରତିଯୋଗିତାରେ ନେଲେ ଖୁବ୍‌ ମଜା

ଭଞ୍ଜନଗର,୧୭ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ରଜ ମହୋତ୍ସବ ଧୂମ୍‌ଧାମରେ ପାଳିତ ହୋଇଯାଇଛି। ଭଞ୍ଜନଗର ପାତ୍ର କଲୋନୀରେ ୩ ଦିନ ବ୍ୟାପି ଚାଲିଥିବା ରଜ କୁଇନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri