Posted inଜାତୀୟ

ଜାମିନ ଶୁଣାଣିର ୧ ଘଣ୍ଟା ପୂର୍ବରୁ ଆଖି ବୁଜିଲେ ଷ୍ଟାନ୍‌ ସ୍ବାମୀ

ମୁମ୍ବାଇ, ୫।୭: ଭୀମା କୋରେଗାଁଓ-ଏଲ୍‌ଗାର ପରିଷଦ ମାମଲାରେ ବିଚାରାଧୀନ କଏଦୀ ଥିବା ୮୪ ବର୍ଷୀୟ ଆଦିବାସୀ ଅଧିକାର କର୍ମୀ ଫାଦର ଷ୍ଟାନ୍‌ ସ୍ବାମୀଙ୍କ ସୋମବାର ପରଲୋକ ହୋଇଯାଇଛି। ଗୁରୁତର ଅସୁସ୍ଥ ଥିବା ସ୍ବାମୀଙ୍କୁ ଅଦାଲତଙ୍କ ନିର୍ଦ୍ଦେଶକ୍ରମେ ମୁମ୍ବାଇର ହୋଲି ଫାମିଲି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଅସୁସ୍ଥତା କାରଣରୁ ତାଙ୍କୁ ଜାମିନରେ ଛଡ଼ାଯିବାକୁ ସ୍ବାମୀଙ୍କ ଓକିଲ ବମ୍ବେ ହାଇକୋର୍ଟରେ ଆବେଦନ କରିଥିଲେ।
ଭୀମା କୋରେଗାଁଓ- ଏଲ୍‌ଗାର ପରିଷଦ ମାମଲାରେ ତାଙ୍କୁ ୨୦୨୦ ଅକ୍ଟୋବର ୮ରେ ବେଆଇନ କାର୍ଯ୍ୟକଳାପ ପ୍ରତିକାର ଆଇନ (ୟୁଏପିଏ)ରେ ଗିରଫ କରାଯାଇଥିଲା। ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ଦ୍ୱାରା ୟୁଏପିଏରେ ଗିରଫ ହେବାରେ ଷ୍ଟାନ୍‌ ସ୍ବାମୀ ହେଉଛନ୍ତି ଶେଷ ରାଜନୈତିକ ଭିନ୍ନ ମତବାଦୀ। ହସ୍ପିଟାଲରେ ଭର୍ତ୍ତି ହେବା ପୂର୍ବରୁ ସ୍ବାମୀ ୮ ମାସ ହେଲା ତାଲୋଜା କେନ୍ଦ୍ରୀୟ ଜେଲ୍‌ରେ ରହିଥିଲେ। ସେଠାରେ ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଗୁରୁତର ଅବନତି ଦେଖାଦେଇଥିଲା।

ସୋମବାର ଅପରାହ୍ନରେ ଷ୍ଟାନ୍‌ ସ୍ବାମୀଙ୍କ ଜାମିନ ଶୁଣାଣି ଥିଲା। ଜଷ୍ଟିସ ଏସ୍‌.ଏସ୍‌. ସିନ୍ଦେ ଏବଂ ଏନ୍‌.ଜେ. ଜମାଦାରଙ୍କୁ ନେଇ ଗଠିତ ଖଣ୍ଡପୀଠ ଜାମିନ ଆବେଦନର ଶୁଣାଣି କରିଥାନ୍ତେ। ତେବେ ଏହାର ପ୍ରାୟ ଏକଘଣ୍ଟା ପୂର୍ବରୁ ସ୍ବାମୀ ଆଖି ବୁଜିଥିଲେ। କୋର୍ଟରେ ଶୁଣାଣି ବେଳେ ସ୍ବାମୀଙ୍କୁ ଚିକିତ୍ସା କରୁଥିବା ଡାକ୍ତର କିଛି କହିବାକୁ ଚାହାନ୍ତି ବୋଲି ଜଣାଇଥିଲେ। ଅତ୍ୟନ୍ତ ଦୁଃଖର ସହ ଅଦାଲତଙ୍କୁ ଜଣାଇବାକୁ ପଡ଼ୁଛି ଯେ, ଫାଦର ଷ୍ଟାନ୍‌ ସ୍ବାମୀ ଆଉ ନାହାନ୍ତି ବୋଲି ହୋଲି ଫାମିଲି ହସ୍ପିଟାଲର ଡାକ୍ତର ଡି ସୌଜା କହିଥିଲେ। ସ୍ବାମୀଙ୍କ ପରଲୋକ ଖବରରେ ଖଣ୍ଡପୀଠ ଦୁଃଖ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri