୧୧୯ ପିଲାଙ୍କ ସହ ରାଜ୍ୟରେ ୮୪୯ କରୋନା ଆକ୍ରାନ୍ତ ଚିହ୍ନଟ; ପ୍ରାଣ ହରାଇଲେ ୬୯

ଭୁବନେଶ୍ୱର,୨୯।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୪୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୧୯ ଜଣ ପିଲା ରହିଛନ୍ତି। ସେମାନଙ୍କ ବୟସ ୧୮ ବର୍ଷ ମଧ୍ୟରେ ରହିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୯୧ ଜଣ କ୍ୱାରେଣ୍ଟାଇନ୍‌ରୁ ଥିବା ବେଳେ ୩୫୮ ଲୋକାଲ କେସ ରହିଛି।

ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନାନୁଯାୟୀ, ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୬୧ ଚିହ୍ନଟ ହୋଇଛନ୍ତି। ସେହିଭଳି ଅନୁଗୋଳ ଜିଲାରୁ ୨୨ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୧, ବରଗଡ଼ରୁ ୩, ଭଦ୍ରକରୁ ୧୦, ବଲାଙ୍ଗିରରୁ ଜଣେ, ବୌଦ୍ଧରୁ ୫, କଟକରୁ ୯୮, ଦେବଗଡ଼ରୁ ୧୧, ଢେଙ୍କାନାଳରୁ ୨୧, ଗଞ୍ଜାମରୁ ୪, ଜଗତସିଂହପୁରରୁ ୨୧, ଯାଜପୁରରୁ ୩୨, ଝାରସୁଗୁଡ଼ାରୁ ଜଣେ, କଳାହାଣ୍ଡିରୁ ୩, କନ୍ଧମାଳରୁ ୨, କେନ୍ଦ୍ରାପଡ଼ାରୁ ୨୭, କେନ୍ଦୁଝରରୁ ୧୬, କୋରାପୁଟରୁ ୪, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୨୦, ନୟାଗଡ଼ାରୁ ୧୪, ନୂଆପଡ଼ାରୁ ୨, ପୁରୀରୁ ୨୮, ରାୟଗଡ଼ାରୁ ୨, ସମ୍ବଲପୁରରୁ ୧୫, ସୁନ୍ଦରଗଡ଼ରୁ ୧୬ ଓ ଷ୍ଟେଟ ପୁଲ୍‌ରୁ ୭୮ ଜଣ ଚିହ୍ନଟ ହୋଇଛନ୍ତି।

୮୪୯ଟି ନୂଆ କେସ ଆସିବା ପରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୬ ହଜାର ୫୦୩ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୯୦ ହଜାର ୭୯୬ ଜଣ ସୁସ୍ଥ ହୋଇସାରିଥିବା ବେଳେ ୭୮୨୦ ଜଣ ଚିକିତ୍ସାଧୀନ ଅଛନ୍ତି।

ସେହିପରି ରାଜ୍ୟରେ କରୋନାରେ ପ୍ରାଣ ହରାଇଛନ୍ତି ଆଉ ୬୯। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭,୮୩୪କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri