୧୧୯ ପିଲାଙ୍କ ସହ ରାଜ୍ୟରେ ୮୪୯ କରୋନା ଆକ୍ରାନ୍ତ ଚିହ୍ନଟ; ପ୍ରାଣ ହରାଇଲେ ୬୯

ଭୁବନେଶ୍ୱର,୨୯।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୪୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୧୯ ଜଣ ପିଲା ରହିଛନ୍ତି। ସେମାନଙ୍କ ବୟସ ୧୮ ବର୍ଷ ମଧ୍ୟରେ ରହିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୯୧ ଜଣ କ୍ୱାରେଣ୍ଟାଇନ୍‌ରୁ ଥିବା ବେଳେ ୩୫୮ ଲୋକାଲ କେସ ରହିଛି।

ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନାନୁଯାୟୀ, ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୬୧ ଚିହ୍ନଟ ହୋଇଛନ୍ତି। ସେହିଭଳି ଅନୁଗୋଳ ଜିଲାରୁ ୨୨ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୧, ବରଗଡ଼ରୁ ୩, ଭଦ୍ରକରୁ ୧୦, ବଲାଙ୍ଗିରରୁ ଜଣେ, ବୌଦ୍ଧରୁ ୫, କଟକରୁ ୯୮, ଦେବଗଡ଼ରୁ ୧୧, ଢେଙ୍କାନାଳରୁ ୨୧, ଗଞ୍ଜାମରୁ ୪, ଜଗତସିଂହପୁରରୁ ୨୧, ଯାଜପୁରରୁ ୩୨, ଝାରସୁଗୁଡ଼ାରୁ ଜଣେ, କଳାହାଣ୍ଡିରୁ ୩, କନ୍ଧମାଳରୁ ୨, କେନ୍ଦ୍ରାପଡ଼ାରୁ ୨୭, କେନ୍ଦୁଝରରୁ ୧୬, କୋରାପୁଟରୁ ୪, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୨୦, ନୟାଗଡ଼ାରୁ ୧୪, ନୂଆପଡ଼ାରୁ ୨, ପୁରୀରୁ ୨୮, ରାୟଗଡ଼ାରୁ ୨, ସମ୍ବଲପୁରରୁ ୧୫, ସୁନ୍ଦରଗଡ଼ରୁ ୧୬ ଓ ଷ୍ଟେଟ ପୁଲ୍‌ରୁ ୭୮ ଜଣ ଚିହ୍ନଟ ହୋଇଛନ୍ତି।

୮୪୯ଟି ନୂଆ କେସ ଆସିବା ପରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୬ ହଜାର ୫୦୩ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୯୦ ହଜାର ୭୯୬ ଜଣ ସୁସ୍ଥ ହୋଇସାରିଥିବା ବେଳେ ୭୮୨୦ ଜଣ ଚିକିତ୍ସାଧୀନ ଅଛନ୍ତି।

ସେହିପରି ରାଜ୍ୟରେ କରୋନାରେ ପ୍ରାଣ ହରାଇଛନ୍ତି ଆଉ ୬୯। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭,୮୩୪କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ସମଣା ଘାଟରୁ ଉଠୁନି ଗୋଟେ ମୁଠା ବାଲି; ତଥାପି ପୋଲିସ,ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କୁ ମିଛ ଟାର୍ଗେଟ: ପ୍ରତିବାଦରେ ଗର୍ଜିଲେ…

ହାଟଡିହୀ,୧୦।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ସମଣା ବାଲିଘାଟକୁ ନେଇ ଚାଲିଥିବା ଇଚ୍ଛାକୃତ ଅପପ୍ରଚାର ଓ ଷଡ଼ଯନ୍ତ୍ର ବିରୋଧରେ ଗ୍ରାମବାସୀ ସ୍ୱର ଉତ୍ତୋଳନ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

ଧରିତ୍ରୀ ପ୍ରଭାବ: ରାସ୍ତାରୁ ହଟିଲା ବିପଜ୍ଜନକ ଚାମ୍ବର

ଥୁଆମୂଳ ରାମପୁର, ୧୦ା୭ (ଦୁର୍ଗା କୀର୍ତ୍ତି): ଧରିତ୍ରୀରେ ଖବର ପ୍ରକାଶ ପରେ ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ମୁଖ୍ୟ ରାସ୍ତାରେ ବିପଦସଙ୍କୁଳ ଅବସ୍ଥାରେ ଥିବା ଦୁଇଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri