ନବୋଦୟ ସ୍କୁଲର ୮୫ ପିଲା କରୋନା ପଜିଟିଭ୍‌,କଣ୍ଟେନମେଣ୍ଟ୍‌ ଜୋନ୍‌ ଘୋଷଣା…

ନୈନିତାଲ, ୨।୧ : ନୈନିତାଲର ସୁୟାଲବାଡ଼ିସ୍ଥିତ ଜବାହର ନବୋଦୟ ସ୍କୁଲର ୮୫ପିଲାଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଆକ୍ରାନ୍ତ ପିଲାଙ୍କୁ ଆଇସୋଲେଶନରେ ରଖାଯାଇଛି। ସେହିପରି ପ୍ରଶାସନ ପକ୍ଷରୁ ସ୍କୁଲି ପରିସରକୁ କଣ୍ଟେନମେଣ୍ଟ୍‌ ଜୋନ୍‌ ଭାବେ ଘୋଷଣା କରାଯାଇଛି।

କରୋନା ନେଗେଟିଭ୍‌ ପିଲାଙ୍କୁ କେବେ ଘରକୁ ପଠାଯିବ ସେ ନେଇ ସ୍କୁଲ କର୍ତ୍ତୃପକ୍ଷଙ୍କ ସହିତ ସ୍ଥାନୀୟ ପ୍ରଶାସନ ଏବଂ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଆଲୋଚନା ପରେ ନିଷ୍ପତ୍ତି ଗ୍ରହଣ କରାଯିବ।

ଆଲମୋରା-ଆହ୍ଲାଦିନୀ ରାଜପଥ ପାର୍ଶ୍ୱରେ ଥିବା ଗଙ୍ଗରକୋଟଠାରେ ନିର୍ମିତ ଜବାହର ନାବୋଦୟ ବିଦ୍ୟାଳୟରେ ଆରଟିପିସିଆର ପରୀକ୍ଷା ଅନ୍ତର୍ଗତ ସ୍କୁଲ କର୍ମଚାରୀ ଏବଂ ଛାତ୍ରଛାତ୍ରୀଙ୍କ ନମୁନା ସଂଗ୍ରହ କରାଯାଇଥିଲା।

ରିପୋର୍ଟରେ ବିଦ୍ୟାଳୟର ପ୍ରଧାନଶିକ୍ଷକଙ୍କ ସମେତ ପ୍ରାୟ ୧୧ ଜଣ ପିଲା କରୋନା ସଂକ୍ରମିତ ହୋଇଥିବା ଜଣାପଡିଥିଲା। ଏହା ପରେ ସ୍ବାସ୍ଥ୍ୟ ବିଭାଗର ଟିମ ପକ୍ଷରୁ ଏକ ସ୍ବତନ୍ତ୍ର ଶିବିର ଆୟୋଜନ କରି ୪୯୬ ପିଲାଙ୍କ ସ୍ବାବ ନମୁନା ସଂଗ୍ରହ କରାଯାଇଥିଲା। ଏହା ପରେ ଶନିବାର ଦିନ ମିଳିଥିବା ରିପୋର୍ଟରେ ବିଦ୍ୟାଳୟର ୮୫ ପିଲା କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି। ବିଦ୍ୟାଳୟକୁ ଏକ ମାଇକ୍ରୋ କଣ୍ଟେଣ୍ଟମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଛି।

ସେହିପରି କରୋନା ସଂକ୍ରମଣ ଯୋଗୁ ଜମ୍ମୁ-କଶ୍ମୀରର ମାତା ବୈଷ୍ଣୋ ଦେବୀ ବିଶ୍ୱବିଦ୍ୟାଳୟ ବନ୍ଦ ରହିଛି। ଏଠାରେ ୧୩ ଜଣ ଛାତ୍ର କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିବା ପରେ ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri