ଘୁମୁସର ବନଖଣ୍ଡରେ ୮୫ ହାତୀ

ଭଞ୍ଜନଗର,୨୩।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଏବଂ ଦକ୍ଷିଣ ଘୁମୁସର ବନଖଣ୍ଡରେ ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ୮୫ ହାତୀ ଥିବା ଜଣାପଡ଼ିଛି। ସେଥିମଧ୍ୟରେ ଉତ୍ତର ଘୁମୁସର ବନଖଣ୍ଡରେ ୪୫ ଏବଂ ୪୦ ଟି ହାତୀ ଦକ୍ଷିଣ ଘୁମୁସର ବନଖଣ୍ଡରେ ଅଛିନ୍ତି। ଏତେ ପରିମାଣର ହାତୀ ଏହି ବନଖଣ୍ଡକୁ ଖାଦ୍ୟ ଅନ୍ବେଷଣରେ ଚାଲି ଆସିଥିବାରୁ ସେମାନଙ୍କ ସୁରକ୍ଷା ଦୁଇ ବିଭାଗକୁ ଘାରିଛି। ଏହିଭଳି ପରିସ୍ଥିତିରେ ସନ୍ଧ୍ୟା ହେଲେ ହାତୀମାନେ ଜଙ୍ଗଲରୁ ବାହାରି ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମ ଗୁଡିକରେ ଦୈନନ୍ଦିନ ବ୍ୟାପକ ଫସଲ କ୍ଷତି କରୁଛନ୍ତି। ଏହି ସମୟରେ ହାତୀମାନେ ବିପଦରେ ପଡ଼ିବା ଆଶଙ୍କା ରହିଛି। ତେଣୁ ପ୍ରତ୍ୟେକ ମାସରେ ବିଦ୍ୟୁତ୍‌ ଏବଂ ବନ ବିଭାଗ ମଧ୍ୟରେ ସମନ୍ବୟ ବୈଠକ ହେଉଛି। ତେଣୁ ଶୁକ୍ରବାର ସନ୍ଧ୍ୟାରେ ଉତ୍ତର ଘୁମୁସର ବନଖଣ୍ଡ କାର୍ଯ୍ୟାଳୟ ପରିସରରେ ଏକ ସମନ୍ବୟ ବୈଠକ ହୋଇଥିଲା। ବୈଠକରେ ହାତୀମାନେ କିଭଳି ସୁରକ୍ଷିତ ରହିପାରିବେ, ଲୋକଙ୍କ ଫସଲ ସୁରକ୍ଷା, ହାତୀ ମଣିଷ ମଧ୍ୟରେ ଯେଭଳି ଲଢେଇ ନହେବ ସେ ଉପରେ ଆଲୋଚନା ହୋଇଥିଲା। ବୈଠକରେ ଉତ୍ତର ଘୁମୁସର ବନଖଣ୍ଡ ଅଧିକାରୀ ସୁଦର୍ଶନ ବେହେରା ଅଧ୍ୟକ୍ଷତା କରିଥିଲେ। ଦକ୍ଷିଣ ଘୁମୁସର ବନଖଣ୍ଡ ଅଧିକାରୀ ବିନୋଦ ଆଚାର୍ଯ୍ୟ, ଟାଟା ପାୱାରର ଯନ୍ତ୍ରୀ, ରେଞ୍ଜର କୁମାର ବେହେରା, ବିମ୍ବାଧର ସାହୁ, ଆଶାଲତା ଦିଗାଲ, ସୁଜତା ପଣ୍ଡା ପ୍ରମୁଖ ଯୋଗଦେଇଥିଲେ। ଯେଉଁ ଅଞ୍ଚଳରେ ବନ୍ୟପ୍ରାଣୀ ଶିକାର ପାଇଁ ବିଦ୍ୟୁତ୍‌ ହୁକିଂ ହେବ ସମ୍ପୃକ୍ତ ଅଞ୍ଚଳରେ ଏକ ମାସ ପର୍ଯ୍ୟନ୍ତ ବିଦ୍ୟୁତ୍‌ କାଟ ହେବ। ତେଣୁ ଲୋକେ ବିଭାଗକୁ ସହଯୋଗ କରି ହୁକିଂ ସମ୍ପର୍କରେ ଆଗୁଆ ସୂଚନା ଦେବା ପାଇଁ ବୈଠକରେ ନିବେଦନ କରାଯାଇଛି।
ସୂଚନାଯୋଗ୍ୟ, ଜଙ୍ଗଲ ଅଞ୍ଚଳରେ ୫ ମିଟର ଉଚ୍ଚତାରେ ବିଦ୍ୟୁତ ତାର ଟଣା ଯିବା କଥା। କିନ୍ତୁ ଏବେବି ଶତାଧିକ ସ୍ଥାନରେ ବିଦ୍ୟୁତ୍‌ ତାର ଆବଶ୍ୟକ ଉଚ୍ଚତାରେ ନ ଥିବା ଜଣାପଡିଛି। ଜଙ୍ଗଲ ନିକଟବର୍ତ୍ତୀ କେତେକ ସ୍ଥାନରେ ଟ୍ରାନ୍ସଫର୍ମର ଗୁଡିକ ମୁକୁଳା ପଡ଼ିଛି। ତେଣୁ ଭବିଷ୍ୟତରେ ଅଘଟଣ ଘଟିବା ଆଶଙ୍କା ରହିଛି। ଅଘଟଣକୁ ଏଡାଇବାକୁ ଯାଇ ଦୁଇ ବିଭାଗ ମିଳିତ ଭାବେ ସନ୍ଧ୍ୟା ହେଲେ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମ ଗୁଡିକରେ ବିଦ୍ୟୁତ୍‌ ସେବା ବିଛିନ୍ନ କରିବା ପାଇଁ ନିଷ୍ପତ୍ତି ନେଉଛନ୍ତି। ଫଳରେ ଅନେକ ଗ୍ରାମବାସୀ ରାତି ହେଲେ ବିଦ୍ୟୁତ ସେବାରୁ ବିଗତ ଦିନରେ ବଞ୍ଚିତ ହୋଇଛନ୍ତି। ଯାହାକୁ ନେଇ ଲୋକେ ଅସନ୍ତୋଷ ବ୍ୟକ୍ତ କରୁଛନ୍ତି। ତେଣୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେଇ ଆବଶ୍ୟକ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହୋଇଛି। ଅନ୍ୟପଟେ ରାଜ୍ୟ ସରକାର ହାତୀ କରିଡରଗୁଡିକରେ ବିଦ୍ୟୁତ୍‌ ସେବାରେ ସୁଧାର ଆଣିବା ପାଇଁ ବ୍ୟାପକ ଅର୍ଥ ବ୍ୟୟ କରୁଛନ୍ତି। କିନ୍ତୁ ଉକ୍ତ ଅର୍ଥ ମଧ୍ୟ ସଦବିନିଯୋଗ ହେଉନଥିବା ଅଭିଯୋଗ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ୨୫ ବର୍ଷର ଅଗ୍ନି ପରୀକ୍ଷାରେ ଲାଗିଲା ବିରାମ: ଆଖି ବୁଜିଲେ ଅଗ୍ନି ଭୈରବ ଦେବଙ୍କ ପୂଜକ ଅନିରୁଦ୍ଧ

ଥୁଆମୂଳ ରାମପୁର, ୬।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ସ୍ଥିତ ଜଗନ୍ନାଥ କଲୋନୀ ପଡ଼ାର ଜଣେ ପରିଚିତ, ଧର୍ମପରାୟଣ, ହାସ୍ୟ କଳାକାର…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?