୮୫ଜଣଙ୍କୁ ମିଳିଲା ‘ରାଷ୍ଟ୍ରପତି ପଦକ’

ଭୁବନେଶ୍ୱର,୧୭।୯(ଶର୍ମିଷ୍ଠା ପାଣିଗ୍ରାହୀ): ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ ଶନିବାର ଲୋକସେବା ଭବନ କନ୍‌ଭେନଶନ୍‌ ସେଣ୍ଟରଠାରେ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ଆରକ୍ଷୀ ବାହିନୀ ଏବଂ କାରାଗାର ସଂସ୍ଥା ଓ ସଂସ୍କାର ସେବାର ମୋଟ ୮୫ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ସେମାନଙ୍କ ସାହସିକତା, ଉଲ୍ଲେଖନୀୟ ତଥା ବିଶିଷ୍ଟ ସେବା ନିମନ୍ତେ ‘ରାଷ୍ଟ୍ରପତି ପଦକ’ ପ୍ରଦାନ କରିଛନ୍ତି। ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟପାଳ ୨୦୨୧ ମସିହା ସାଧାରଣତନ୍ତ୍ର ଦିବସ ପାଇଁ ରାଷ୍ଟ୍ରପତିଙ୍କ ଦ୍ୱାରା ଯୋଗ୍ୟ ବିବେଚିତ ରାଜ୍ୟ ଆରକ୍ଷୀ ବାହିନୀର ମୋଟ ୬୭ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ସାହସିକତା ପଦକ ପ୍ରଦାନ କରିଥିଲେ। ସେହିପରି ୨୦୨୧ ମସିହା ସାଧାରଣତନ୍ତ୍ର ଦିବସ ପାଇଁ ରାଷ୍ଟ୍ରପତିଙ୍କ ଦ୍ୱାରା ଯୋଗ୍ୟ ବିବେଚିତ ରାଜ୍ୟ ଆରକ୍ଷୀ ବାହିନୀର ଦୁଇଜଣ ଅଧିକାରୀଙ୍କୁ ସେମାନଙ୍କର ବିଶିଷ୍ଟ ସେବା ନିମନ୍ତେ ଏବଂ ୧୧ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ସେମାନଙ୍କ ଉଲ୍ଲେଖନୀୟ ସେବା ନିମନ୍ତେ ରାଷ୍ଟ୍ରପତି ପଦକ ପ୍ରଦାନ କରାଯାଇଥିଲା। ଏଥିସହ ୨୦୨୧ ମସିହା ସାଧାରଣତନ୍ତ୍ର ଦିବସ ଅବସରରେ କାରାଗାର ସଂସ୍ଥା ଓ ସଂସ୍କାର ସେବା ବର୍ଗର ୩ଜଣ ଅଧିକାରୀଙ୍କୁ ସେମାନଙ୍କ ବିଶିଷ୍ଟ ସେବା ନିମନ୍ତେ ଓ ୨ଜଣ ଅଧିକାରୀଙ୍କୁ ଉଲ୍ଲେଖନୀୟ ସେବା ପାଇଁ ରାଷ୍ଟ୍ରପତି ପଦକ ପ୍ରଦାନ କରାଯାଇଥିଲା। ଏହି ଅବସରରେ ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଞ୍ଜନ କୁମାର ସିଂ, ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ସୁନୀଲ କୁମାର ବଂଶଲ୍‌, ରାଜ୍ୟ କାରାଗାର ଓ ସଂସ୍କାର ସେବା ବିଭାଗର ମହାନିର୍ଦ୍ଦେଶକ ଡ. ମନୋଜ କୁମାର ଛାବରାଙ୍କ ସମେତ ଗୃହ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ରେଜଲ୍ଟ, ନାମଲେଖା ସମୟସୂଚୀ…

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପିଜି ପ୍ରବେଶିକା ପରୀକ୍ଷା ବା କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ସାମ୍‌ସ ପୋର୍ଟାଲ ମାଧ୍ୟମରେ ନିଜ ପରୀକ୍ଷାଫଳ…

ଆନ୍ଦୋଳନରତ ଡାକ୍ତରଙ୍କ ବିରୋଧରେ ବଡ଼ ଆକ୍ସନ: ଦରମା ବନ୍ଦ ସହ ଚୁକ୍ତିଭିତ୍ତିକ ଡାକ୍ତରଙ୍କୁ ନୋଟିସ୍‌ ପରେ କାର୍ଯ୍ୟରୁ ନିବୃତ୍ତ ପାଇଁ ନିର୍ଦ୍ଦେଶ !

ଭୁବନେଶ୍ୱର, ୨ା୭: ରାଜ୍ୟରେ ଚାଲିଥିବା ଡାକ୍ତରୀ ଆନ୍ଦୋଳନକୁ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବଡ଼ ଏବଂ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ମେଡିକାଲ ସର୍ଭିସେସ୍‌…

ୟୁଜରନେମ ବିବାଦ: ହ୍ବାଟସଆପ ପରେ, ଆଇଟି ମନ୍ତ୍ରଣାଳୟ ଏବେ ସିଗନାଲ-ଟେଲିଗ୍ରାମକୁ ପଠାଇଛି ନୋଟିସ

ନୂଆଦିଲ୍ଲୀ,୨।୭: ୟୁଜରନେମ ଫିଚରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ହ୍ବାଟସଆପ ପରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବେ ଟେଲିଗ୍ରାମ ଏବଂ ସିଗନାଲକୁ ମଧ୍ୟ…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ ନାହିଁ ପୁଅ ମୋଜତାବା, ଜାଣନ୍ତୁ କାରଣ

ତେହରାନ,୨।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପରଲୋକ ପରେ ସମଗ୍ର ଦେଶରେ ଗଭୀର ଶୋକ ପ୍ରକାଶ ପାଇଛି। ରାଜଧାନୀ ତେହରାନରୁ ଆରମ୍ଭ କରି ମଶାଦ,…

ଦେଓ ନଦୀ ପୋଲ ଉପରେ ଗୋ-ଚାଲାଣ ଗାଡ଼ି ସହ ଅଟୋର ମୁହାଁମୁହିଁ ଧକ୍କା: ଗୋଟିଏ ବଳଦ ମୃତ, ଗୋ-ମାଫିଆ…

ପାଟଣା, ୨ା୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା-କରଞ୍ଜିଆ ଦେଇଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥରେ ଏକ ବଡ଼ଧରଣର ସଡ଼କ ଦୁର୍ଘଟଣା ଘଟିଯାଇଛି। ସାହାରପଡା ସ୍ଥିତ…

ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ: ଖବର ପାଇ ବି ପହଞ୍ଚିଲାନି ପୋଲିସ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ

କୋକସରା, ୨ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖଲିଗଡ ପାଦଦେଶରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର ‘ଡୋକରୀଦର’ ଝରଣା ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri