୮୫ଜଣଙ୍କୁ ମିଳିଲା ‘ରାଷ୍ଟ୍ରପତି ପଦକ’

ଭୁବନେଶ୍ୱର,୧୭।୯(ଶର୍ମିଷ୍ଠା ପାଣିଗ୍ରାହୀ): ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ ଶନିବାର ଲୋକସେବା ଭବନ କନ୍‌ଭେନଶନ୍‌ ସେଣ୍ଟରଠାରେ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ଆରକ୍ଷୀ ବାହିନୀ ଏବଂ କାରାଗାର ସଂସ୍ଥା ଓ ସଂସ୍କାର ସେବାର ମୋଟ ୮୫ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ସେମାନଙ୍କ ସାହସିକତା, ଉଲ୍ଲେଖନୀୟ ତଥା ବିଶିଷ୍ଟ ସେବା ନିମନ୍ତେ ‘ରାଷ୍ଟ୍ରପତି ପଦକ’ ପ୍ରଦାନ କରିଛନ୍ତି। ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟପାଳ ୨୦୨୧ ମସିହା ସାଧାରଣତନ୍ତ୍ର ଦିବସ ପାଇଁ ରାଷ୍ଟ୍ରପତିଙ୍କ ଦ୍ୱାରା ଯୋଗ୍ୟ ବିବେଚିତ ରାଜ୍ୟ ଆରକ୍ଷୀ ବାହିନୀର ମୋଟ ୬୭ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ସାହସିକତା ପଦକ ପ୍ରଦାନ କରିଥିଲେ। ସେହିପରି ୨୦୨୧ ମସିହା ସାଧାରଣତନ୍ତ୍ର ଦିବସ ପାଇଁ ରାଷ୍ଟ୍ରପତିଙ୍କ ଦ୍ୱାରା ଯୋଗ୍ୟ ବିବେଚିତ ରାଜ୍ୟ ଆରକ୍ଷୀ ବାହିନୀର ଦୁଇଜଣ ଅଧିକାରୀଙ୍କୁ ସେମାନଙ୍କର ବିଶିଷ୍ଟ ସେବା ନିମନ୍ତେ ଏବଂ ୧୧ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ସେମାନଙ୍କ ଉଲ୍ଲେଖନୀୟ ସେବା ନିମନ୍ତେ ରାଷ୍ଟ୍ରପତି ପଦକ ପ୍ରଦାନ କରାଯାଇଥିଲା। ଏଥିସହ ୨୦୨୧ ମସିହା ସାଧାରଣତନ୍ତ୍ର ଦିବସ ଅବସରରେ କାରାଗାର ସଂସ୍ଥା ଓ ସଂସ୍କାର ସେବା ବର୍ଗର ୩ଜଣ ଅଧିକାରୀଙ୍କୁ ସେମାନଙ୍କ ବିଶିଷ୍ଟ ସେବା ନିମନ୍ତେ ଓ ୨ଜଣ ଅଧିକାରୀଙ୍କୁ ଉଲ୍ଲେଖନୀୟ ସେବା ପାଇଁ ରାଷ୍ଟ୍ରପତି ପଦକ ପ୍ରଦାନ କରାଯାଇଥିଲା। ଏହି ଅବସରରେ ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଞ୍ଜନ କୁମାର ସିଂ, ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ସୁନୀଲ କୁମାର ବଂଶଲ୍‌, ରାଜ୍ୟ କାରାଗାର ଓ ସଂସ୍କାର ସେବା ବିଭାଗର ମହାନିର୍ଦ୍ଦେଶକ ଡ. ମନୋଜ କୁମାର ଛାବରାଙ୍କ ସମେତ ଗୃହ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସେଶ୍ୱରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର, ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ବିଜେଡି ଛାଡିଥିଲେ ରାସେଶ୍ୱରୀ

ସମ୍ବଲପୁର,୨୮ା୪: ଓଡ଼ିଶା ରାଜନୀତିରେ ସମ୍ବଲପୁର ଏବେ ସବୁଠୁ ଚର୍ଚ୍ଚାରେ ରହିଛି। ଏହାରି ମଧ୍ୟରେ ରବିବାର ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କୁ ଭେଟିଛନ୍ତି କେନ୍ଦ୍ରମନ୍ତ୍ରୀ ତଥା...

କେଉଁ ଦଳକୁ ଯିବେ ସୌମ୍ୟରଞ୍ଜନ, ଆସିଲା ବଡ଼ ପ୍ରତିକ୍ରିୟା

ଭୁବନେଶ୍ୱର,୨୮।୪: ପୂର୍ବତନ ଖଣ୍ଡପଡା ବିଜେଡି ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ଭାଜପାରେ ମିଶିବା ନେଇ ଚର୍ଚ୍ଚା ଲାଗି ରହିଥିବାବେଳେ ତାଙ୍କର ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଯେଉଁଥିରେ ସେ...

୪୬ ଛୁଇଁବ ତାତି, ୧୩ ଜିଲାକୁ ରେଡ୍‌ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୨୮।୪: ତାତିରେ ସିଝୁଛି ସାରା ଓଡ଼ିଶା । ରାଜ୍ୟବାସୀଙ୍କୁ କଲବଲ କରୁଛି ଅସହ୍ୟ ତାତି । ସ୍ଥିତି ଏମିତି ହେଲାଣି ଯେ, ବାହାରକୁ ବି ବାହାରିକା...

ତପ୍ତପାଣି ଘାଟିରେ ଓଲଟିଲା ନଳକୂପ ଖନନ ଗାଡି, ୧୨ ଶ୍ରମିକ ଆହତ

ଗଞ୍ଜାମ,୨୮।୪: ଗଞ୍ଜାମ ଜିଲା ତପ୍ତପାଣି ଘାଟିରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା। ଏକ ନଳକୂପ ଖନନ ଗାଡ଼ି ଭାରସାମ୍ୟ ହରାଇ ଓଲଟି ପଡିବାରୁ ୧୨ ଜଣ...

‘ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର’

ଅନୁଗୋଳ,୨୮ା୪(ଅମିତ କୁମାର ସାମଲ)ଓଡ଼ିଆ ଭାଷା, ସଂସ୍କୃତି ଏବଂ ଓଡ଼ିଆ ଲୋକଙ୍କ ଭବିଷ୍ୟତ ଆଜି ଅନ୍ଧାରରେ। ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର। ଓଡ଼ିଶାରେ ଭ୍ରଷ୍ଟ,...

୨୮ ବିଧାନସଭା ଆସନ ପାଇଁ ୨୫୬ ପ୍ରାର୍ଥତ୍ପତ୍ର କାଏମ

ଭୁବନେଶ୍ୱର,୨୮ା୪(ଅନିଲ ଦାସ)ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନପତ୍ର ଯାଞ୍ଚ ଶେଷ ହୋଇଛି। ଏହି ପର୍ଯ୍ୟାୟରେ ୨୮ଟି ବିଧାନସଭା ଆସନ ପାଇଁ ୨୬୬ ଜଣ ପ୍ରାର୍ଥୀ...

ଅରିନ୍ଦମ୍‌ଙ୍କୁ ଗ୍ରହଣ କରିପାରୁନାହାନ୍ତି ଦଳୀୟ କର୍ମୀ

ସାଲେପୁର,୨୮।୪(ଅରବିନ୍ଦ ଭୂୟାଁ)ବହୁ କଳ୍ପନାଜଳ୍ପନା ପରେ ଶେଷରେ ସାଲେପୁର ବିଧାନସଭା ଆସନର ଭାଜପା ପ୍ରାର୍ଥୀଭାବେ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ତଥା କଟକର ଯୁବନେତା ଅରିନ୍ଦମ ରାୟଙ୍କ ନାମ...

ରାସ୍ତାକଡ଼ ଜଙ୍ଗଲରେ ପଖାଳ ଖାଇଲେ ପାଣ୍ଡିଆନ

ଭୁବନେଶ୍ୱର,୨୮।୪(ଅସମାପିକା ସାହୁ)ବିଜୁ ଜନତା ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର ତୃତୀୟ ଦିନରେ ପ୍ରଚାର ମଇଦାନରେ ଓହ୍ଲାଇ କଳାହାଣ୍ଡି ଲୋକ ସଭା କ୍ଷେତ୍ରର ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri