Posted inଜାତୀୟ

୮୫ ପ୍ରତିଶତ ମୁସଲମାନ ପିଏଫଆଇ ନିଷିଦ୍ଧ ଘୋଷଣା ନେଇ ଖୁସି…

ନୂଆଦିଲ୍ଲୀ, ୨୯।୯ : ପସମାନ୍ଦା ମୁସଲିମ ବର୍ଗ ପକ୍ଷରୁ ପପୁଲାର ଫ୍ରଣ୍ଟ ଅଫ ଇଣ୍ଡିଆ (ପିଏଫଆଇ)କୁ ନିଷିଦ୍ଧ ଘୋଷଣାକୁ ସ୍ବାଗତ କରାଯାଇଛି। ଏନେଇ ସେମାନେ ଖୁସି ବ୍ୟକ୍ତ କରିଛନ୍ତି। ଏହା ସହିତ କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତିକୁ ଅନ୍ୟ ମୁସଲମାନ ସଂଗଠନ ମଧ୍ୟ ସ୍ବାଗତ କରିଛନ୍ତି। ବିଶେଷ କଥା ହେଉଛି ଭାରତୀୟ ଜନତା ପାର୍ଟି ପସମାନ୍ଦା ମୁସଲିମ ବର୍ଗକୁ ନେଇ ବେଶ୍‌ ସକ୍ରିୟ ଥିବା ଜଣାପଡିଛି। ରାଜନୈତିକ ସମୀକ୍ଷକଙ୍କ ଅନୁସାରେ ଭୋଟରଙ୍କ ସଂଖ୍ୟା ବୃଦ୍ଧି ପାଇଁ ଭାଜପା ପସମାନ୍ଦା ବର୍ଗଙ୍କ ଉପରେ ଅଧିକ ଧ୍ୟାନ ଦେଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଏନେଇ ସୂଚନା ପ୍ରଦାନ କରି ସାରିଛନ୍ତି।

ଅଲ ଇଣ୍ଡିଆ ପସମାନ୍ଦା ମୁସଲିମ ସଂଗଠନ ଦ୍ୱାରା ଜାରି ବିବୃତ୍ତି ଅନୁଯାୟୀ, ଭାରତର ସମ୍ବିଧାନ ବିରୁଦ୍ଧରେ ଏବଂ ଦେଶରେ ସାମାଜିକ ବିରୋଧୀ କାର୍ଯ୍ୟକଳାପରେ ପିଏଫଆଇ ଲିପ୍ତ ରହିଥିଲା। ଏଥିରୁ ସ୍ପଷ୍ଟ ହୋଇଛି ଯେ ଦେଶ ମଧ୍ୟରେ ସାମାଜିକ ସୌହାର୍ଦ୍ଦ୍ୟ ଏବଂ ଭାଇଚାରା ବିରୋଧରେ ସଂଗଠନ କାର୍ଯ୍ୟ କରୁଥିଲା। ଦେଶ ବିରୁଦ୍ଧରେ କାର୍ଯ୍ୟକଳାପରେ ଯୋଗଦେବା ସହିତ ଭାରତୀୟ ସାର୍ବଭୌମତ୍ୱକୁ ମଧ୍ୟ ଏହା ଚେତାବନୀ ଦେଇଥିଲା। ତେଣୁ ପିଏଫଆଇ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଜରୁରୀ ହୋଇପଡ଼ିଥିଲା।

ପାର୍ସୀ ଶବ୍ଦ ପସମାନ୍ଦା ଅର୍ଥ ହେଉଛି ପଛୁଆ ରହିଥିବା। ଏହା ମୁସଲମାନମାନଙ୍କ ମଧ୍ୟରେ ଥିବା ପଛୁଆ ବର୍ଗଙ୍କ ପାଇଁ ବ୍ୟବହୃତ ହୋଇଥାଏ। ପରିସଂଖ୍ୟାନ ଦର୍ଶାଏ ଯେ, ଭାରତର ସମୁଦାୟ ମୁସଲମାନ ଜନସଂଖ୍ୟାର ୮୫ ପ୍ରତିଶତ ହେଉଛନ୍ତି ପଛୁଆ ପସମାନ୍ଦା ବର୍ଗର। ସେମାନଙ୍କୁ ପୂର୍ବରୁ ରାଜନୈତିକ ଦଳମାନେ ଅଣଦେଖା କରିଥିଲେ। ତେବେ ଭାଜପା ସରକାର ବର୍ତ୍ତମାନ ପରିସ୍ଥିତିକୁ ପରିବର୍ତ୍ତନ କରୁଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri