Posted inଜାତୀୟ

୮୫ ପ୍ରତିଶତ ମୁସଲମାନ ପିଏଫଆଇ ନିଷିଦ୍ଧ ଘୋଷଣା ନେଇ ଖୁସି…

ନୂଆଦିଲ୍ଲୀ, ୨୯।୯ : ପସମାନ୍ଦା ମୁସଲିମ ବର୍ଗ ପକ୍ଷରୁ ପପୁଲାର ଫ୍ରଣ୍ଟ ଅଫ ଇଣ୍ଡିଆ (ପିଏଫଆଇ)କୁ ନିଷିଦ୍ଧ ଘୋଷଣାକୁ ସ୍ବାଗତ କରାଯାଇଛି। ଏନେଇ ସେମାନେ ଖୁସି ବ୍ୟକ୍ତ କରିଛନ୍ତି। ଏହା ସହିତ କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତିକୁ ଅନ୍ୟ ମୁସଲମାନ ସଂଗଠନ ମଧ୍ୟ ସ୍ବାଗତ କରିଛନ୍ତି। ବିଶେଷ କଥା ହେଉଛି ଭାରତୀୟ ଜନତା ପାର୍ଟି ପସମାନ୍ଦା ମୁସଲିମ ବର୍ଗକୁ ନେଇ ବେଶ୍‌ ସକ୍ରିୟ ଥିବା ଜଣାପଡିଛି। ରାଜନୈତିକ ସମୀକ୍ଷକଙ୍କ ଅନୁସାରେ ଭୋଟରଙ୍କ ସଂଖ୍ୟା ବୃଦ୍ଧି ପାଇଁ ଭାଜପା ପସମାନ୍ଦା ବର୍ଗଙ୍କ ଉପରେ ଅଧିକ ଧ୍ୟାନ ଦେଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଏନେଇ ସୂଚନା ପ୍ରଦାନ କରି ସାରିଛନ୍ତି।

ଅଲ ଇଣ୍ଡିଆ ପସମାନ୍ଦା ମୁସଲିମ ସଂଗଠନ ଦ୍ୱାରା ଜାରି ବିବୃତ୍ତି ଅନୁଯାୟୀ, ଭାରତର ସମ୍ବିଧାନ ବିରୁଦ୍ଧରେ ଏବଂ ଦେଶରେ ସାମାଜିକ ବିରୋଧୀ କାର୍ଯ୍ୟକଳାପରେ ପିଏଫଆଇ ଲିପ୍ତ ରହିଥିଲା। ଏଥିରୁ ସ୍ପଷ୍ଟ ହୋଇଛି ଯେ ଦେଶ ମଧ୍ୟରେ ସାମାଜିକ ସୌହାର୍ଦ୍ଦ୍ୟ ଏବଂ ଭାଇଚାରା ବିରୋଧରେ ସଂଗଠନ କାର୍ଯ୍ୟ କରୁଥିଲା। ଦେଶ ବିରୁଦ୍ଧରେ କାର୍ଯ୍ୟକଳାପରେ ଯୋଗଦେବା ସହିତ ଭାରତୀୟ ସାର୍ବଭୌମତ୍ୱକୁ ମଧ୍ୟ ଏହା ଚେତାବନୀ ଦେଇଥିଲା। ତେଣୁ ପିଏଫଆଇ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଜରୁରୀ ହୋଇପଡ଼ିଥିଲା।

ପାର୍ସୀ ଶବ୍ଦ ପସମାନ୍ଦା ଅର୍ଥ ହେଉଛି ପଛୁଆ ରହିଥିବା। ଏହା ମୁସଲମାନମାନଙ୍କ ମଧ୍ୟରେ ଥିବା ପଛୁଆ ବର୍ଗଙ୍କ ପାଇଁ ବ୍ୟବହୃତ ହୋଇଥାଏ। ପରିସଂଖ୍ୟାନ ଦର୍ଶାଏ ଯେ, ଭାରତର ସମୁଦାୟ ମୁସଲମାନ ଜନସଂଖ୍ୟାର ୮୫ ପ୍ରତିଶତ ହେଉଛନ୍ତି ପଛୁଆ ପସମାନ୍ଦା ବର୍ଗର। ସେମାନଙ୍କୁ ପୂର୍ବରୁ ରାଜନୈତିକ ଦଳମାନେ ଅଣଦେଖା କରିଥିଲେ। ତେବେ ଭାଜପା ସରକାର ବର୍ତ୍ତମାନ ପରିସ୍ଥିତିକୁ ପରିବର୍ତ୍ତନ କରୁଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍, ନିଯୁକ୍ତି ପାଇବେ…

ଭୁବନେଶ୍ବର,୨୨।୧୨:  ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍ । ଫାର୍ମା ଓ ଡିଫେନ୍ସ ସହ ବୈଠକ ହୋଇଥିବା ବେଳେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ହୃଦୟ ବିଦାରକ… ଝିଅ ଖୋଲିଦେଲା ଗୁମର, ପୁରୁଷ ବନ୍ଧୁଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା ପରେ ଗ୍ରାଇଣ୍ଡିଂ କରିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: ଉତ୍ତର ପ୍ରଦେଶର ସମ୍ଭାଲ ଜିଲାର ଚନ୍ଦୌସି ଥାନା ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଜଣେ ମହିଳା ତାଙ୍କ ପ୍ରେମିକ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri