ରାଜ୍ୟରେ ୮୫୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ; ରହିଛନ୍ତି ୧୦୦ଜଣ ପିଲା

ଭୁବନେଶ୍ୱର,୨୨।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୫୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୯୬ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୩୫୭ ଲୋକାଲ କେସ୍‌ ରହିଛି। ତେବେ ଆକ୍ରାନ୍ତଙ୍କ ମଧ୍ୟରେ ୧୦୦ଜଣ ୧୮ ବର୍ଷରୁ କମ୍‌ ବର୍ଗର। ଏହାକୁ ମିଶାଇ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦,୦୦,୯୩୭କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୯୮୪୨୨୪ ସୁସ୍ଥ ହୋଇଛନ୍ତି। ୯୩୦୨ଜଣ ଆକ୍ରାନ୍ତ ଏବେ ଚିକିତ୍ସାଧୀନ ଅଛନ୍ତି। ଏନେଇ ରବିବାର ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।