Posted inଜାତୀୟ

୮୬ ବିଧାୟକ କୋଟିପତି: ଏହି ବିଧାୟକଙ୍କ ଅଛି ସବୁଠୁ ଅଧିକ ସମ୍ପତ୍ତି

ନୂଆଦିଲ୍ଲୀ,୧୧ା୧୦:ହରିୟାଣା ବିଧାନସଭାର ୯୦ ନବନିର୍ବାଚିତ ବିଧାୟକଙ୍କ ମଧ୍ୟରୁ ୮୬ ଜଣ ଅର୍ଥାତ୍‌ ୯୬ ପ୍ରତିଶତ କୋଟିପତି ହୋଇଥିବାବେଳେ ୧୨ ଜଣଙ୍କ ନାଁରେ ଆପରାଧିକ ମାମଲା ରହିଛି। ଆସୋସିଏଶନ ଫର୍‌ ଡେମୋକ୍ରାଟିକ୍‌ ରିଫର୍ମସ୍‌ (ଏଡିଆର୍‌) ରିପୋର୍ଟରୁ ଏହା ଜଣାପଡ଼ିଛି। ୯୦ ବିଧାୟକ ଦାଖଲ କରିଥିବା ସତ୍ୟପାଠକୁ ଅନୁଧ୍ୟାନ କରି ଏଡିଆର୍‌ ଏବଂ ହରିୟାଣା ଇଲେକ୍ସନ ଓ୍ବାଚ୍‌ ଉପରୋକ୍ତ ତଥ୍ୟ ଦେଇଛନ୍ତି। ୨୦୧୯ରେ ନିର୍ବାଚିତ ବିଧାୟକଙ୍କ ମଧ୍ୟରୁ ୯୩ ପ୍ରତିଶତ କୋଟିପତି ଥିବାବେଳେ ଏଥର ତାହା ୯୬ ପ୍ରତିଶତକୁ ବୃଦ୍ଧି ପାଇଛି। ୪୪ ପ୍ରତିଶତ ବିଧାୟକଙ୍କ ସମ୍ପତ୍ତି ୧୦ କୋଟି ଟଙ୍କାରୁ ଅଧିକ ହୋଇଥିବାବେଳେ ମାତ୍ର ୨.୨ ପ୍ରତିଶତଙ୍କ ସମ୍ପତ୍ତି ୨୦ ଲକ୍ଷ ଟଙ୍କାରୁ କମ୍‌ ରହିଛି। ନିର୍ବାଚିତ ପ୍ରାର୍ଥୀଙ୍କ ହାରାହାରି ସମ୍ପତ୍ତି ୨୪.୯୭ କୋଟି, ଯାହାକି ୨୦୧୯ରେ ୧୮.୨୯ କୋଟି ଟଙ୍କା ଥିଲା। ଦଳୀୟ ଦୃଷ୍ଟିରୁ ଦେଖିଲେ ଭାଜପାର ୯୬ ପ୍ରତିଶତ ଏବଂ କଂଗ୍ରେସର ୯୫ ପ୍ରତିଶତ ବିଧାୟକ କୋଟିପତି। ଆଇଏନ୍‌ଏଲ୍‌ଡିର ଉଭୟ ବିଧାୟକ ଏବଂ ସମସ୍ତ ସ୍ବାଧୀନ ବିଧାୟକ କୋଟିପତି ଥିବା ଜଣାପଡ଼ିଛି। ହିସାରର ସ୍ବାଧୀନ ବିଧାୟିକା ସାବିତ୍ରୀ ଜିନ୍ଦଲଙ୍କ ସମ୍ପତ୍ତି ସର୍ବାଧିକ ୨୭୦ କୋଟି ଟଙ୍କା ହୋଇଥିବାବେଳେ ଏହା ପଛକୁ ଭାଜପାର ଶକ୍ତିରାଣୀ ଶର୍ମା ଏବଂ ଶ୍ରୁତି ଚୌଧରୀ ରହିଛନ୍ତି। ଶକ୍ତିରାଣୀଙ୍କ ସମ୍ପତ୍ତି ୧୪୫ କୋଟି ହୋଇଥିବାବେଳେ ଶ୍ରୁତିଙ୍କ ସମ୍ପତ୍ତି ୧୩୪ କୋଟି ଟଙ୍କା। ମୋଟ ୩୦ ବିଧାୟକ ପୁନଃ ନିର୍ବାଚିତ ହୋଇଥିବାବେଳେ ସେମାନଙ୍କ ହାରାହାରି ସମ୍ପତ୍ତି ୨୦୧୯ରୁ ବର୍ତ୍ତମାନ ସୁଦ୍ଧା ୫୯ ପ୍ରତିଶତ ବଢ଼ିଛି। ଆପରାଧିକ ମାମଲା ଥିବା ୧୨ ବିଧାୟକଙ୍କ ମଧ୍ୟରୁ ୬ ଜଣଙ୍କ ନାମରେ ସଙ୍ଗୀନ ମାମଲା ରହିଛି। ହତ୍ୟା ଉଦ୍ୟମ ମାମଲାରେ ଜଣେ ବିଧାୟକ ଅଭିଯୁକ୍ତ ଅଛନ୍ତି। ୨୦୧୯ରେ ୭ ବିଧାୟକଙ୍କ ନାଁରେ ଗମ୍ଭୀର ଆପରାଧିକ ମାମଲା ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ରାଶନ ନେଉଥିବା ଲୋକଙ୍କ ପାଇଁ ଜରୁରୀ ଖବର: ଏଣିକି ଖାତାକୁ ଆସିବ ଟଙ୍କା, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୩।୮: ଚଣ୍ଡୀଗଡ଼ ଏବଂ ଦାଦ୍ରା ଓ ନଗର ହାବେଳି ଏବେ ଏପରି ଦୁଇଟି କେନ୍ଦ୍ରଶାସିତ ପ୍ରଦେଶ ହୋଇଛି, ଯେଉଁଠାରେ ୧୪ ଅଗଷ୍ଟ ୨୦୨୬ରୁ ସରକାର ଡିଜିଟାଲ ରୁପି…

ନାଁରେ ଆସିଲା ସାଂଘାତିକ ଅଭିଯୋଗ, ଡାକ୍ତରଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି,୧୩।୮(ଗିରିଧାରୀ ପରିଛା): ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଗଜପତି ଜିଲାର ଗୁରାଣ୍ଡି ସିଏଚ୍‌ସିର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଧିକାରୀ ଡାକ୍ତର ପତିତପାବନ ବାରିକଙ୍କୁ ସରକାରୀ…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ସ୍ତ୍ରୀଙ୍କ ମୋବାଇଲରେ ଏମିତି ଚାଟ୍‌ ଦେଖି ସ୍ବାମୀଙ୍କ ପାଦ ତଳୁ ଖସିଗଲା ମାଟି, ସିଧା ପହଞ୍ଚିଲେ ଥାନାରେ…

ନୂଆଦିଲ୍ଲୀ,୧୩।୮: ତେଲଙ୍ଗାନାର ମହବୁବାବାଦ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ତାଙ୍କର କଥିତ ପ୍ରେମିକଙ୍କ ବିରୋଧରେ…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri