୯ ପଞ୍ଚାୟତର ୮୬ ଗାଁ ଜଳବନ୍ଦୀ

ଆରଡ଼ି/ଧୂଷୁରୀ, ୪ା୮(ଦୀପ୍ତି ରଞ୍ଜନ ନାୟକ/କପିଲଦେବ ବିଶ୍ୱାଳ): ବୈତରଣୀ ନଦୀର ବନ୍ୟାଜଳ ଭଦ୍ରକ ଜିଲାର ଧୂଷୁରୀ ଅଞ୍ଚଳରେ ଗୁରୁବାର ପୂର୍ବାହ୍ନ୧୧ଟାରେ ପହଁଚିବା ପରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ୯ ପଞ୍ଚାୟତର ୮୬ ଗାଁ ପ୍ରଭାବିତ ହୋଇଥିବା ବେଳେ ଶତାଧିକ ହେକ୍ଟର ଚାଷଜମି ଜଳମଗ୍ନ ହୋଇଯାଇଛି। ଭଦ୍ରକ-ଆରଡ଼ି ରାଜ୍ୟ ରାଜପଥର ସୂର୍ଯ୍ୟପୁର, ଧୂଷୁରୀ, ପାୟାସାହି, ପନ୍ଦରବାଟିଆ ଆଦି ସ୍ଥାନରେ ୬ ଫୁଟ ଉଚ୍ଚତାର ବନ୍ୟାଜଳ ପ୍ରବାହିତ ହେଉଥିବାରୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କେତେଜଣଙ୍କ ଘରେ ବନ୍ୟାପାଣି ମଧ୍ୟ ପଶିଯାଇଛି। ତୋଟାସାହିଠାରେ ନଦୀବନ୍ଧରେ ଘଳିଆ ପଡ଼ିବାରୁ ପାଳସାହି ପଞ୍ଚାୟତ ଅନ୍ତର୍ଗତ ୫ ଗାଁର ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ସେହିପରି ଆରଡ଼ି ଅଞ୍ଚଳରେ ମଧ୍ୟ ବନ୍ୟାଜଳ ପ୍ରବେଶ କରିବାରୁ ୪ ପଞ୍ଚାୟତର ଚାଷଜମି ଜଳମଗ୍ନ ହୋଇଛି। ୨୦ନଂ. ଜାତୀୟ ରାଜପଥର ବୋଡ଼କ ନିକଟରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବନ୍ୟାଜଳ ପ୍ରବାହିତ ହେଉଛି। ନଦୀବନ୍ଧରେ ବାଲିବସ୍ତା ଦିଆଯାଇଛି। ଫଳରେ ଆରଡ଼ି- ଯାଜପୁର ଗମନାଗମନ ବାଧାପ୍ରାପ୍ତ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ତୁର୍କୀରୁ ନଭପ୍ରୀତ୍‌ ସିଂଙ୍କୁ ଫେରାଇ ଆଣିଲା ଭାରତ, ଜାଣନ୍ତୁ ନଭପ୍ରୀତ୍‌ କିଏ…

ନୂଆଦିଲ୍ଲୀ,୩ା୧୦: ଅନ୍ତର୍ଜାତୀୟ ନିଶା କାରବାରର କିଙ୍ଗ୍‌ପିନ୍‌ ନଭପ୍ରୀତ୍‌ ସିଂଙ୍କୁ ତୁର୍କୀରୁ ବାହାର କରାଇ ଭାରତ ତାଙ୍କୁ ଫେରାଇଆଣିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶନିବାର ଘୋଷଣା କରିଛନ୍ତି।…

୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍‌ର ରେକର୍ଡ ରନ୍ ଚେଜ୍‌, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍

ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍‌ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ପଡ଼ିଲା ତାଲା

କାଟପାଡ଼,୩ା୧୦(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ସଡ଼ରଙ୍ଗା ପଞ୍ଚାୟତ ବେଲଗଁା ଅଞ୍ଚଳରେ ୧ ମାସରୁ ଊର୍ଦ୍ଧ୍ୱ ହେବ ଟ୍ରାନ୍ସଫର୍ମର ପୋଡ଼ିଯାଇଥିବାରୁ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି…

ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ

ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…

ଦୁର୍ଗା ପୂଜା ପୂର୍ବରୁ କେନ୍ଦୁଝର ପୋଲିସର ବ୍ୟାପକ ସୁରକ୍ଷା ଯାଞ୍ଚ: ଆନନ୍ଦପୁର ଉପଖଣ୍ଡରେ…

ହାଟଡିହୀ,୩।୧୦(ଶୁଭକାନ୍ତ ନାୟକ): ଆସନ୍ତା ଦୁର୍ଗା ପୂଜା ପାର୍ବଣ ସମୟରେ ଅପରାଧ ନିୟନ୍ତ୍ରଣ ଓ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ କେନ୍ଦୁଝର ଏସ୍‌ପି ନୀତିନ କୁଶଲକର ଦାଗୁଡୁଙ୍କ ସ୍ୱତନ୍ତ୍ର ନିର୍ଦ୍ଦେଶ…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

ଦୁର୍ଘଟଣାରେ ଆହତଙ୍କୁ ବୋହି ମେଡିକାଲ ନେଲେ ଦୁଇ ହୋମଗାର୍ଡ, ସାହସିକତା ପାଇଁ ଗଜପତି ଏସ୍‌ପିଙ୍କ ପ୍ରଶଂସା

ମୋହନା,୩ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୫ଟା ସମୟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ମହିନ୍ଦ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?