୩ ଦିନରେ ଗଲାଣି ୮୬୯ ଟନ୍‌ ଅକ୍ସିଜେନ

କଟକ ଅଫିସ, ୨୬।୪: ଓଡ଼ିଶା ପକ୍ଷରୁ ବିଭିନ୍ନ ରାଜ୍ୟକୁ ଅକ୍ସିଜେନ୍‌ ଯୋଗାଣ ଜାରି ରହିଛି। ଗତ ୩ଦିନ ମଧ୍ୟରେ ୪୯ଟି ଟ୍ୟାଙ୍କର୍‌ ଯୋଗେ ୮୬୯ ଟନ୍‌ରୁ ଅଧିକ ମେଡିକାଲ ଅକ୍ସିଜେନ୍‌ ଓଡ଼ିଶା ପୋଲିସର ସୁରକ୍ଷା ବଳୟରେ ବିଭିନ୍ନ ରାଜ୍ୟକୁ ପଠାଯାଇଛି। ଉତ୍ତରପ୍ରଦେଶ, ଦିଲ୍ଲୀ, ହରିୟାଣା, ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ, ତେଲଙ୍ଗାନାକୁ ଅକ୍ସିଜେନ୍‌ ପଠାଯାଇଛି। ସେହିପରି ଯାଜପୁର, ରାଉରକେଲା, ଢେଙ୍କାନାଳ ଏବଂ ଅନୁଗୋଳରୁ ୨୦ଟି ଅକ୍ସିଜେନ୍ ଟ୍ୟାଙ୍କର୍‌ ରବିବାର ପଠାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ରାଜ୍ୟ ବାହାରକୁ ଅକ୍ସିଜେନ୍‌ ନେଇ ଯାଉଥିବା ଟ୍ୟାଙ୍କର୍‌ଗୁଡ଼ିକର ଯାତାୟାତରେ ଯେପରି କିଛି ସମସ୍ୟା ନ ହୁଏ ସେଥିଲାଗି ରାଜ୍ୟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏଥିପାଇଁ ଏକ ସ୍ବତନ୍ତ୍ର ଗ୍ରୀନ କରିଡର୍‌ ପ୍ରସ୍ତୁତ ହୋଇଛି। ଉକ୍ତ କରିଡର୍‌ ଦ୍ୱାରା ଟ୍ୟାଙ୍କରଗୁଡ଼ିକ ବିନା ବିଳମ୍ବରେ ଜରୁରୀ ଆବଶ୍ୟକ ଥିବା ରାଜ୍ୟଗୁଡ଼ିକରେ ପହଞ୍ଚତ୍ପାରିବ। ଫଳରେ ରୋଗୀଙ୍କ ସେବାରେ ଉକ୍ତ ଅକ୍ସିଜେନ୍‌ ଲାଗିପାରିବ। ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟ ପୋଲିସ ପକ୍ଷରୁ ଏକ ସ୍ବତନ୍ତ୍ର ସେଲ୍‌ ଗଠନ କରାଯାଇଛି। ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଇନ ଶୃଙ୍ଖଳା) ଯଶୱନ୍ତ ଜେଠୱାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅକ୍ସିଜେନ୍‌ ଯୋଗାଣ କାର୍ଯ୍ୟକୁ ତ୍ୱରାନ୍ବିତ କରାଯାଉଛି। ସମସ୍ତ ଏସ୍‌ପି, ଡିସିପି, ଡିଆଇଜି, ଆଇଜି ଏବଂ ପୋଲିସ କମିଶନରଙ୍କୁ ନିଜ ଅଞ୍ଚଳରେ ଏହି କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?