୩ ଦିନରେ ଗଲାଣି ୮୬୯ ଟନ୍‌ ଅକ୍ସିଜେନ

କଟକ ଅଫିସ, ୨୬।୪: ଓଡ଼ିଶା ପକ୍ଷରୁ ବିଭିନ୍ନ ରାଜ୍ୟକୁ ଅକ୍ସିଜେନ୍‌ ଯୋଗାଣ ଜାରି ରହିଛି। ଗତ ୩ଦିନ ମଧ୍ୟରେ ୪୯ଟି ଟ୍ୟାଙ୍କର୍‌ ଯୋଗେ ୮୬୯ ଟନ୍‌ରୁ ଅଧିକ ମେଡିକାଲ ଅକ୍ସିଜେନ୍‌ ଓଡ଼ିଶା ପୋଲିସର ସୁରକ୍ଷା ବଳୟରେ ବିଭିନ୍ନ ରାଜ୍ୟକୁ ପଠାଯାଇଛି। ଉତ୍ତରପ୍ରଦେଶ, ଦିଲ୍ଲୀ, ହରିୟାଣା, ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ, ତେଲଙ୍ଗାନାକୁ ଅକ୍ସିଜେନ୍‌ ପଠାଯାଇଛି। ସେହିପରି ଯାଜପୁର, ରାଉରକେଲା, ଢେଙ୍କାନାଳ ଏବଂ ଅନୁଗୋଳରୁ ୨୦ଟି ଅକ୍ସିଜେନ୍ ଟ୍ୟାଙ୍କର୍‌ ରବିବାର ପଠାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ରାଜ୍ୟ ବାହାରକୁ ଅକ୍ସିଜେନ୍‌ ନେଇ ଯାଉଥିବା ଟ୍ୟାଙ୍କର୍‌ଗୁଡ଼ିକର ଯାତାୟାତରେ ଯେପରି କିଛି ସମସ୍ୟା ନ ହୁଏ ସେଥିଲାଗି ରାଜ୍ୟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏଥିପାଇଁ ଏକ ସ୍ବତନ୍ତ୍ର ଗ୍ରୀନ କରିଡର୍‌ ପ୍ରସ୍ତୁତ ହୋଇଛି। ଉକ୍ତ କରିଡର୍‌ ଦ୍ୱାରା ଟ୍ୟାଙ୍କରଗୁଡ଼ିକ ବିନା ବିଳମ୍ବରେ ଜରୁରୀ ଆବଶ୍ୟକ ଥିବା ରାଜ୍ୟଗୁଡ଼ିକରେ ପହଞ୍ଚତ୍ପାରିବ। ଫଳରେ ରୋଗୀଙ୍କ ସେବାରେ ଉକ୍ତ ଅକ୍ସିଜେନ୍‌ ଲାଗିପାରିବ। ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟ ପୋଲିସ ପକ୍ଷରୁ ଏକ ସ୍ବତନ୍ତ୍ର ସେଲ୍‌ ଗଠନ କରାଯାଇଛି। ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଇନ ଶୃଙ୍ଖଳା) ଯଶୱନ୍ତ ଜେଠୱାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅକ୍ସିଜେନ୍‌ ଯୋଗାଣ କାର୍ଯ୍ୟକୁ ତ୍ୱରାନ୍ବିତ କରାଯାଉଛି। ସମସ୍ତ ଏସ୍‌ପି, ଡିସିପି, ଡିଆଇଜି, ଆଇଜି ଏବଂ ପୋଲିସ କମିଶନରଙ୍କୁ ନିଜ ଅଞ୍ଚଳରେ ଏହି କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri