ଆଜି ରାଜ୍ୟରୁ ୮୭ ପଜିଟିଭ୍‌ ଚିହ୍ନଟ, ୩୩୭୧୯୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୮।୨(ବ୍ୟୁରୋ): ରବିବାର ରାଜ୍ୟରୁ ୮୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୭,୧୯୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫୩ ଜଣ ଚିହ୍ନଟ ହୋଇଥିବା ବେଳେ ୩୪ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ସମ୍ବଲପୁରରୁ ସର୍ବାଧିକ ୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରୁ ୮, କଟକ,ବାଲେଶ୍ୱର ଏବଂ ଝାରସୁଗୁଡ଼ାରୁ ୭ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନୁଗୋଳରୁ ୪, ବରଗଡ଼ ୪, ବଲାଙ୍ଗୀର ୩, ଦେବଗଡ଼ ୨, ଯାଜପୁର ୬, କଳାହାଣ୍ଡି ୧, କନ୍ଧମାଳ ୧, ମୟୂରଭଞ୍ଜ ୫, ନବରଙ୍ଗପୁର ୧, ନୂଆପଡ଼ା ୧, ପୁରୀ ୬, ରାୟଗଡ଼ା ୩ ଏବଂ ସୁନ୍ଦରଗଡ଼ରୁ ୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ପୁରୀରୁ ଜଣେ ୭୨ ବର୍ଷୀୟା ବୃଦ୍ଧାଙ୍କ କରୋନାରେ ମୃତ୍ୟୁ ଘଟିଛି। ସେ ଡାଇବେଟିସ ଏବଂ ଉଚ୍ଚ ରକ୍ତଚାପରେ ପୀଡ଼ିତ ଥିଲେ।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୭,୧୯୧ରେ ପହଞ୍ଚିଥିବା ବେଳେ ୩,୩୪,୫୧୯ ଜଣ ସୁସ୍ଥ ହୋଇଛନ୍ତି। ୭୦୩ ଜଣ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

ସନାତନ ଧର୍ମର ସାତ୍ତ୍ୱିକ ପରିଚୟ

ସନାତନ ଧର୍ମ ବିଷୟରେ ସମସାମୟିକ ଭାରତୀୟ ରାଜନୈତିକ ସ୍ତରରେ ସବୁଠୁ ବେଶି ଆଲୋଚନା ହେଉଛି, କିିନ୍ତୁ ଏହି ଶବ୍ଦକୁ ସବୁଠାରୁ କମ୍‌ ବୁଝାଯାଉଥିବା ଜଣାପଡ଼ୁଛି। ଶାବ୍ଦିକ ଅର୍ଥରେ…

ମଣିଷଠାରୁ ମହାନ୍‌

ଓଡ଼ିଆ ସବୁଜ ସାହିତ୍ୟର ମହାରଥୀ କାଳିନ୍ଦୀଚରଣ ପାଣିଗ୍ରାହୀ ଏକାଧାରରେ ଥିଲେ କବି, ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ପ୍ରାବନ୍ଧିକ। କାଳଜୟୀ ଉପନ୍ୟାସ ‘ମାଟିର ମଣିଷ’ ପାଇଁ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri