ରିଟେଲ୍‌ ଋଣ ବୁକ୍‌ରେ ୮୭% ଅଭିବୃଦ୍ଧି

ଭୁବନେଶ୍ୱର,୩୧।୭: ବନ୍ଧନ ବ୍ୟାଙ୍କ ପକ୍ଷରୁ ୨୦୨୩-୨୪ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକ ଫଳାଫଳ ଘୋଷଣା କରାଯାଇଛି। ବିଶେଷ କରି ପରିଚାଳନା ପରିବେଶ ଅନୁକୂଳ ହୋଇ ରହିଥିବାରୁ ବ୍ୟାଙ୍କର ସୁଦୃଢ଼ ବ୍ୟବସାୟ ଅଭିବୃଦ୍ଧି ଜାରି ରହିଛି। ଏପରିକି ବ୍ୟାଙ୍କର ରିଟେଲ୍‌ ଋଣ ବୁକ୍‌ରେ ୮୭% ଅଭିବୃଦ୍ଧି ଘଟିଛି, ବ୍ୟାଙ୍କର ମୋଟ ଜମାରେ ରିଟେଲ୍‌ର ଭାଗ ବର୍ତ୍ତମାନ ୭୧% ରହିଛି। ଗତ ଆଠ ବର୍ଷରେ ଶାଖା ଉପସ୍ଥିତିକୁ ତିନି ଗୁଣା ବଢ଼ାଇବାର ମାଇଲଖୁଣ୍ଟକୁ ବ୍ୟାଙ୍କ ପ୍ରଥମ ତୈମାସିକରେ ହାସଲ କରିଛି।

ଏହି ସମୟରେ ବ୍ୟାଙ୍କର ମୋଟ ବ୍ୟବସାୟ ୨.୧୧ ଲକ୍ଷ କୋଟି ଟଙ୍କାରୁ ଅଧିକ ହୋଇଛି। ବିତରଣରେ ସମ୍ପ୍ରସାରଣ ଓ ଅନୁକୂଳ ପରିଚାଳନା ପରିବେଶକୁ ନେଇ ଏହି ତ୍ରୈମାସିକରେ ବ୍ୟାଙ୍କ ସନ୍ତୁଳିତ ଅଭିବୃଦ୍ଧି ହାସଲ କରିଛି। ବ୍ୟାଙ୍କର ମୋଟ କାରବାର ଜମା ଓ ଅଗ୍ରିମ ୨୦୨୩ ମାର୍ଚ୍ଚ ୩୧ ସୁଦ୍ଧା ବର୍ଷକୁ ବର୍ଷ ଭିତ୍ତିରେ ୧୧% ବୃଦ୍ଧି ପାଇ ୨.୧୧ ଲକ୍ଷ କୋଟି ଟଙ୍କା ହୋଇଛି। ବ୍ୟାଙ୍କ ଭାରତର ୩୬ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ ମଧ୍ୟରୁ ୩୪ଟିରେ ୬୧୪୦ ବ୍ୟାଙ୍କିଙ୍ଗ୍‌ ଆଉଟଲେଟ୍‌ ଜରିଆରେ ୩.୦୭ କୋଟିରୁ ଅଧିକ ଗ୍ରାହକଙ୍କୁ ସେବା ପ୍ରଦାନ କରୁଛି। ବନ୍ଧନ ବ୍ୟାଙ୍କରେ କାର୍ଯ୍ୟ କରୁଥିବା ମୋଟ କର୍ମଚାରୀଙ୍କ ସଂଖ୍ୟା ୭୨,୦୦୦ ରହିଛି।

୨୦୨୩-୨୪ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ବ୍ୟାଙ୍କର ଜମା ପୂର୍ବ ବର୍ଷର ସମାନ ତ୍ରୈମାସିକ ତୁଳନାରେ ୧୬% ବୃଦ୍ଧି ପାଇଛି। ମୋଟ ଜମା ଏବେ ୧.୦୮ ଲକ୍ଷ କୋଟି ଟଙ୍କା ରହିଛି। (କରେଣ୍ଟ୍‌) ଚଳନ୍ତି ଓ ସଞ୍ଚୟ ଖାତା ପୁସ୍ତିକା (କାସା) ମୋଟ ଜମାର ୩୬% ରହିଛି। ଏ ସମ୍ପର୍କରେ ବନ୍ଧନ ବ୍ୟାଙ୍କର ଏମଡି ଓ ସିଇଓ ଚନ୍ଦ୍ରଶେଖର ଘୋଷ କହିଛନ୍ତି,ବ୍ୟାଙ୍କର ପ୍ରଥମ ତ୍ରୈମାସିକ ବ୍ୟାଙ୍କ ପାଇଁ ଏକ ସନ୍ତୁଳିତ ତ୍ରୈମାସିକ ହୋଇଛି। ବ୍ୟାଙ୍କର ବିବିଧକରଣ ଏଜେଣ୍ଡା ଅନୁସାରେ ଏହା ନିଜର ରିଟେଲ୍‌ ବ୍ୟାଙ୍କିଙ୍ଗ ପୋର୍ଟଫୋଲିଓକୁ ଆହୁରି ବଢ଼ାଇବା ଉପରେ ଗୁରୁତ୍ୱାରୋପ କରୁଛି। ଗତବର୍ଷ ଓ ଚଳିତ ବର୍ଷ ଶୁଭାରମ୍ଭ କରାଯାଇଥିବା ନୂଆ କାରବାର କ୍ଷେତ୍ରକୁ ନେଇ ଚଳିତ ଆର୍ଥିକ ବର୍ଷର ପ୍ରଦର୍ଶନ ଭଲ ରହିବ ବୋଲି ଆମର ବିଶ୍ୱାସ ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

କିଏ ସେହି ସମ୍ରାଟ ଚୌଧୁରୀ, ଯିଏ ହେବେ ବିହାରର ଆଗାମୀ ମୁଖ୍ୟମନ୍ତ୍ରୀ: ୧୯ ବର୍ଷ ବୟସରୁ ହୋଇଥିଲେ ମନ୍ତ୍ରୀ

ପାଟନା,୧୪।୪: ବିହାରରେ ଏକ ନୂତନ ରାଜନୈତିକ ଯୁଗ ଆରମ୍ଭ ହେବାକୁ ଯାଉଛି। ରାଜ୍ୟକୁ ଏହାର ନୂତନ ମୁଖ୍ୟମନ୍ତ୍ରୀ ମିଳିଛି। ସମ୍ରାଟ ଚୌଧୁରୀଙ୍କ ନାମ ଚୂଡ଼ାନ୍ତ ହୋଇଛି। ସମ୍ରାଟ…

ଗାଁ ଗାଁରେ ସଚେତନ ପାଇଁ ଅଣ୍ଟା ଭିଡ଼ିଲେ ଅଗ୍ନିଶମ କର୍ମଚାରୀ, କହିଲେ-ନିଆଁ ଲିଭାଇବା ପାଇଁ ବ୍ୟବହାର କରିବେ ଏହି ଟ୍ରିକ୍‌

ଦାରିଙ୍ଗବାଡି, ୧୪ ।୪ (ଅରୁଣ ସାହୁ ): ଜାତୀୟ ଅଗ୍ନିଶମ ସେବା ସପ୍ତାହ ଅବସରରେ ଦାରିଙ୍ଗବାଡି ଅଗ୍ନିଶମ ବିଭାଗ ପକ୍ଷରୁ ମଙ୍ଗଳବାର ଗାଁ ଗାଁରେ ସଚେତନ ପାଇଁ…

ଏମିତି କଥା କହିଲେ ଖାର୍ଗେ, ହସି ହସି ଗଡ଼ିଲେ ପ୍ରଧାନମନ୍ତ୍ରୀ ମୋଦି, ଦେଖନ୍ତୁ Video

ନୂଆଦିଲ୍ଲୀ,୧୪।୪: ଡକ୍ଟର ବି.ଆର. ଆମ୍ବେଦକରଙ୍କ ୧୩୫ତମ ଜନ୍ମବାର୍ଷିକୀ ଉପଲକ୍ଷେ ସଂସଦ ପରିସରରେ ପ୍ରେରଣାସ୍ଥଳରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ…

ନିଜ ଗୁରୁଙ୍କ ପାଦଛୁଇଁ ଭାବବିହ୍ବଳ ହୋଇପଡିଲେ ମୁଖ୍ୟମନ୍ତ୍ରୀ: କଲେ ବଡ଼ ଘୋଷଣା

କେନ୍ଦୁଝର,୧୪।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଝୁମ୍ପୁରା ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ। କେବଳ ଜଣେ ପୁରାତନ ଛାତ୍ର ଭାବରେ…

ଗର୍ଲଫ୍ରେଣ୍ଡଙ୍କ ବିବାହ ସ୍ଥିର ହୋଇଯିବାରୁ ରାଗିକି ଏମିତି ନିଷ୍ପତ୍ତି ନେଲେ ବୟଫ୍ରେଣ୍ଡ: ଭାବି ସ୍ବାମୀଙ୍କୁ ପଠାଇଦେଲେ…

ବେଙ୍ଗାଲୁରୁ,୧୪।୪: ପ୍ରେମ ଯେବେ ପାଗଳାମୀରେ ପରିଣତ ହୁଏ, ଏହା କେବଳ ସମ୍ପର୍କକୁ ନଷ୍ଟ କରିଦିଏ ନାହିଁ ବରଂ ଜୀବନ ମଧ୍ୟ ନେଇଯାଏ। କର୍ନାଟକର ବିଜୟପୁରା ଜିଲାରୁ ଏକ…

ଆମ୍ବ ଗଛରୁ ପଡ଼ି ଯୁବକ ଗୁରୁତର : ରାସ୍ତା ଦେଇ ଆସୁଥିବା ଆଇଟିଡିଏ ଅଧିକାରୀ…

କଲ୍ୟାଣସିଂହପୁର,୧୪।୪ (ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ ପାର୍ସାଲି ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଥିବା ଏକ ଆମ୍ବ ଗଛରୁ ପଡ଼ି ସୋମବାର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri