୧୦ ମାସରେ ଗଡ଼ିଲାଣି ୮୭ ମୁଣ୍ଡ

ବ୍ରହ୍ମପୁର,୨୩ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲାରେ ଦିନକୁ ଦିନ ହତ୍ୟା ଘଟଣା ବଢ଼ିବାରେ ଲାଗିଛି। କେଉଁଠି ରାଜନୈତିକ ଶତ୍ରୁତା ତ ଆଉ କେଉଁଠି ପୂର୍ବ ଶତ୍ରୁତାରୁ ମୁଣ୍ଡ ଗଡ଼ୁଛି। ନିର୍ବାଚନ ପୂର୍ବରୁ ହିଂସାକାଣ୍ଡ ଘଟି ଲୋକଙ୍କ ଜୀବନ ଯାଇଥାଏ। ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ପୁଣି ହତ୍ୟାକାଣ୍ଡ ଘଟୁଛି। ଫଳରେ ଜିଲାର ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ି ପଡ଼ିଥିବା ନେଇ ସାଧାରଣରେ ଆଲୋଚନା ହେଉଛି।
ଗଞ୍ଜାମ ପୋଲିସ ଜିଲାରେ ଚଳିତବର୍ଷ ବର୍ତ୍ତମାନ ସୁଦ୍ଧା ମୋଟ ୬୪ଟି ହତ୍ୟା ମାମଲା ରୁଜୁ ହୋଇଛି। ତନ୍ମଧ୍ୟରୁ ଚଳିତ ମାସରେ ୧୩ଟି ହତ୍ୟା ମାମଲା ରୁଜୁ ହୋଇ ସାରିଲାଣି। ସେହିପରି ବ୍ରହ୍ମପୁର ପୋଲିସ ଜିଲାରେ ଚଳିତବର୍ଷ ବର୍ତ୍ତମାନ ସୁଦ୍ଧା ୨୩ଟି ହତ୍ୟା ମାମଲା ରୁଜୁ ହୋଇଛି। ଗତ ୧୦ଦିନ ମଧ୍ୟରେ ଜିଲାରେ ୨ଟି ହତ୍ୟାକାଣ୍ଡ ହୋଇଛି। ଗତ ୧୧ ତାରିଖରେ ବ୍ରହ୍ମପୁର ପୋଲିସ ଜିଲା ଅଧୀନ ଗୋଷାଣିନୂଆଗାଁରେ ସିଡବ୍ଲ୍ୟୁସି ସଦସ୍ୟା ସୌଦାମିନୀ ରଥଙ୍କୁ ହତ୍ୟା କରାଯାଇଥିବା ବେଳେ ଶନିବାର ରାତିରେ ଗଞ୍ଜାମ ପୋଲିସ ଜିଲାର ରମ୍ଭା ଥାନା ଅନ୍ତର୍ଗତ ବଡରାମପଲି ଗ୍ରାମର ପଦ୍ମ ରେଡ୍ଡୀ ଓରଫ ମିଟୁଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରି ହତ୍ୟା କରାଯାଇଛି। ଏହା ପୂର୍ବରୁ ସେପ୍ଟେମ୍ବରରେ କୋଦଳା ଓ ଧରାକୋଟ ଥାନା ଅଞ୍ଚଳରେ ଦୁଇଟି ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ତେବେ ନିର୍ବାଚନ ପୂର୍ବରୁ ଗୋଟିଏ ପରେ ଗୋଟିଏ ଏଭଳି ହତ୍ୟା ଘଟଣା ପୋଲିସ ପାଇଁ ଚିନ୍ତାର କାରଣ ହୋଇଛି। ଗଞ୍ଜାମ ଜିଲାରେ ବିଶେଷକରି ନିର୍ବାଚନ ପୂର୍ବରୁ ଆପରାଧିକ ମାମଲା ବୃଦ୍ଧି ପାଇଥାଏ। ଗତ ୨୦୨୨ ପଞ୍ଚାୟତ ନିର୍ବାଚନ ପୂର୍ବରୁ ଓ ପରେ ଜିଲାର ବିଭିନ୍ନ ସ୍ଥାନରେ ହତ୍ୟାକାଣ୍ଡ ଘଟିଥିଲା। ଏବେ ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ପୁଣି ଅପରାଧ ବଢ଼ିବାରେ ଲାଗିଛି। କେତେକ ହତ୍ୟା ଘଟଣା ପଛରେ ରାଜନୈତିକ ଶତ୍ରୁତା ଓ ଗୋଷ୍ଠୀ ବିବାଦ ରହିଥିବା ଦେଖିବାକୁ ମିଳୁଛି। ଏଭଳି ଅପରାଧକୁ ନିୟନ୍ତ୍ରଣ କରିବା ଏବେ ପୋଲିସ ପାଇଁ ଚାଲେଞ୍ଜ ହୋଇଛି। ଗଞ୍ଜାମ ପୋଲିସ ଜିଲାରେ ଗତ ୨୦୨୧ରେ ୭୭ହତ୍ୟା ମାମଲା ରୁଜୁ ହୋଇଥିବା ବେଳେ ୨୦୨୨ରେ ୫୭ଟି ହତ୍ୟା ମାମଲା ରୁଜୁ ହୋଇଥିଲା। କିନ୍ତୁ ଚଳିତବର୍ଷ ଅକ୍ଟୋବର ୨୨ ସୁଦ୍ଧା ୬୪ଟି ହତ୍ୟା ମାମଲା ରୁଜୁ ହୋଇ ସାରିଲାଣି। ସେହିପରି ବ୍ରହ୍ମପୁର ପୋଲିସ ଜିଲାରେ ୨୦୨୧ରେ ୩୨ଟି ହତ୍ୟା ମାମଲା ହୋଇଥିବା ବେଳେ ୨୦୨୨ରେ ୨୫ ଓ ୨୦୨୩ ଅକ୍ଟୋବର ୨୨ ତାରିଖ ସୁଦ୍ଧା ୨୩ ହତ୍ୟା ମାମଲା ରୁଜୁ ହୋଇସାରିଲାଣି। ଚଳିତବର୍ଷ ଗଞ୍ଜାମ ପୋଲିସ ଜିଲାର ଗଞ୍ଜାମ, କବିସୂର୍ଯ୍ୟନଗର, କୋଟିନଡ଼ା, ପାଟପୁର, ରମ୍ଭା, ଶେରଗଡ଼, ସୋରଡ଼ା, କୋଦଳା ଓ ଧରାକୋଟ ଥାନା ଅଞ୍ଚଳରେ ହତ୍ୟାକାଣ୍ଡ ଘଟିଛି। ତେବେ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନମଣ୍ଡଳୀ ଶେରଗଡ଼ ଥାନା ଅଞ୍ଚଳରେ ସର୍ବାଧିକ ୩ଟି ହତ୍ୟା ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri