Posted inଖେଳ

୮୭ ଶତକ, ୨୭ ହଜାରରୁ ଅଧିକ ରନ୍‌: କୋହଲିଙ୍କ ଜନ୍ମଦିନରେ ଏମିତି କଥା କହିଦେଲୋ BCCI

ନୂଆଦିଲ୍ଲୀ,୫।୧୧:ଭାରତୀୟ କ୍ରିକେଟ ଦଳର ଷ୍ଟାର ବିରାଟ କୋହଲି ଆଜି ୩୭ତମ ଜନ୍ମଦିନ ପାଳନ କରୁଛନ୍ତି। ବିରାଟଙ୍କୁ କେବଳ ଭାରତରେ ନୁହେଁ ବରଂ ବିଶ୍ୱ କ୍ରିକେଟରେ ମଧ୍ୟ ସବୁଠାରୁ ସଫଳ ଖେଳାଳିଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। କୋହଲି ତାଙ୍କ କ୍ୟାରିୟରରେ ୫୫୦ରୁ ଅଧିକ ଅନ୍ତର୍ଜାତୀୟ ମ୍ୟାଚ ଖେଳିଛନ୍ତି, ୮୨ ଶତକ ହାସଲ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ୟାରିୟରରେ ୧୦୦ ଶତକ ହାସଲ କରିଥିବା କିମ୍ବଦନ୍ତୀ କ୍ରିକେଟର ସଚିନ ତେନ୍ଦୁଲକରଙ୍କ ପରେ ଅନ୍ତର୍ଜାତୀୟ କ୍ରିକେଟରେ ଦ୍ୱିତୀୟ ସର୍ବାଧିକ ସ୍କୋରର।

ବିରାଟ କୋହଲିଙ୍କ ଜନ୍ମଦିନରେ, ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ତାଙ୍କ କ୍ରିକେଟ ସଫଳତା ଉପରେ ଆଲୋକପାତ କରି ଏକ ସ୍ବତନ୍ତ୍ର ପୋଷ୍ଟ ଶେୟାର କରିଛି। ସେ ଏପର୍ଯ୍ୟନ୍ତ ୫୫୩ ଅନ୍ତର୍ଜାତୀୟ ମ୍ୟାଚ ଖେଳି ୨୭,୬୭୩ ରନ ସଂଗ୍ରହ କରିଛନ୍ତି। କୋହଲି ତାଙ୍କ ଅନ୍ତର୍ଜାତୀୟ କ୍ୟାରିୟରରେ ୮୨ ଶତକ ଏବଂ ୧୪୪ ଅର୍ଦ୍ଧଶତକ ହାସଲ କରିଛନ୍ତି।

ବିରାଟ କୋହଲି ତାଙ୍କ କ୍ରିକେଟ କ୍ୟାରିୟରରେ ୧୨୩ ଟେଷ୍ଟ ମ୍ୟାଚ ଖେଳି ୪୬.୮୫ ହାରରେ ୯,୨୩୦ ରନ କରିଛନ୍ତି। ବିରାଟ ଟେଷ୍ଟ କ୍ରିକେଟରେ ୩୦ ଶତକ ଏବଂ ୩୧ ଅର୍ଦ୍ଧଶତକ ହାସଲ କରିଛନ୍ତି। ଟେଷ୍ଟ କ୍ରିକେଟରେ କୋହଲିଙ୍କ ସର୍ବଶ୍ରେଷ୍ଠ ଇନିଂସ ହେଉଛି ଅପରାଜିତ ୨୫୪ ରନ।
ବିରାଟ ୨୦୫ ଦିନିକିଆ ଆନ୍ତର୍ଜାତୀୟ ମ୍ୟାଚ ଖେଳିଛନ୍ତି ଏବଂ ଏବେ ବି ଦିନିକିଆ ଖେଳୁଛନ୍ତି। ଏହି ୩୦୫ ମ୍ୟାଚରେ ବିରାଟ ୧୪,୨୫୫ ରନ କରିଛନ୍ତି, ଯେଉଁଥିରେ ୫୧ ଶତକ ଏବଂ ୭୫ ଅର୍ଦ୍ଧଶତକ ଅନ୍ତର୍ଭୁକ୍ତ। ଦିନିକିଆରେ କୋହଲିଙ୍କ ହାରାହାରି ୫୭.୭୧। ଦିନିକିଆରେ କୋହଲିଙ୍କ ସର୍ବଶ୍ରେଷ୍ଠ ସ୍କୋର ୧୮୩।

ବିରାଟ କୋହଲି ୧୨୫ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳି ୪୮.୬୯ ହାରରେ ୪,୧୮୮ ରନ କରିଛନ୍ତି। ଭାରତ ପାଇଁ ବିରାଟ ଟି୨୦ କ୍ରିକେଟରେ ଗୋଟିଏ ଶତକ ଏବଂ ୩୮ ଅର୍ଦ୍ଧଶତକ ହାସଲ କରିଛନ୍ତି। ଅନ୍ତର୍ଜାତୀୟ ଟି୨୦ ମ୍ୟାଚ୍‌ରେ କୋହଲିଙ୍କ ସର୍ବଶ୍ରେଷ୍ଠ ସ୍କୋର ହେଉଛି ୧୨୨ ରନ।
ବିରାଟ କୋହଲି ତାଙ୍କ ଅନ୍ତର୍ଜାତୀୟ କ୍ୟାରିୟରରେ ତିନୋଟି ICC ଟ୍ରଫି ଜିତିଛନ୍ତି। ସେ ICC ପୁରୁଷ ଦିନିକିଆ ବିଶ୍ୱକପ ୨୦୧୧, ICC ଚାମ୍ପିଅନ୍ସ ଟ୍ରଫି ୨୦୧୩, ICC ପୁରୁଷ ଟି୨୦ ବିଶ୍ୱକପ ୨୦୨୪ଏବଂ ICC ଚାମ୍ପିଅନ୍ସ ଟ୍ରଫି ୨୦୨୫ ର ବିଜେତା ଦଳଗୁଡ଼ିକର ଅଂଶ ଥିଲେ।
ବିରାଟ ବର୍ତ୍ତମାନ ଟେଷ୍ଟ ଏବଂ  ଅନ୍ତର୍ଜାତୀୟ ଟି୨୦ କ୍ରିକେଟରୁ ଅବସର ନେଇସାରିଛନ୍ତି, କିନ୍ତୁ ସେ ଦିନିକିଆରେ ବ୍ୟାଟିଂ ଜାରି ରଖିଛନ୍ତି।

 

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri