ଭିନ୍ନକ୍ଷମ ନାବାଳିକାଙ୍କୁ କରିଥିଲେ ବଳାତ୍କାର; ୮୭ ବର୍ଷର ବୃଦ୍ଧଙ୍କୁ ମିଳିଲା ୭ ବର୍ଷ ଜେଲଦଣ୍ଡ

ବ୍ରହ୍ମପୁର, ୨୮।୩(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସହକାରୀ ଦୌରା ଜଜ ତଥା ସ୍ବତନ୍ତ୍ର ଟ୍ରାକ କୋର୍ଟ ବିଚାରପତି ସୌଦାମିନି ସିଙ୍ଗ ଜନୈକା ୧୪ ବର୍ଷ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରିଛନ୍ତି। ଉକ୍ତ ମାମଲାର ୧୮ ବର୍ଷ ପରେ ପ୍ରମାଣ ମିଳିଥିବାରୁ ବିଚାରପତି ଜଣେ ବୃଦ୍ଧଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଅଭିଯୁକ୍ତ ଜଣଙ୍କ ଜରଡ଼ା ଥାନା ଅଞ୍ଚଳର ସାହେବ ବାଡ଼ତ୍ୟା (୮୭)। ତାକୁ ୭ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିବା ପାଇ ବିଚାରପତି ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି। ସେହିପରି ୫ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି। ଜରିମାନା ଅନାଦେୟ ଅତିରିକ୍ତ ୬ମାସ ସଶ୍ରମ କାରାଦଣ୍ଡରେ ଦଣ୍ଡିତ ପାଇଁ ମଧ୍ୟ ନିର୍ଦ୍ଦେଶ ରହିଛି।

ଘଟଣାରୁ ପ୍ରକାଶ ଯେ, ଜରଡ଼ା ଅଞ୍ଚଳର ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ଜଣେ ବୃଦ୍ଧ ବଳାତ୍କାର କରିଥିଲେ। ଏନେଇ ଅଭିଯୋଗ ପରେ ପୋଲିସ ୨୨/୦୮ ରେ ଉକ୍ତ ଗ୍ରାମର ସାହେବ ବାଡ଼ତ୍ୟା(୭୦)ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଉକ୍ତ ମାମଲାର ସାକ୍ଷୀ ମାନଙ୍କ ବୟାନକୁ ଆଧାର କରି ବିଚାରପତି ଉପରୋକ୍ତ ରାୟ ପ୍ରକାଶ କରିଛନ୍ତି। ସରକାରଙ୍କ ପକ୍ଷରୁ ଏପିପି ଆରତୀ ପଟ୍ଟନାୟକ ମୋକଦ୍ଦମା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଦଳାଚକଟା ପୀଡ଼ିତାଙ୍କୁ ପ୍ରଥମ ବିଜୟ ଉତ୍ସର୍ଗ କଲେ ଆର୍‌ସିବି ଅଧିନାୟକ

ବେଙ୍ଗାଲୁରୁ,୨୯ା୩: ସନ୍‌ରାଇଜର୍ସ ବିପକ୍ଷ ମ୍ୟାଚ୍‌ରେ ଏକ ଜବରଦସ୍ତ ବିଜୟ ସହ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଅଭିଯାନ ଆରମ୍ଭ କରିଛି। ଦଳର ଏହି…

ଦିଗପହଣ୍ଡିରେ ଅତୀତର ଅଭୁଲା ସ୍ମୃତି ମନେ ପକାଇଲେ ୧୯୮୨ ବ୍ୟାଚର ଛାତ୍ର

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀଗୁପ୍ତେଶ୍ୱର ଶୈବପୀଠ ପରିସରରେ ବନ୍ଧୁମିଳନ । ରବିବାର ଦିଗପହଣ୍ଡି ବ୍ଲକ ଅଞ୍ଚଳର ବିଭିନ୍ନ ଗାଁ ହାଇସ୍କୁଲରେ ପଢ଼ିଥିବା…

ବିପଦ ସୃଷ୍ଟି କରୁଛି ବେଆଇନ ହୋର୍ଡିଂ

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ଅସୁରକ୍ଷିତ ଏବଂ ବେଆଇନ ହୋର୍ଡିଂ ବିପଦ ସୃଷ୍ଟି କରୁଛି। କାଳବୈଶାଖୀ ଯୋଗୁ ସହରର ଗାନ୍ଧୀ ଛକ ନିକଟ ଅନିତା ଲୁଗା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri