Posted inଜାତୀୟ

ତାଲିକାରୁ ବାଦ୍‌ ପଡ଼ିଲେ ୮୭ ରାଜନୈତି ଦଳ

ନୂଆଦିଲ୍ଲୀ,୨।୬: ନିର୍ବାଚନ କମିଶନ ଯାଞ୍ଚ କରିବା ପରେ ପଞ୍ଜୀକୃତ ଅଣସ୍ବୀକୃତ ରାଜନୈତିକ ଦଳ(ଆର୍‌ୟୁପିପି) ତାଲିକାରୁ ୮୭ ଦଳକୁ ବାଦ୍‌ ଦେଇଛନ୍ତି। ନିୟମ ଓ ନିର୍ବାଚନ ଆଇନର ଉଲ୍ଲଂଘନ କରୁଥିବା୨,୧୦୦ରୁ ଊର୍ଦ୍ଧ୍ୱ ପଞ୍ଜୀକୃତ ଅଣସ୍ବୀକୃତ ଦଳ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପୂର୍ବରୁ ନିର୍ବାଚନ କମିଶନ କହିଥିଲେ। ଦଳଗୁଡ଼ିକ ସେମାନଙ୍କ କାର୍ଯ୍ୟକର୍ତ୍ତାଙ୍କ ନାମ ଓ ଠିକଣା ନ ବଦଳାଇ ଚାନ୍ଦା ସଂଗ୍ରହ କରୁଥିବା ଅଭିଯୋଗ ହୋଇଥିଲା। କେତେକ ଦଳ ଗୁରୁତର ଆର୍ଥତ୍କ ଅନିୟମିତତାରେ ସମ୍ପୃକ୍ତ ଥିବା ଜଣାପଡ଼ିଥିଲା। ୮୭ଟି ଦଳ ସେମାନଙ୍କ କାର୍ଯ୍ୟକର୍ତ୍ତାଙ୍କ ନାମ ଓ ଠିକଣା ଅପ୍‌ଡେଟ କରି ନ ଥିବା ବେଳେ ସମ୍ପୃକ୍ତ ରାଜ୍ୟରେ ଉକ୍ତ ଦଳଗୁଡ଼ିକର ଅସ୍ଥିତ୍ୱ ନ ଥିବା ଯାଞ୍ଚରୁ ଜଣାପଡ଼ିଥିଲା। ଇସିଙ୍କ ଏଭଳି କାର୍ଯ୍ୟାନୁଷ୍ଠାନକୁ ବିରୋଧ କରି ଗୋଟିଏ ଦଳ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଜଣାଇବ ବୋଲି କହିଛି। ତେବେ ଉକ୍ତ ଦଳଗୁଡ଼ିକ ନିଜର ଅସ୍ଥିତ୍ୱ ବଜାୟ ରଖିବା ଲାଗି ଯଦି ଆବଶ୍ୟକ ପଦକ୍ଷେପ ନ ନିଅନ୍ତି ତେବେ ସେମାନଙ୍କୁ ସାଧାରଣ ନିର୍ବାଚନ ଚିହ୍ନ ମିଳିବ ନାହିଁ। ୨୦୨୧ ସେପ୍ଟେମ୍ବରରେ ଦେଶରେ ୨,୭୯୬ଟି ପଞ୍ଜୀକୃତ ଅଣସ୍ବୀକୃତ ରାଜନୈତିକ ଦଳ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri